ସିବିଆଇ କୋର୍ଟରେ ହାଜର ହେଲେ ବିବନ

ଭୁବନେଶ୍ୱର, ୨୨।୨(ବ୍ୟୁରୋ): ୧୯୯୯ ମସିହା ଜାନୁଆରୀ ୯ ତାରିଖରେ ସଂଗଠିତ ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣବଳାତ୍କାର ଘଟଣାରେ ସୋମବାର ଗିରଫ ହୋଇଥିବା ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳଙ୍କୁ ସିବିଆଇ ସ୍ପେଶାଲ କୋର୍ଟରେ ହାଜର କରାଯାଇଛି । କଡ଼ା ସୁରକ୍ଷା ମଧ୍ୟରେ କମିଶନରେଟ ପୋଲିସ ବିବନକୁ ନେଇ ସିବିଆଇ ସ୍ପେଶାଲ କୋର୍ଟରେ ହାଜର କରିଛି।
ପ୍ରକାଶ ଯେ, ୧୯୯୯ ମସିହା ଜାନୁଆରୀ ୯ ତାରିଖରେ ବାରଙ୍ଗ ଥାନା ଅଞ୍ଚଳରେ ଏକ କାର ଭିତରେ ଗଣବଳାତ୍କାର ଘଟିଥିଲା । ଅଭିଯୁକ୍ତମାନେ ବେଲଗଛିଆ ମହଲା ଓ ଭାଲୁକା ଜଙ୍ଗଲରେ ଗଣବଳାତ୍କାର କରିଥିଲେ । ୩/୪ ଘଣ୍ଟା ଧରି ଅମାନୁଷିକ ଭାବେ ଜଘନ୍ୟ କାଣ୍ଡ ଘଟାଇଥିଲେ । ଗଣବଳାତ୍କାର ପରେ ଫେରାର ବିବନ ପୁଣେ ଆମ୍ବି ଭ୍ୟାଲିରେ ନିଜ ନାମ ବଦଳାଇ ରହୁଥିଲେ । ଜଳନ୍ଧର ସ୍ବାଇଁ ପରିଚୟ ଦେଇ ପାଇପ ମିସ୍ତ୍ରୀଭାବେ ସେ କାମ କରୁଥିଲା । ପରିଚୟପତ୍ର, ଆଧାରକାର୍ଡ ଓ ପାସବୁକ ଜଳନ୍ଧର ନାମରେ ଥିଲା । ୩ ମାସ ତଳେ ସାଇଲେଣ୍ଟ ଭାଇପର ଅଭିଯାନ କରୁଥିଲୁ । ଯାହା ସିବିଆଇ କରିପାରି ନ ଥିଲା ଆମେ ତାହା କରି ସଫଳ ହେଲୁ ବୋଲି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି। ବିବନକୁ ଗିରଫ କରିବା ଓଡ଼ିଶା ପୋଲିସ ପାଇଁ ବଡ଼ ସଫଳତା ବୋଲି ସିପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri