ଭାଷଣ ଦେବା ସମୟରେ ଷ୍ଟେଜ ଉପରେ ମୋଦିଙ୍କୁ ଭୁଲିଗଲେ ବାଇଡେନ, ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୨।୯: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ଭୁଲିଯିବା ସମସ୍ୟା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ରିପୋର୍ଟରେ ଦର୍ଶାଯାଇଛି ଯେ ବୟସ ବଢିବା ଏବଂ ସ୍ମୃତି ଶକ୍ତି ଦୁର୍ବଳ ହେବା କାରଣରୁ ଜୋ ବାଇଡେନ ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି ନିର୍ବାଚନରୁ ତାଙ୍କ ନାମ ପ୍ରତ୍ୟାହାର କରି ନେଇଛନ୍ତି। ନିକଟରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ମଞ୍ଚ ଶେୟାର କରୁଥିବା ବେଳେ ଭୁଲିଯିବାର ସମସ୍ୟା ସାମ୍ନାକୁ ଆସିଥିଲା। ତାଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପରିଚୟ ଦେବାର ଥିଲା କିନ୍ତୁ ସେ ତାହା ଭୁଲି ଯାଇଥିଲେ।

ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଡେଲାୱେରରେ କ୍ୱାଡ ନେତାଙ୍କ ସହ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପରିଚିତ କରାଇବାରେ ଭୁଲ କରିଛନ୍ତି। ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଥିଲା ‘କ୍ୟାନସର ମୁନଶଟ’ ଇନିସିଏଟିଭ ଲଞ୍ଚ କରିବାର ଥିଲା। ଯାହାର ଉଦ୍ଦେଶ୍ୟ ହେଉଛି ଇଣ୍ଡୋ-ପାସିଫିକ ଅଞ୍ଚଳରେ କ୍ୟାନସର ବୋଝକୁ କମ୍‌ କରିବା।
ଯେତେବେଳେ ବାଇଡେନଙ୍କୁ ମୋଦିଙ୍କ ପରିଚୟ ଦେବାକୁ ପଡିଲା, ସେତେବେଳେ ସେ ଦ୍ୱନ୍ଦ୍ୱରେ ପଡ଼ି ପଚାରିଥିଲେ ମୁଁ ପରବର୍ତ୍ତୀ ସମୟରେ କାହାର ପରିଚୟ ଦେଉଛି? ଏହା ଉପରେ କାର୍ଯ୍ୟକ୍ରମ ସଂଚାଳକ ତୁରନ୍ତ ପିଏମ ମୋଦିଙ୍କ ନାମ ନେଇଥିଲେ। ତା’ପରେ ଜୋ ବେଇଡେନ ମୋଦିଙ୍କ ପରିଚିୟ ଦେଇଥିଲେ।
ନିକଟ ଅତୀତରେ, ଏହିପରି ଅନେକ ଘଟଣା ବେଇଡେନଙ୍କ ସାମ୍ନାକୁ ଆସିଛି ଯେଉଁଠାରେ ସେ ସାଧାରଣ କାର୍ଯ୍ୟକ୍ରମରେ ଶବ୍ଦ ସମ୍ବନ୍ଧରେ ବିରାମ କିମ୍ବା ଭୁଲିଯିବା ସମସ୍ୟାର ସମ୍ମୁଖୀନ ହୋଇଛନ୍ତି । ଚଳିତ ବର୍ଷ ଜୁଲାଇରେ ନାଟୋ ଶିଖର ସମ୍ମିଳନୀରେ ସେ ଭୁଲରେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାବରେ ସମ୍ବୋଧିତ କରିଥିଲେ। ଏହା ବ୍ୟତୀତ ରାଷ୍ଟ୍ରପତି ବାଇଡେନଙ୍କ ପ୍ରଥମ ରାଷ୍ଟ୍ରପତି ବିତର୍କରେ ଉପସ୍ଥାପନା ଉପରେ ମଧ୍ୟ ପ୍ରଶ୍ନ ଉଠିଥିଲା, ଯେଉଁଥିରେ ସେ ବେଳେବେଳେ ଶବ୍ଦଗୁଡ଼ିକୁ ସଠିକ ଭାବରେ ଉଚ୍ଚାରଣ କରିନଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri