ବିଭୁ ହୋତା ପାଇଲେ କିଶୋରୀଚରଣ ପୁରସ୍କାର

କଟକ ଅଫିସ, ୨ା୩: କଥାକାର କିଶୋରୀଚରଣ ଦାସଙ୍କ ୯୯ତମ ଜୟନ୍ତୀ ଉତ୍ସବ କଟକ ଶ୍ରୀରାମଚନ୍ଦ୍ର ଭବନରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। କିଶୋରୀଚରଣ ସ୍ମୃତି ସଂସଦ ଆନୁକୂଲ୍ୟରେ ଆୟୋଜିତ ଉତ୍ସବକୁ ସାହିତି୍ୟକ ଅଧ୍ୟାପକ ବିଶ୍ୱରଞ୍ଜନ ଉଦ୍‌ଘାଟନ କରି କହିଥିଲେ, କିଶୋରୀଚରଣ ଥିଲେ ଭାରତୀୟ ସଂସ୍କୃତି ଓ ପରମ୍ପରାର ସାର୍ଥକ ରୂପକାର। ଅନ୍ତରଙ୍ଗ ଭାବକୁ ଶବ୍ଦ ରୂପ ଦେବାରେ ସେ ଥିଲେ ଅନନ୍ୟ। ସ୍ମୃତି ସଂସଦ ସଭାପତି ଜଷ୍ଟିସ୍‌ ବିମଳ ପ୍ରସାଦ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟବକ୍ତା ଭାବେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ସ୍ନାତକୋତ୍ତର ଓଡ଼ିଆ ବିଭାଗ ମୁଖ୍ୟ ଡ. ଜ୍ଞାନୀ ଦେବାଶିଷ ମିଶ୍ର ଯୋଗଦେଇ କହିଥିଲେ, କିଶୋରୀଚରଣଙ୍କ ଗଳ୍ପରେ ଥାଏ ସାମାଜିକ ପ୍ରତିବଦ୍ଧତା। ସାମ୍ପ୍ରତିକ ବିଚାର ଶୈଳୀକୁ ସେ ଭିନ୍ନଭୂମିରେ ପ୍ରକାଶ କରି ପାଠକଙ୍କ ହୃଦୟକୁ ସ୍ପର୍ଶ କରିବାରେ ଅଦ୍ୱିତୀୟ ଶିଳ୍ପୀ। ଏହି ଅବସରରେ ଚଳିତ ବର୍ଷର କିଶୋରୀଚରଣ ପୁରସ୍କାର ତରୁଣ କଥାକାର ବିଭୁ ହୋତାଙ୍କୁ ‘ଜହ୍ନପା’ ଗଳ୍ପ ପୁସ୍ତକ ପାଇଁ ପ୍ରଦାନ କରାଯାଇଥିଲା। ସ୍ମୃତି ସଂସଦ ସମ୍ପାଦକ ପ୍ରଫେସର ବିଜୟାନନ୍ଦ ସିଂହ ସ୍ବାଗତ ଭାଷଣ, ତରୁଣ କୁମାର ସାହୁ କାର୍ଯ୍ୟକ୍ରମର ବିବରଣୀ ପ୍ରଦାନ, ଗବେଷକ କମଳ ମାହୁନ୍ତ ପ୍ରାରମ୍ଭିକ ସୂଚନା, ଡ. ଅଭୟ କୁମାର ରାଉତ ମାନପତ୍ର ପାଠ ଓ ସ୍ମୃତି ସଂସଦର ସଦସ୍ୟ ଦୁଷ୍ମନ୍ତ ଦାସ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri