ମାନବାଧିକାର, ପ୍ରେସ୍‌ ସ୍ବାଧୀନତା ପ୍ରସଙ୍ଗ ଉଠାଇଥିଲେ ବାଇଡେନ୍‌

ହାନୋଇ,୧୨ା୯: ନୂଆଦିଲ୍ଲୀରେ ଜି୨୦ ସମିଟ୍‌ ଅବସରରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଭାରତ-ଆମେରିକା ସହଭାଗୀତାକୁ ମଜଭୁତ୍‌ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ ବୋଲି ଭିଏଟ୍‌ନାମ ରାଜଧାନୀ ହାନୋଇଠାରେ ଖବରଦାତାମାନଙ୍କୁ କହିଛନ୍ତି। ଏଥିସହିତ ମାନବାଧିକାରକୁ ସମ୍ମାନ ଦେବା, ସିଭିଲ ସୋସାଇଟିର ଭୂମିକା ଏବଂ ପ୍ରେସ୍‌ ସ୍ବାଧୀନତା ପ୍ରସଙ୍ଗରେ ସେ ମୋଦିଙ୍କ ସହ ଆଲୋଚନା କରିଥିଲେ। ଉଭୟ ନେତା ଦ୍ୱିପାକ୍ଷିକ ସାମରିକ ସହଯୋଗ ବୃଦ୍ଧି ଉପରେ ଗୁରୁତ୍ୱ ଦେଇଥିଲେ। ଜି୨୦ର ଆୟୋଜନ ଓ ଆତିଥେୟତା ପାଇଁ ବାଇଡେନ୍‌ ମୋଦିଙ୍କ ନେତୃତ୍ୱକୁ ପୁନର୍ବାର ଧନ୍ୟବାଦ ଜଣାଇଛନ୍ତି।
ଆମେରିକା ରାଷ୍ଟ୍ରପତି କହିଛନ୍ତି, ସେ ସବୁଥର ଭଳି ଏଥର ମଧ୍ୟ ବାଇଡେନ୍‌ଙ୍କ ସହ ଆଲୋଚନା ବେଳେ ମାନବାଧିକାରକୁ ସମ୍ମାନ ଦେବାର ଗୁରୁତ୍ୱ ପ୍ରସଙ୍ଗ ଉଠାଇଥିଲେ। ଏଥିସହିତ ଏକ ସୁଦୃଢ଼ ଓ ସମୃଦ୍ଧ ଦେଶ ନିର୍ମାଣରେ ସିଭିଲ୍‌ ସୋସାଇଟି ଏବଂ ପ୍ରେସ୍‌ ସ୍ବାଧୀନତାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିବା ନେଇ ବାଇଡେନ୍‌ ମୋଦିଙ୍କୁ ଅବଗତ କରାଇଥିଲେ ବୋଲି କହିଛନ୍ତି। ଶୁକ୍ରବାର ମୋଦି-ବାଇଡେନ୍‌ ଦ୍ୱିପାକ୍ଷିକ ଆଲୋଚନା ପରେ ଜାରି ମିଳିତ ବିବୃତିରେ ସ୍ବାଧୀନତା, ଗଣତନ୍ତ୍ର, ମାନବାଧିକାର, ସମାବେଶୀ, ବହୁଳବାଦ ଏବଂ ସମସ୍ତ ନାଗରିକଙ୍କୁ ସମାନ ସୁଯୋଗ ଉଭୟ ଦେଶର ସଫଳତାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଥିବା ଏବଂ ଏହାର ମୂଲ୍ୟବୋଧ ଆମ ସମ୍ପର୍କକୁ ମଜଭୁତ କରିଥିବା କଥା କୁହାଯାଇଥିଲା। ଭାରତ-ମଧ୍ୟପ୍ରାଚ୍ୟ-ୟୁରୋପ କରିଡର ଉପରେ ବାଇଡେନ୍‌ କହିଛନ୍ତି, ପରିବର୍ତ୍ତନକାରୀ ଆର୍ଥିକ ନିବେଶ ପାଇଁ ଏହା ବିପୁଳ ସୁଯୋଗ ସୃଷ୍ଟି କରିବ। ୟୁକ୍ରେନ୍‌ରେ ବେଆଇନ ଯୁଦ୍ଧକୁ ନେଇ ମଧ୍ୟ ଜି୨୦ ସମିଟ୍‌ରେ ଆଲୋଚନା ହୋଇଥିଲା। ଦୀର୍ଘମିଆଦୀ ଶାନ୍ତି ସ୍ଥାପନର ଆବଶ୍ୟକତା ଉପରେ ଯଥେଷ୍ଟ ସହମତି ମିଳିଥିଲା ବୋଲି ଆମେରିକା ରାଷ୍ଟ୍ରପତି କହିଛନ୍ତି। ଭିଏଟ୍‌ନାମ ସମେତ ଅନ୍ୟ ଏସୀୟ ଦେଶଗୁଡ଼ିକ ସହ ସମ୍ପର୍କକୁ ମଜଭୁତ କରି ବିଶ୍ୱରେ ସ୍ଥିରତା ବଜାୟ ରଖିବା ତାଙ୍କର ଲକ୍ଷ୍ୟ ବୋଲି ବାଇଡେନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?