ବାଇଡେନ୍‌ଙ୍କୁ ଏଭଳି କଟାକ୍ଷ କଲେ ଇମ୍ରାନ୍‌

ଇସ୍‌ଲାମାବାଦ,୧୭।୯: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କୁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଜଣେ ବିଜି ମ୍ୟାନ୍‌ (ବ୍ୟସ୍ତ ମଣିଷ) ବୋଲି କଟାକ୍ଷ କରିଛନ୍ତି। ବାଇଡେନ୍‌ ଗତ ଜାନୁୟାରୀରେ ରାଷ୍ଟ୍ରପତି ନିର୍ବାଚିତ ହେବା ପରଠାରୁ ଇମ୍ରାନ୍‌ଙ୍କୁ ଥରୁଟିଏ ହେଲେ ଫୋନ୍‌ କରିନାହାନ୍ତି। ଏନେଇ ଇସ୍‌ଲାମାବାଦସ୍ଥିତ ନିଜ ଗାଲା ବାସଭବନରେ ସିଏନ୍‌ଏନ୍‌କୁ ସାକ୍ଷାତ୍‌କାର ଦେଇ ଇମ୍ରାନ୍‌ କହିଛନ୍ତି, ବାଇଡେନ୍‌ ଜଣେ ବିଜି ମ୍ୟାନ୍‌। ସେ ଏତେ ବ୍ୟସ୍ତ ଯେ ତାଙ୍କୁ ଫୋନ୍‌ ବି କରିପାରୁ ନାହାନ୍ତି। ସେ କାହିଁକି ଏତେ ବ୍ୟସ୍ତ ତାହା ବାଇଡେନ୍‌ଙ୍କୁ ପଚରାଯାଉ। ସେହିପରି ଆଫଗାନିସ୍ତାନରେ ଅଶ୍ରଫ୍‌ ଗନି ସରକାରଙ୍କ ପତନ ପରେ ଇମ୍ରାନ୍‌ ବାଇଡେନ୍‌ଙ୍କ ସହ ଆଲୋଚନା କରି ନ ଥିବା ପ୍ରକାଶ କରିଛନ୍ତି। ଦୁର୍ଦ୍ଧର୍ଷ ହକ୍କାନି ନେଟ୍‌ଓ୍ବର୍କ ସମେତ ତାଲିବାନ ଭଳି ଆତଙ୍କବାଦୀ ସଙ୍ଗଠନଗୁଡ଼ିକୁ ପାକିସ୍ତାନ ପ୍ରଶ୍ରୟ ଦେଉଛି ବୋଲି ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ ମନ୍ତବ୍ୟ ଦେବା ପରେ ଇମ୍ରାନ୍‌ ଏପରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧିନାୟକ ହେବା ପରେ, ମୁମ୍ବାଇର ୱର୍ଲିରେ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ନେଲେ ଶ୍ରେୟସ ଆୟର; ଭଡା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମୁମ୍ବାଇ,୧୩।୬: ଶ୍ରେୟସ ଆୟରଙ୍କୁ ସମ୍ପ୍ରତି ଭାରତୀୟ ଟି-୨୦ ଦଳର ଅଧିନାୟକ ଦାୟିତ୍ୱ ଦିଆଯାଇଛି। ବର୍ତ୍ତମାନ, ସେ ମୁମ୍ବାଇର ହାଇକଷ୍ଟ ୱାର୍ଲି ଅଞ୍ଚଳରେ ଏକ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ଭଡା…

ମାତ୍ର ୧୦ ବର୍ଷ ବୟସରେ କମାଲ କଲେଣି ବୈଭବ ସୂର୍ଯ୍ୟବଂଶୀଙ୍କ ସାନ ଭାଇ

ପାଟନା,୧୩।୬: ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବ୍ୟାଟିଂରେ ଚହଳ ସୃଷ୍ଟି କରି ଟିମ ଇଣ୍ଡିଆରେ ସ୍ଥାନ ପାଇଥିଲେ ଏବଂ ଏବେ ତାଙ୍କ ସାନ ଭାଇ ସମାନ ପ୍ରଭାବ ପକାଇବାକୁ…

ପଟ୍ଟାଜମିରେ ଚାଲିଥିଲା ମାଇନିଂ ଗାଡ଼ି, ପ୍ରଶାସନର ପ୍ରତିଶ୍ରୁତି ପରେ ବି ମିଳିଲାନି ନ୍ୟାୟ, ଶେଷରେ…

ବଣାଇଁ,୧୩ା୬(ପ୍ରଦୀପ ତ୍ରିପାଠୀ): ଖଣି ସମୃଦ୍ଧ ସୁନ୍ଦରଗଡ଼ ଜିଲା କୋଇଡ଼ା ଅଞ୍ଚଳରୁ ଆସିଛି ପ୍ରଶାସନିକ ଅବହେଳା ଓ ଜନ ଅସନ୍ତୋଷର ଏକ ସାଂଘାତିକ ଚିତ୍ର। ନିଜ ପଟ୍ଟା ଜମି…

ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଗୁରୁ ଦାୟିତ୍ୱ, ଜୁନ ୩୦ରେ ଦାୟିତ୍ୱ ଗ୍ରହଣ

ନୂଆଦିଲ୍ଲୀ,୧୩।୬: କେନ୍ଦ୍ର ସରକାର ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଭାରତୀୟ ସେନାର ପରବର୍ତ୍ତୀ ସେନା ମୁଖ୍ୟ ଭାବରେ ନିଯୁକ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ଉପ ସେନା…

ବୁର୍ଲା ଏମସିଏଲର ମହିଳା କର୍ମଚାରୀଙ୍କ ଆତ୍ମହତ୍ୟା, କ୍ୱାର୍ଟରରୁ ଝୁଲନ୍ତା ମୃତଦେହ ଉଦ୍ଧାର

ସମ୍ବଲପୁର,୧୩।୬,(ପ୍ରମୋଦ ବହିଦାର): ବୁର୍ଲା ଆନନ୍ଦ ବିହାର ସ୍ଥିତ ମହାନଦୀ କୋଲଫିଲ୍ଡସ ଲିମିଟେଡ(ଏମସିଏଲ)ର ଜଣେ ମହିଳା କର୍ମଚାରୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୃତ ମହିଳା ଜଣକ ହେଉଛନ୍ତି…

ଇତିହାସ ରଚିଲା ‘ମାଇକେଲ’: ବିଶ୍ୱପ୍ୟାପୀ ଚମତ୍କାର ପ୍ରଦର୍ଶନ

ମାଇକେଲ ଜ୍ୟାକସନଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ’ ବକ୍ସ ଅଫିସ୍‌ରେ ଚମତ୍କାର ପ୍ରଦର୍ଶନ କରିଛି। ଏହା ନମ୍ବର ୧ ମ୍ୟୁଜିକାଲ ବାୟୋପିକ ପାଲଟିଛି। ପୂର୍ବ ରେକର୍ଡଧାରୀ…

ରମେଶ-ଦେବାଶିଷଙ୍କୁ ଭାଜପା ଦେଲା ନୂଆ ଦାୟିତ୍ୱ: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା

ପୁରୁଷୋତ୍ତମପୁର,୧୩।୬(ସବିତା ମିଶ୍ର): ଭାରତୀୟ ଜନତାପାର୍ଟି ଗଞ୍ଜାମ ଜିଲାରେ ଦଳକୁ ଶକ୍ତିଶାଳୀ କରିବା ସହ ସଂଗଠନକୁ ଆଗେଇନେବା ଲାଗି ପୁରୁଷୋତ୍ତମପୁର ଦୁଇ ଯୁବନେତାଙ୍କୁ ଗୁରୁଦାଇତ୍ବ ଦେଇଛି। ବଡଖରିଡା ପଞ୍ଚାୟତ…

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri