ଚାଇନା ବିରୋଧୀ ବିଲ୍‌କୁ ବାଇଡେନ୍‌ଙ୍କ ମୋହର

ଓ୍ବାଶିଂଟନ,୨୫।୧୨: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବିଲ୍‌ରେ ସ୍ବାକ୍ଷର କରିଛନ୍ତି। ଚାଇନାର ଶିଞ୍ଜିଆନ୍‌ ପ୍ରଦେଶରେ ସଂଖ୍ୟାଲଘୁ ଉଇଗର ସମ୍ପ୍ରଦାୟ ଉପରେ ହେଉଥିବା ଅତ୍ୟାଚାର ଏବଂ ମାନବାଧିକାର ଉଲ୍ଲଂଘନ ପ୍ରସଙ୍ଗରେ ବେଜିଂକୁ ଦଣ୍ଡିତ କରିବା ପାଇଁ ଏହି ଆଇନ ଉଦ୍ଦିଷ୍ଟ ବୋଲି କୁହାଯାଉଛି। ଗତ ସପ୍ତାହରେ ଏହା ସନେଟର ଉଭୟ ଗୃହରେ ସର୍ବସମ୍ମତିକ୍ରମେ ପାରିତ ହୋଇଥିଲା। ଶିଞ୍ଜିଆନ୍‌ ଅଞ୍ଚଳରୁ ଆମଦାନୀ କରାଯାଇଥିବା ସାମଗ୍ରୀ ଉତ୍ପାଦନରେ ଗୋତି ଶ୍ରମିକଙ୍କୁ ନିୟୋଜିତ କରାଯାଇ ନ ଥିବା ନେଇ କମ୍ପାନୀଗୁଡ଼ିକ ପ୍ରମାଣ ନ ଦେବା ପର୍ଯ୍ୟନ୍ତ ସେଗୁଡ଼ିକ ଆମେରିକାକୁ ଆସିପାରିବ ନାହିଁ। ଉଇଗର ଫୋର୍ସଡ୍‌ ଲେବର ପ୍ରିଭେନ୍‌ସନ୍ସ ଆକ୍ଟ ନାମରେ ଅଣାଯାଇଥିବା ନୂଆ ଆଇନ ଫଳରେ ଉଇଗର ଓ ମୁସଲମାନ ସଂଖ୍ୟାଲଘୁଙ୍କ ଉପରେ ଚାଇନାର ବର୍ବରତାକୁ ହ୍ରାସ କରାଯାଇପାରିବ ବୋଲି ଆମେରିକା ମନେକରୁଛି। ଦାସ ଶ୍ରମିକମାନଙ୍କ ବ୍ୟବହାର ପାଇଁ ଚାଇନାର କମ୍ୟୁନିଷ୍ଟ ପାର୍ଟିକୁ ଆମେରିକା ଉତ୍ତରଦାୟୀ କରିବ। ଏଥିଲାଗି ଉକ୍ତ ଆଇନ ଏକ ଗୁରୁତ୍ୱପୂର୍ଣ୍ଣ ଅସ୍ତ୍ର ବୋଲି ସିନେଟର ମାକ୍ରୋ ରୁବିଓ ଏକ ବିବୃତିରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri