ବିବନଙ୍କ ଆଜି ହେବ ଟିଆଇ ପରେଡ

ଭୁବନେଶ୍ୱର(ବ୍ୟୁରୋ),୩।୩:ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳଙ୍କ ବୁଧବାର ଟେଷ୍ଟ ଅଫ୍‌ ଆଇଡେଣ୍ଟିଫିକେଶନ(ଟିଆଇ) ପରେଡ୍‌ ହେବ। ଝାରପଡ଼ା ଜେଲ୍‌ରେ ମଧ୍ୟାହ୍ନରେ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ପ୍ରଥମ ଶ୍ରେଣୀ (ଜେଏମ୍‌ଏଫ୍‌ସି) ସ୍ରୁଜାଲିନ୍‌ ମହାନ୍ତିଙ୍କ ଉପସ୍ଥିତିରେ ପୀଡ଼ିତା ଅଞ୍ଜନା ଅଭିଯୁକ୍ତଙ୍କୁ ଚିହ୍ନଟ କରିବେ।
ଏଥିସହ ଅଭିଯୁକ୍ତଙ୍କୁ ଆସନ୍ତା ୪ ଓ ୫ତାରିଖ ୨ଦିନ ସିବିଆଇ ରିମାଣ୍ଡରେ ନେବାକୁ ସ୍ବତନ୍ତ୍ର ସିଜେଏମ୍‌ ଅଦାଲତ ଅନୁମତି ଦେଇଛନ୍ତି। କୋଲ୍‌କାତାର ଏକ ସିବିଆଇ ଟିମ୍‌ ଅଭିଯୁକ୍ତ ବିବନଙ୍କ ଟିଆଇ ପରେଡ୍‌ ଏବଂ ୫ଦିନ ରିମାଣ୍ଡରେ ନେବାକୁ ମଙ୍ଗଳବାର ସ୍ବତନ୍ତ୍ର ସିବିଆଇ ଅଦାଲତଙ୍କ ନିକଟରେ ଆବେଦନ କରିଥିଲେ। ଉକ୍ତ ଆବେଦନର ଶୁଣାଣି କରି ଟିଆଇ ପରେଡ ସହ ୨ଦିନ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି। ଏନେଇ ପୀଡ଼ିତା ଅଞ୍ଜନା କହିଛନ୍ତି, ଗଣବଳାତ୍କାର ଘଟଣାକୁ ଇତିମଧ୍ୟରେ ୨ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ବିତିଗଲାଣି। ଏତେଦିନ ପରେ ଅଭିଯୁକ୍ତଙ୍କୁ ଚିହ୍ନଟ କରିବି। ଏହା କଷ୍ଟସାଧ୍ୟ ହୋଇଥିଲେ ମଧ୍ୟ ଅଭିଯୁକ୍ତଙ୍କୁ ମନେପକାଇବାକୁ ଯଥାସମ୍ଭବ ଚେଷ୍ଟା କରିବି। ଏଥିସହ ଏହି ମାମଲାରେ ମୁଖ୍ୟ ଅଭିଯୁକ୍ତଙ୍କୁ ଫେରାର ହେବାରେ କିଏ କିଏ ସବୁ ସହଯୋଗ କରିଥିଲେ, ସେ ଦିଗକୁ ଗୁରୁତର ସହ ତଦନ୍ତ କରିବାକୁ ଅଞ୍ଜନା କହିଛନ୍ତି।
ପ୍ରକାଶ ଯେ, ୧୯୯୯ ଜାନୁୟାରୀ ୯ ତାରିଖରେ ବାରଙ୍ଗ ବେଲ୍‌ଗାଛିଆ ନିକଟରେ ଅଞ୍ଜନାଙ୍କୁ ଗଣବଳାତ୍କାର କରାଯାଇଥିଲା। ଏହି ଘଟଣାରେ ସମ୍ପୃକ୍ତ ତିନିଜଣଙ୍କ ମଧ୍ୟରୁ ଅଭିଯୁକ୍ତ ପ୍ରଦୀପ ସାହୁ ଓରଫ ପଦିଆ ଏବଂ ଧୀରେନ୍ଦ୍ର ମହାନ୍ତି ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ କାରାଦଣ୍ଡ ପାଇଥିବାବେଳେ ମୁଖ୍ୟ ଅଭିଯୁକ୍ତ ବିବନ ଫେରାର ଥିଲେ। ଦୀର୍ଘ ୨୨ବର୍ଷ ପରେ ନିକଟରେ କମିଶନରେଟ ପୋଲିସ ଅପରେଶନ ସାଇଲେଣ୍ଟ ଭାଇପରରେ ନିଜ ନାମ ପରିବର୍ତ୍ତନ କରି ମହାରାଷ୍ଟ୍ର ପୁଣେସ୍ଥିତ ଆମ୍ବିଭ୍ୟାଲିରେ ରହୁଥିବା ଅଭିଯୁକ୍ତ ବିବନଙ୍କୁ ଗିରଫ କରିଥିଲା। ମାମଲାର ତଦନ୍ତ ସିବିଆଇ କରୁଥିବାରୁ ତାଙ୍କୁ ଭୁବନେଶ୍ୱର ଅଣାଯାଇ ସିବିଆଇକୁ ହସ୍ତାନ୍ତର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

ବିଜୁଳି ଖୁଣ୍ଟରେ ପିଟିହେଲା ଟ୍ରାକ୍ଟର, ଆଉ ତା’ପରେ…

ବାଲିଶଙ୍କରା,୩ା୪(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ସାକୁଶପାନୀ ଗ୍ରାମରେ ଶୁକ୍ରବାର ବିଜୁଳି ଖୁଣ୍ଟରେ ଏକ ଟ୍ରାକ୍ଟର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri