Posted inଖେଳ

ଭୁବନେଶ୍ୱରଙ୍କ ଦୁଃଖ ସରୁନି: ପିତାଙ୍କ ମୃତ୍ୟୁ ପରେ ମା’ ହସ୍ପିଟାଲରେ, ନିଜଠାରେ କରୋନା ଲକ୍ଷଣ

ଟିମ ଇଣ୍ଡିଆର ଦ୍ରୁତ ବୋଲର ଭୂବନେଶ୍ୱର କୁମାରଙ୍କ ସମସ୍ୟା ଶେଷ ହେବାର ନାଁ ନେଉନାହିଁ। ନିକଟରେ ତାଙ୍କ ପିତାଙ୍କ ମୃତୁ ପରେ ଏବେ ଭୁବନେଶ୍ୱରଙ୍କ ମା’ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏବେ ସେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଭୁବନେଶ୍ୱର ଏବଂ ତାଙ୍କ ସ୍ତ୍ରୀ ନୁପୁରଙ୍କର ମଧ୍ୟ କରୋନା ଲକ୍ଷଣ ରହିଛି। ଉଭୟ ପରୀକ୍ଷା ପାଇଁ ସେମାନଙ୍କର ନମୁନା ଦେଇଛନ୍ତି ଏବଂ ରିପୋର୍ଟ ଏପର୍ଯ୍ୟନ୍ତ ଆସି ନାହିଁ। ଉଭୟ ମିରୁଟରେ ଥିବା ସେମାନଙ୍କ ଘରେ କ୍ୱାରାଣ୍ଟାଇନରେ ଅଛନ୍ତି। ଯଦି ଭୁବନେଶ୍ୱର କୁମାର ପଜିଟିଭ୍‌ ହୁଅନ୍ତି ତେବେ ଟିମ ଇଣ୍ଡିଆକୁ ବଡ ଝଟ୍‌କା ଲାଗିବ। ସେ ଆସନ୍ତା ମାସରେ ଶ୍ରୀଲଙ୍କା ଗସ୍ତ କରିବେ। ଯଦିଓ ଦଳ ଏପର୍ଯ୍ୟନ୍ତ ଘୋଷଣା କରାଯାଇ ନାହିଁ, ଭୁବନେଶ୍ୱର ସେହି ଦଳର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ହେବେ। ଯଦି ଭୁବନେଶ୍ୱର ଫିଟ ହେବେ ନାହିଁ, ତେବେ ଟିମ ଇଣ୍ଡିଆର ବୋଲିଂ ବିଭାଗକୁ ଝଟ୍‌କା ଲାଗିବ। ସୂଚନାଯୋଗ୍ୟ, ଭୁବନେଶ୍ୱର କୁମାର ଇଂଲଣ୍ଡ ବିପକ୍ଷ ସିରିଜରୁ ଏକଦିବସର ଏବଂ ଟି -୨୦ କ୍ରିକେଟରେ ପ୍ରତ୍ୟାବର୍ତ୍ତନ କରିଥିଲେ। ସେ ଦୀର୍ଘ ସମୟ ଧରି ଆଘାତ ସହ ସଂଗ୍ରାମ କରୁଥିଲେ। ନିକଟରେ ଖବର ଆସିଥିଲା ଯେ ଭୁବନେଶ୍ୱର କୁମାର ଟେଷ୍ଟ କ୍ରିକେଟ ଖେଳିବାକୁ ଚାହୁଁନାହାଁନ୍ତି କିନ୍ତୁ ସେ ଏହି ଖବରକୁ ଭୁଲ ବୋଲି କହିଥିଲେ। ଭୁବନେଶ୍ୱର କୁମାର ନିକଟରେ ପିତାଙ୍କୁ ହରାଇଥିଲେ। ତାଙ୍କ ପିତା କିରଣପାଲ ଦୀର୍ଘ ସମୟ ଧରି ଯକୃତ ରୋଗରେ ପୀଡିତ ଥିଲେ। ବହୁ ଚିକିତ୍ସା ପରେ ମଧ୍ୟ ସେ ସୁସ୍ଥ ହୋଇପାରି ନ ଥିଲେ ଏବଂ ୬୩ ବର୍ଷ ବୟସରେ ତାଙ୍କର ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌ରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ୧୨ ମୃତ

କିଭ୍‌,୧ା୯: ୟୁକ୍ରେନ୍‌ରେ ରୁଷିଆର ଆକ୍ରମଣରେ ଜଣେ ଭାରତୀୟଙ୍କ ସମେତ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ମଙ୍ଗଳବାର କହିଛନ୍ତି। ୟୁକ୍ରେନ୍‌ର ବିଭିନ୍ନ ସହର…

କାହିଁକି ବାରମ୍ୱାର ୨୬ ତାରିଖରେ ଘଟୁଛି ପ୍ରଳୟ? ଭେଙ୍ଗାବାବା ଖୋଲିଲେ ରହସ୍ୟ…

ନୂଆଦିଲ୍ଲୀ,୧।୯: ନେପାଳ-ତିବ୍ଦତ ସୀମାରେ ହିମାଳୟର ହିମବାହ (ଗ୍ଲେସିୟର) ଭାଙ୍ଗି ହୋଇଥିବା ପ୍ରଳୟଙ୍କାରୀ ବନ୍ୟା ଓ ଭୂସ୍ଖଳନ ପରେ ଏବେ ସାରା ବିଶ୍ୱରେ ଚାଞ୍ଚଲ୍ୟ ଖେଳିଯାଇଛି। ଶହ ଶହ…

ଜେଲରୁ ମୁକୁଳିଲେ ଗଞ୍ଜାମ ଜିଲା ବିଜେଡି ସଭାପତି ବିକ୍ରମ ପଣ୍ଡା: ଶତାଧିକ ସମର୍ଥକଙ୍କ ଗହଣରେ ବିଶାଳ ଶୋଭାଯାତ୍ରା

ବ୍ରହ୍ମପୁର,୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ବିଜେଡି ସଭାପତି ତଥା…

କନ୍ୟାସନ୍ତାନ ଜନ୍ମଦେବା ପରେ ଆଖି ବୁଜିଲେ ମା’

ପାଟଣା, ୧ା୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବଡ଼ପଶି ଗ୍ରାମର କମଳ କିଶୋର ଜେରାଇଙ୍କ ସ୍ତ୍ରୀ ତିଲୋତ୍ତମା ତିରିଆ (୨୫)ଙ୍କର ଚିକିତ୍ସାଧୀନ…

ସାହାଣୀ କପ୍‌ ଫୁଟ୍‌ବଲ୍‌: ୩ରେ ହେବ ଖେଳାଳି ଚୟନ, କେମିତି କରିବେ ଆବେଦନ ଜାଣନ୍ତୁ…

କେନ୍ଦୁଝର,୧।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କ୍ରୀଡ଼ା ସଂସ୍ଥା ଆନୁକୂଲ୍ୟରେ ସାହାଣୀ କପ୍‌ ସିନିଅର ପୁରୁଷ ଆନ୍ତଃ ଜିଲା ଫୁଟ୍‌ବଲ୍‌ ଟୁର୍ନାମେଣ୍ଟ ପାଇଁ ଆସନ୍ତା ଗୁରୁବାର ଷ୍ଟାଡିୟମ୍‌…

ମହିଳାଙ୍କୁ ଫସାଇ ଏକାଧିକ ଥର ବଳାତ୍କାର, ଅନ୍ତରଙ୍ଗ ମୁହୁର୍ତ୍ତ ଫଟୋ ଭିଡିଓ ଭାଇରାଲ: ଅବସରପ୍ରାପ୍ତ ସାମରିକ କର୍ମଚାରୀ ଗିରଫ

ଦିଗପହଣ୍ଡି,୧|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ଜଣେ ବିବାହିତା ମହିଳାଙ୍କୁ ପ୍ରେମଜାଲରେ ଫସାଇ ଏକାଧିକ ଥର ବଳାତ୍କାର କରିବା ସହ…

ନିୟମିତ ହେଉଛି ଭଡ଼ା ଆଦାୟ: ରକ୍ଷଣାବେକ୍ଷଣରେ ଅବହେଳା, ତେଜିଲା ଦୋକାନୀଙ୍କ ଅସନ୍ତୋଷ…

ଜୁନାଗଡ଼,୧ା୯(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ନୂଆ ବସ୍‌ଷ୍ଟାଣ୍ଡ ନିକଟରେ ଥିବା ଏନ୍‌ଏସି ମାର୍କେଟ କମ୍ପ୍ଲେକ୍ସ ଜରାଜୀର୍ଣ୍ଣ ହୋଇପଡିଛି। ଏଠାରେ ୧୪ଟି ଗୃହ ଥିବାବେଳେ ମରାମତି…

୨୦ ହଜାର ଟଙ୍କା ଲାଞ୍ଚ ନେଇ ଜେଲ ଗଲେ ଶ୍ରମ ଅଧିକାରୀ

କେନ୍ଦୁଝର,୧।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଥିବା କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri