ଝାରପଡ଼ା ଜେଲରେ ହେବ ବିବନଙ୍କ ଟିଆଇ ପରେଡ୍‌

ଭୁବନେଶ୍ୱର,୨।୩(ବ୍ୟୁରୋ):ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାରେ ଗିରଫ ହୋଇଥିବା ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳକୁ ପଚରାଉଚରା କରିବ ସିବିଆଇ। ସୋମବାର ସିବିଆଇର ଏକ ଉଚ୍ଚସ୍ତରୀୟ ଟିମ୍‌ ପୋଲିସ କମିଶନର ଡ. ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଭେଟି ଆଲୋଚନା କରିଛନ୍ତି। ଏହାସହ ଝାରପଡ଼ା ଜେଲରେ ବିବନଙ୍କ ଟି.ଆଇ ପରେଡ୍‌ କରାଯିବ ବୋଲି ଜଣାପଡ଼ିଛି। ଏନେଇ ମଙ୍ଗଳବାର କୋର୍ଟରେ ଆବେଦନ କରିବାକୁ ସିବିଆଇ ପ୍ରସ୍ତୁତି ଆରମ୍ଭ କରିଥିବା ସିବିଆଇର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।
ବିବନଙ୍କୁ କମିଶନରେଟ୍‌ ପୋଲିସ କେମିତି ଗିରଫ କଲା, ତାଙ୍କ ସମ୍ପର୍କରେ କେମିତି ଜାଣିଲେ, ସାକ୍ଷୀପ୍ରମାଣ ତଥ୍ୟକୁ କିପରି ସୁରକ୍ଷିତ ଭାବେ ଉପସ୍ଥାପନ କରାଯିବ ଓ ପରବର୍ତ୍ତୀ ତଦନ୍ତ ସମ୍ପର୍କରେ ସିବିଆଇ ଟିମ୍‌ର ୨ ଅଧିକାରୀ ଓ ଆଇନଜୀବୀ ପହଞ୍ଚତ୍ ପୋଲିସ କମିଶନରଙ୍କ ସହ ଏମିତି ଅନେକ ପ୍ରସଙ୍ଗରେ ଜାଣିବାକୁ ଚାହିଁଛନ୍ତି। ଏହାସହ ଘଟଣାର ତଦନ୍ତ ପାଇଁ କମିଶନରେଟ୍‌ ପୋଲିସ ସିବିଆଇକୁ ସମସ୍ତ ସହଯୋଗ କରିବ ବୋଲି କମିଶନର ଷଡ଼ଙ୍ଗୀ ସୂଚନା ଦେଇଛନ୍ତି। ପୂର୍ବରୁ ମଧ୍ୟ ପୋଲିସ କମିଶନରଙ୍କୁ ସିବିଆଇର ଏକ ୨ଜଣିଆ ସିବିଆଇ ଟିମ୍‌ ଭେଟି ଆଲୋଚନା କରିଥିଲେ।
ଅନ୍ୟପକ୍ଷରେ ଗିରଫ ବିବନ ବିଶ୍ୱାଳ ଏବେ ଝାରପଡ଼ା ଜେଲରେ ରହିଛନ୍ତି। ସେ ଗିରଫ ହେବା ପରେ ସିବିଆଇ ଅଞ୍ଜନା ମିଶ୍ର ବଳାକତ୍ାର ମାମଲା ଫାଇଲକୁ ରି-ଓପନ କରି ଦସ୍ତାବିଜ୍‌ ସଂଗ୍ରହ କରିବାରେ ଲାଗିପଡ଼ିଛି। ଝାରପଡ଼ା ଜେଲରେ ବିବନଙ୍କ ପାଇଁ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା କରାଯାଇଛି। ୩ଟି ପର୍ଯ୍ୟାୟରେ ୩ଜଣ ସୁରକ୍ଷାକର୍ମୀ ଜଗି ରହିଛନ୍ତି। ମାନସିକ ଚାପଗ୍ରସ୍ତ ହୋଇ ଯେପରି ସେ କୌଣସି ପଦକ୍ଷେପ ନ ନିଅନ୍ତି, ସେନେଇ ଝାରପଡ଼ା ଜେଲ ପକ୍ଷରୁ କଡ଼ା ନଜର ରଖାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri