ସୁରକ୍ଷା ପରିଷଦରେ ଭାରତର ସ୍ଥାୟୀ ସଦସ୍ୟତାକୁ ବାଇଡେନଙ୍କ ରହିଛି ସମର୍ଥନ…

ଓ୍ବାଶିଂଟନ,୨୫।୯: ଜାତିସଂଘ ସୁରକ୍ଷା ପରିଷଦରେ ଭାରତର ସ୍ଥାୟୀ ସଦସ୍ୟତାକୁ ଜୋ ବାଇଡେନଙ୍କ ସମର୍ଥନ ରହିଛି। ଏନେଇ ଭାରତୀୟ ବହିର୍ବ୍ୟପାର ସଚିବ ହର୍ଷବର୍ଦ୍ଧନ ଶୃଙ୍ଗଳା ଏନେଇ ସୂଚନା ଦେଇଛନ୍ତି। ବାଇଡେନ ସୁରକ୍ଷା ପରିଷଦରେ ଭାରତ ସ୍ଥାୟୀ ସଦସ୍ୟତା ଚାହୁଁଥିବା ସେ କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରପତି ଜୋ ବାଇଡେନଙ୍କ ବୈଠକ ପରେ ସେ ଏକ ଗଣମାଧ୍ୟମ ସମ୍ମିଳନୀରେ ଏହା ପ୍ରକାଶ କରିଛନ୍ତି।

ଦୁଇ ନେତା ସ୍ବୀକାର କରିଛନ୍ତି ଯେ ଗଣତାନ୍ତ୍ରିକ ମୂଲ୍ୟବୋଧ ତଥା ସହଭାଗୀ ରଣନୈତିକ ସ୍ବାର୍ଥ ପାଇଁ ଏକ ପ୍ରତିବଦ୍ଧତା ମଧ୍ୟରେ ଦୁଇ ଦେଶ ମଧ୍ୟରେ ଗ୍ଲୋବାଲ ଷ୍ଟ୍ରାଟେଜିକ ପାର୍ଟନରଶିପ ସୁଦୃଢ଼ ହେବାର ଆବଶ୍ୟକତା ରହିଛି। ଭାରତ ବହୁ ଥର ସୁରକ୍ଷା ପରିଷଦର ଏକ ଅସ୍ଥାୟୀ ସଦସ୍ୟ ରହିଆସିଛି।

ସେଥିମଧ୍ୟରେ ୧୯୫୦-୫୧, ୧୯୬୭-୬୮, ୧୯୭୨-୭୩, ୧୮୭୭-୭୮, ୧୯୮୪-୮୫, ୧୯୯୧-୯୨ ଏଭଳି ମୋଟ ୭ ଥର ଭାରତ ସୁରକ୍ଷା ପରିଷଦର ଏକ ଅସ୍ଥାୟୀ ସଦସ୍ୟ ଭାବେ ରହିଆସିଛି। ୨୦୧୧-୧୨ ରେ ମଧ୍ୟ ଭାରତ ସୁରକ୍ଷା ପରିଷଦର ଏକ ଅସ୍ଥାୟୀ ସଦସ୍ୟ ହୋଇପାରିଛି। ୟୁଏନଏସସିରେ ୧୫ ଜଣ ସଦସ୍ୟ ଅଛନ୍ତି, ସେମାନଙ୍କ ମଧ୍ୟରୁ ୧୦ ଜଣ ଅସ୍ଥାୟୀ ଏବଂ ପାଞ୍ଚଜଣ ସ୍ଥାୟୀ ସଦସ୍ୟ ଅଟନ୍ତି।

୧୯୩ ସଦସ୍ୟ ବିଶିଷ୍ଟ ୟୁଏନଏସସିରେ ପ୍ରତିବର୍ଷ ଦୁଇ ବର୍ଷ କାର୍ଯ୍ୟକାଳ ପାଇଁ ମିଳିତ ଜାତିସଂଘରେ ପାଞ୍ଚଜଣ ଅସ୍ଥାୟୀ ସଦସ୍ୟ ଚୟନ କରିବାକୁ ନିର୍ବାଚନ ହୋଇଥାଏ। ଏଥିସହ ପରିଷଦରେ ଚୀନ, ଫ୍ରାନ୍ସ, ରୁଷିଆ, ବ୍ରିଟେନ ଏବଂ ଆମେରିକା ଆଦି ପାଞ୍ଚଜଣ ସ୍ଥାୟୀ ସଦସ୍ୟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri