Posted inଖେଳ

ଟାଇଟଲ ସ୍ପନସରଶିପ୍‌ ଲାଗି ବିଡ୍ସ ପ୍ରକ୍ରିୟା ଆରମ୍ଭ, ଜାଣନ୍ତୁ ଏହି ସବୁ କମ୍ପାନୀ ପଡିବେ ବାଦ୍‌

ନୂଆଦିଲ୍ଲୀ,୨ା୯: ଫାଣ୍ଟାସି ସ୍ପୋଟର୍‌ସ କମ୍ପାନୀ ଡ୍ରିମ୍‌ ୧୧ ଓହରିବା ପରେ ଭାରତୀୟ କ୍ରିକେଟ୍‌ ଦଳର ଟାଇଟଲ ସ୍ପନସରଶିପ୍‌ ଅଧିକାର ଲାଗି ବିସିସିଆଇ ମଙ୍ଗଳବାର ବିଡ୍ସ ଆମନ୍ତ୍ରଣ କରିଛି। ସରକାରଙ୍କ ପକ୍ଷରୁ ବ୍ୟାନ୍‌ କରାଯିବା ପରେ ଏହି ବିଡ୍ସ ପ୍ରକ୍ରିୟାରୁ ରିୟଲ ମନି ଗେମିଂ ଓ କ୍ରିପ୍ଟୋ କରେନ୍ସି କମ୍ପାନୀକୁ ବାଦ୍‌ କରାଯାଇଛି।

ଆସନ୍ତା ୯ ତାରିଖରୁ ୟୁଏଇରେ ଆରମ୍ଭ ହେବାକୁଥିବା ଏସିଆ କପ୍‌ରେ ଭାରତୀୟ ଦଳ ବିନା ଟାଇଟଲ ସ୍ପନସର୍‌ରେ ଖେଳିବ। ବୋର୍ଡ ପକ୍ଷରୁ ଆସନ୍ତା ୧୬ ତାରିଖକୁ ବିଡ୍ସ ଦାଖଲର ଅନ୍ତିମ ଦିନ ଧାର୍ଯ୍ୟ କରାଯାଇଛି। ପ୍ରମୋଶନ ଓ ରେଗୁଲେଶନ ଅଫ୍‌ ଅନ୍‌ଲାଇନ୍‌ ଗେମିଂ ୨୦୨୫ ଆଇନ କାରଣରୁ ଡ୍ରିମ୍‌ ୧୧ ଭଳି ରିୟଲ ମନି ଗେମିଂ ଦେଶରେ ବ୍ୟାନ୍‌ ହୋଇଯାଇଛି। ଡ୍ରିମ୍‌ ୧୧ ଓ ମାଈଁ ୧୧ ସର୍କଲ ଭଳି କମ୍ପାନୀଠାରୁ ବିସିସିଆଇକୁ ପ୍ରାୟ ୧୦୦୦ କୋଟି ଟଙ୍କା ମିଳୁଥିଲା। ଦୁହେଁ ଯଥାକ୍ରମେ ଭାରତୀୟ କ୍ରିକେଟ୍‌ ଦଳ ଓ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ)ର ଟାଇଟଲ ସ୍ପନସର ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

ଯୁଦ୍ଧ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲା ଇସ୍ରାଏଲ, ନେତାନ୍ୟାହୁ କରିବେ ଏମିତି କାମ, ଇରାନ କାବା

ନୂଆଦିଲ୍ଲୀ,୧।୪: ଇରାନ ବିରୁଦ୍ଧରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଏକ ନୂତନ ଏବଂ ପ୍ରମୁଖ ରଣନୈତିକ ପଦକ୍ଷେପର ସଙ୍କେତ ଦେଇଛନ୍ତି। ନେତାନ୍ୟାହୁ କହିଛନ୍ତି…

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…

ବଢିଲା ପେଟ୍ରୋଲ-ଡିଜେଲ ଦାମ୍‌, ଏଥର ମୁଣ୍ଡରେ ହାତ ଦେବେ ଗ୍ରାହକ

ନୂଆଦିଲ୍ଲୀ,୧।୪: ଦେଶବ୍ୟାପୀ ପ୍ରିମିୟମ ପେଟ୍ରୋଲ ମୂଲ୍ୟ ବୃଦ୍ଧି ପରେ, ପ୍ରିମିୟମ ଡିଜେଲ ମଧ୍ୟ ମହଙ୍ଗା ହୋଇଯାଇଛି। ତେଲ କମ୍ପାନୀଗୁଡ଼ିକ ସୋମବାର ମଧ୍ୟରାତ୍ରିରୁ ପ୍ରିମିୟମ ଡିଜେଲ ମୂଲ୍ୟ ପ୍ରାୟ…

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri