ବାଇଡେନ୍‌ଙ୍କ ସହ ଆଲୋଚନା କଲେ ମୋଦି

ନୂଆଦିଲ୍ଲୀ/ଓ୍ବାଶିଂଟନ୍‌,୧୧।୪: ୟୁକ୍ରେନ୍‌ ଉପରେ ରୁଷିଆ ଆକ୍ରମଣ ସୋମବାର ୪୭ ଦିନରେ ପହଞ୍ଚିଥିବା ବେଳେ ପ୍ରଥମ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ମଧ୍ୟରେ ଭର୍ଚୁଆଲ ଆଲୋଚନା ଅନୁଷ୍ଠିତ ହୋଇଛି। ୟୁକ୍ରେନ୍‌ ଜନସାଧାରଣଙ୍କ ସୁରକ୍ଷା ଏବଂ ସେମାନଙ୍କ ପାଇଁ ନିରବଚ୍ଛିନ୍ନ ମାନବୀୟ ସହାୟତା ପ୍ରେରଣ ଉପରେ ଭାରତ ଗୁରୁତ୍ୱ ଦେଇଛି। ଯୁଦ୍ଧ କ୍ଷତିଗ୍ରସ୍ତ ୟୁକ୍ରେନ୍‌କୁ ଭାରତ ଔଷଧ ଓ ରିଲିଫ ସହାୟତା ଯୋଗାଇ ଦେଉଛି। ରୁଷିଆ ୟୁକ୍ରେନ୍‌ ମଧ୍ୟରେ ଚାଲିଥିବା ଆଲୋଚନା ଶାନ୍ତି ଫେରାଇ ଆଣିବା ନେଇ ଭାରତ ଆଶାବାଦୀ ଥିବା ପ୍ରଧାନମନ୍ତ୍ରୀ କହିଛନ୍ତି। ବୁଚା ସହରରେ ନିରୀହ ଲୋକଙ୍କୁ ହତ୍ୟା କରାଯିବା ଘଟଣାକୁ ଭାରତ ତୁରନ୍ତ ନିନ୍ଦା କରିବା ସହ ଏହାର ଉପଯୁକ୍ତ ତଦନ୍ତ ଦାବି କରିଥିଲା ବୋଲି ମୋଦି ବାଇଡେନ୍‌ଙ୍କୁ କହିଛନ୍ତି। ସୂଚନାଯୋଗ୍ୟ, ରୁଷିଆରୁ ଭାରତ ତେଲ କିଣିବା ନିଷ୍ପତ୍ତି ସମେତ ୟୁକ୍ରେନ୍‌ ସଙ୍କଟ ବେଳେ ନୂଆଦିଲ୍ଲୀର ଆଭିମୁଖ୍ୟକୁ ନେଇ ଓ୍ବାଶିଂଟନ ଅସନ୍ତୋଷ ବ୍ୟକ୍ତ କରିଆସିଛି। ଯୁଦ୍ଧକୁ ନେଇ ଭାରତର ପ୍ରତିକ୍ରିୟା ସମ୍ପର୍କରେ ମୋଦି କହିଥିଲେ, ସେ ଅନେକ ଥର ରୁଷିଆ ଓ ୟୁକ୍ରେନ୍‌ ରାଷ୍ଟ୍ରପତିଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି ଓ ଶାନ୍ତି ଫେରାଇ ଆଣିବା ପାଇଁ ଅନୁରୋଧ କରିଛନ୍ତି। ୟୁକ୍ରେନ୍‌ ରାଷ୍ଟ୍ରପତିଙ୍କ ସହ ସିଧାସଳଖ କଥା ହେବା ପାଇଁ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କୁ ପରାମର୍ଶ ଦେଇଥିଲେ ବୋଲି ଭର୍ଚୁଆଲ ବୈଠକରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

ବଢିଗଲା ଦାମ୍‌! ସିଗାରେଟ ପ୍ୟାକେଟର ଦାମ ୪୦୦, ପାନ ମସଲାର ଦାମ ହେଲା ୨୦୦ଟଙ୍କା?

ନୂଆଦିଲ୍ଲୀ,୧୦।୨: ଏହା ସତ୍ୟ ଯେ, ଫେବୃଆରୀ ୧, ୨୦୨୬ ରୁ ସରକାର ପାପ ସାମଗ୍ରୀ ଉପରେ ସମ୍ପୂର୍ଣ୍ଣ ଟିକସ ଢାଞ୍ଚାକୁ ପରିବର୍ତ୍ତନ କରିଛନ୍ତି, ଯାହା ଫଳରେ ମୂଲ୍ୟ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

କ୍ୟାନସର ହସପିଟାଲକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯାଉ: ସାଂସଦ ପ୍ରଦୀପ ପୁରୋହିତ

ବରଗଡ,୧୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ କ୍ୟାନସର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ଦୃଷ୍ଟିରୁ ବରଗଡ଼ କ୍ୟାନସର ହସପିଟାଲକୁ ଶୀଘ୍ର ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ଦିଗରେ…

ଦିଲ୍ଲୀ କର୍ତ୍ତବ୍ୟ ପଥ ପରେଡରେ ଭାଗ ନେଇ ଫେରିଲେ ରାଜ୍ୟର ଗୌରବ ରାକେଶ

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏନ୍‌ସିସି ଆର୍ମି ୱିଂଗର କ୍ୟାଡେଟ ରାକେଶ ଭୂୟାଁଙ୍କୁ ମଙ୍ଗଳବାର କଲେଜ ପକ୍ଷରୁ ସମ୍ବର୍ଦ୍ଧନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri