ଡେମୋ ଦେଖାଇଲେ ବିବନ: ସିବିଆଇ ଆଗରେ ବଖାଣିଲେ ଘଟଣାକ୍ରମ

ବାରଙ୍ଗ,୫।୩(ଡି.ଏନ୍‌.ଏ.): ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ବାରଙ୍ଗ ନରଣପୁରର ବିବନ ବିଶ୍ୱାଳ ଶୁକ୍ରବାର ସକାଳେ ସିବିଆଇକୁ ଡେମୋ ଦେଖାଇଛନ୍ତି। ସିବିଆଇ ଆଖିରୁ ଖସି ଦୀର୍ଘ ୨୨ବର୍ଷ ଧରି ଫେରାର ଥିବା ବିବନଙ୍କୁ କମିଶନରେଟ ପୋଲିସ ଗତ୨୧ତାରିଖରେ ମହାରାଷ୍ଟ୍ର ଆମ୍ବିଭ୍ୟାଲିରୁ ଗିରଫ କରିଥିଲା। ତେବେ ସିବିଆଇ ବିବନଙ୍କୁ ଦୁଇଦିନିଆ ରିମାଣ୍ଡରରେ ଆଣିଥିବାବେଳେ ଶୁକ୍ରବାର ହେଉଛି ଶେଷଦିନ। ତେଣୁ ସକାଳେ ବିବନଙ୍କୁ ସାଙ୍ଗରେ ଧରି ସିବିଆଇ ବାରଙ୍ଗ ଥାନାରେ ପହଁଚିଥିଲା। ବାରଙ୍ଗ ପୋଲିସ ସହାୟତାରେ ତାଙ୍କୁ ସାଙ୍ଗରେ ନେଇ ୧୯୯୯ ଜାନୁୟାରୀ ୯ ତାରିଖ ରାତିରେ ଘଟିଥିବା ଘଟଣାସ୍ଥଳ ନୟାପାଟଣା ଗ୍ରାମମୁଣ୍ଡ ଜଙ୍ଗଲକୁ ଯାଇଥିଲେ। ସେଠାରେ ସେ ସିବିଆଇକୁ ଡେମୋ ଦେଖାଇବା ସହ ଘଟଣାକ୍ରମକୁ ବଖାଣିଥିଲା। ଏହାପରେ ବାରଙ୍ଗଥାନାକୁ ବିବନଙ୍କୁ ଆଣି ସିବିଆଇ କିଛିସମୟ ପଚରାଉଚରା କରିବା ପରେ ସାଙ୍ଗରେ ନେଇ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri