ମୋଦିଙ୍କୁ ଭୁଲିଗଲେ ବାଇଡେନ୍‌

ଓ୍ବିଲ୍‌ମିଙ୍ଗଟନ୍‌,୨୩।୯ : କ୍ୱାଡ୍‌ ସମ୍ମିଳନୀ ମଞ୍ଚରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ଭୁଲାପଣର ଆଉ ଏକ ଦୃଷ୍ଟାନ୍ତ ଦେଖିବାକୁ ମିଳିଛି। ଡେଲାଓ୍ବାରେଠାରେ ରବିବାର ସକାଳେ ଏକ ଖବରଦାତା ସମ୍ମିଳନୀରେ ବାଇଡେନ୍‌ କ୍ୱାଡ୍‌ ନେତାମାନଙ୍କ ପରିଚୟ ଦେଉଥିବାବେଳେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭୁଲିଯାଇଥିଲେ। କାର୍ଯ୍ୟକ୍ରମରେ ବାଇଡେନ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ମୋଦି, ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିସ୍‌ ଏବଂ ଜାପାନ ପ୍ରତିପକ୍ଷ ଫୁମିଓ କିଶିଡା ଉପସ୍ଥିତ ଥିଲେ। ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ କ୍ୟାନ୍‌ସର ସମସ୍ୟା ହ୍ରାସ ନିମନ୍ତେ କ୍ୟାନ୍‌ସର ମୁନ୍‌ଶୁଟ୍‌ ଇନିସିଏଟିଭ୍‌ର ଶୁଭାରମ୍ଭ ହୋଇଥିଲା। ଏହା ଉପରେ ଉଦ୍‌ବୋଧନ ଦେବା ପରେ ବାଇଡେନ୍‌ ମଞ୍ଚରେ ଉପସ୍ଥିତ ଥିବା ପ୍ରଧାନମନ୍ତ୍ରୀ ମୋଦିଙ୍କ ପରିଚୟ କରାଇବାକୁ ଯାଉଥିଲେ। ତେବେ ସେ କ’ଣ କହିବେ ଜାଣି ନ ପାରି ହଡ଼ବଡ଼େଇ ଯାଇଥିଲେ ଏବଂ ଦ୍ୱନ୍ଦ୍ୱରେ ପଡ଼ିଯାଇଥିବା ଜଣାପଡ଼ୁଥିଲେ। ମୁଁ କାହାର ପରିଚୟ ଦେବି ବୋଲି ସେ ପ୍ରଶ୍ନ କରିଥିଲେ। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଖବରଦାତା ସମ୍ମିଳନୀରେ ଅଛନ୍ତି ବୋଲି ସମ୍ପୂର୍ଣ୍ଣ ଭୁଲିଯାଇଥିଲେ। କାର୍ଯ୍ୟକ୍ରମର ଉପସ୍ଥାପକ ପ୍ରଧାନମନ୍ତ୍ରୀ ମୋଦିଙ୍କ ନାଁ ଘୋଷଣା କରିବା ସହ ତାଙ୍କ ପରିଚୟ ରଖିବାକୁ ଆଗେଇ ଆସିଥିଲେ।
୮୧ ବର୍ଷୀୟ ବାଇଡେନ୍‌ଙ୍କ ମାନସିକ ସ୍ଥିତି ଚିନ୍ତାଜନକ ହୋଇଛି। ସେ ଭାଗ ନେଉଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଉପସ୍ଥିତ ନେତାଙ୍କୁ ଭୁଲିଯାଉଛନ୍ତି। ଜୁଲାଇରେ ନାଟୋ ସମ୍ମିଳନୀରେ ଉଦ୍‌ବୋଧନ ଦେଲାବେଳେ ବାଇଡେନ୍‌ ସେଠାରେ ଉପସ୍ଥିତ ଥିବା ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କିଙ୍କୁ ଭୁଲ୍‌ବଶତଃ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ କହିଥିଲେ। ରିପବ୍ଲିକାନ୍‌ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ପ୍ରେସିଡେନ୍‌ସିଆଲ ବିତର୍କ ବେଳେ ବାଇଡେନ୍‌ ବାରମ୍ବାର ହଡ଼ବଡେଇ ଯିବା ସହ କ’ଣ କହିବେ ଜାଣିପାରି ନ ଥିଲେ। ଏଥିପାଇଁ ସେ ନିଜ ଦଳରୁ ସମାଲୋଚିତ ହେବା ପରେ ଡେମୋକ୍ରାଟ୍‌ ରାଷ୍ଟ୍ରପତି ପ୍ରାର୍ଥୀ ଦୌଡ଼ରୁ ଓହରିଯିବାକୁ ବାଧ୍ୟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri