କମଲା ହାରିସ୍‌ଙ୍କୁ ‘ଫାଷ୍ଟ ଲେଡି’ କହିଲେ ବାଇଡେନ୍‌

ଓ୍ବାଶିଂଟନ୍‌, ୧୭ା୩: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ମଙ୍ଗଳବାର ହ୍ବାଇଟ୍‌ହାଉସ୍‌ରେ ‘ସମାନ ବେତନ ଦିବସ’ ଉପରେ ମନ୍ତବ୍ୟ ରଖୁଥିବାବେଳେ ଭୁଲ୍‌ରେ ଉପରାଷ୍ଟ୍ରପତି କମଲା ହାରିସ୍‌ଙ୍କୁ ଫାଷ୍ଟ ଲେଡି (ଦେଶର ପ୍ରଥମ ମହିଳା) ସମ୍ବୋଧନ କରିଥିଲେ। ଏହା ପରେ ହ୍ବାଇଟ୍‌ ହାଉସ୍‌ରେ ଥିବା ସମସ୍ତ ସଦସ୍ୟଙ୍କ ମଧ୍ୟରେ ହାସ୍ୟରୋଳ ସୃଷ୍ଟି ହୋଇଥିଲା। ହାରିସ୍‌ଙ୍କୁ ଫାଷ୍ଟ ଲେଡି ବୋଲି କହି ତାଙ୍କ ସ୍ବାମୀ ଡୋଗଲସ୍‌ ଏମ୍‌ହଫ୍‌ କୋଭିଡ୍‌ରେ ସଂକ୍ରମିତ ହୋଇଥିବା ବାଇଡେନ୍‌ ସମ୍ବୋଧନରେ ଦର୍ଶାଇଥିଲେ। ଡୋଗଲସ୍‌ କରୋନାରେ ଆକ୍ରାନ୍ତ କାରଣରୁ କାର୍ଯ୍ୟକ୍ରମ ଆୟୋଜନରେ ସାମାନ୍ୟ ପରିବର୍ତ୍ତନ କରାଯାଇଥିବା ବାଇଡେନ୍‌ କହୁଥିବାବେଳର ଏକ ଭିଡିଓ ମଧ୍ୟ ସାମ୍‌ନାକୁ ଆସିଛି। ବକ୍ତବ୍ୟ ଆରମ୍ଭ କରିବା ବେଳେ ବାଇଡେନ୍‌ ନିଜକୁ ଫାଷ୍ଟ ଲେଡିଙ୍କ ସ୍ବାମୀ ବୋଲି ଦର୍ଶାଇଥିଲେ। ‘ମୁଁ ଜୋ ବାଇଡେନ୍‌। ଜିଲ୍‌ ବାଇଡେନ୍‌ଙ୍କ ସ୍ବାମୀ ଏବଂ ଏଥିପାଇଁ ଗର୍ବିତ ବୋଲି ରାଷ୍ଟ୍ରପତି କହିଥିଲେ। ଏହାବାଦ୍‌ କାର୍ଯ୍ୟକ୍ରମରେ ମହିଳା କର୍ମଚାରୀଙ୍କୁ ସମାନ ବେତନ ଦେବା ଉପରେ ବାଇଡେନ୍‌ ଗୁରୁତ୍ୱ ଦେଇଥିଲେ। ପେ ଗ୍ୟାପ୍‌ ବା ବେତନରେ ଅସମାନତା ଦୂର କରିବା ପାଇଁ ସେ ନିଜ ପ୍ରଶାସନକୁ ପରାମର୍ଶ ଦେଇଥିଲେ। ଡିପାର୍ଟମେଣ୍ଟ ଅଫ୍‌ ଲେବର ଡାଟା ଉପରେ ହାଉସ୍‌ ସ୍ପିକର ନାନ୍‌ସୀ ପେଲୋସି ଏବଂ ଡି-କାଲିଫ୍‌ ପାଉଣା ପ୍ରଦାନରେ ଥିବା ଅସମାନତାକୁ ଦର୍ଶାଇଥିଲେ। ୨୦୨୦ରେ ଆମେରିକାରେ ପୁରୁଷମାନଙ୍କ ତୁଳନାରେ ମହିଳାମାନେ ୧ ଡଲାର ବଦଳରେ ୮୩ ସେଣ୍ଟ୍‌ସ ଆୟ କରିଥିବା ରିପୋର୍ଟରେ ଦର୍ଶାଯାଇଥିଲା। ସମାନ ବେତନ ଉପରେ ସରକାର ଅଧିକ ଗୁରୁତ୍ୱ ଦେଉଥିବା ବାଇଡେନ୍‌ କହିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri