ମାନବୀୟ ସହାୟତା ଯୋଗାଇ ଦେବାକୁ ଇସ୍ରାଏଲ ପାଲେଷ୍ଟାଇନ ଶୀର୍ଷ ନେତାଙ୍କ ସହ ଆଲୋଚନା କଲେ ବାଇଡେନ…

ଓ୍ବାଶିଂଟନ,୧୫।୧୦ : (୦୧) ଗାଜା ଅଞ୍ଚଳରେ ଇସ୍ରାଏଲର ଆକ୍ରମଣ ତୀବ୍ର ହେବା ପରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଏବଂ ପାଲେଷ୍ଟାଇନ ରାଷ୍ଟ୍ରପତି ମହମୁଦ ଅବ୍ବାସଙ୍କ ସହ କଥାବାର୍ତ୍ତା କରିଛନ୍ତି। ପାଲେଷ୍ଟାଇନ ରାଷ୍ଟ୍ରପତିଙ୍କ ସହ ଟେଲିଫୋନରେ ବାର୍ତ୍ତାଳାପରେ ବାଇଡେନ ଇସ୍ରାଏଲ ଉପରେ ହମାସର ଆକ୍ରମଣକୁ ନିନ୍ଦା କରିଛନ୍ତି ଏବଂ କହିଛନ୍ତି ହମାସ ପାଲେଷ୍ଟାଇନ ଲୋକଙ୍କ ଅଧିକାର ତଥା ସେମାନଙ୍କର ଆତ୍ମନିର୍ଭରଶୀଳତା ପାଇଁ ଲଢୁନାହିଁ।

ନେତାନ୍ୟାହୁ ଯୁଦ୍ଧର ଅବସ୍ଥା ବିଷୟରେ ବାଇଡେନଙ୍କୁ ସୂଚନା ଦେଇଥିଲେ ଏବଂ ବାଇଡେନ ଇସ୍ରାଏଲକୁ ସମସ୍ତ ସମ୍ଭାବ୍ୟ ସାହାଯ୍ୟ ଯୋଗାଇ ଦେବା ବିଷୟରେ ନିଶ୍ଚିତ କରିଥିଲେ। ହ୍ବାଇଟ ହାଉସ ଏକ ବିବୃତ୍ତି ଜାରି କରି କହିଛି ଅପରାହ୍ନରେ ରାଷ୍ଟ୍ରପତି ବାଇଡେନ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସହ କଥା ହୋଇ ଇସ୍ରାଏଲକୁ ସମର୍ଥନ ଜଣାଇଛନ୍ତି। ରାଷ୍ଟ୍ରପତି ବାଇଡେନ ନେତାନ୍ୟାହୁଙ୍କୁ ଆମେରିକାର ସାମରିକ ସହାୟତା ବିଷୟରେ କହିଥିଲେ। ନାଗରିକମାନେ ଖାଦ୍ୟ, ଜଳ ଏବଂ ଚିକିତ୍ସା ସହାୟତା କିପରି ପାଇପାରିବେ ସେ ନେଇ ଜାତିସଂଘ, ଇଜିପ୍ଟ, ଜୋର୍ଡାନ, ଇସ୍ରାଏଲ ସହିତ ବାଇଡେନ ଆଲୋଚନା କରିଥିଲେ। ସାଧାରଣ ନାଗରିକଙ୍କ ସୁରକ୍ଷା ପାଇଁ ସମସ୍ତ ଉଦ୍ୟମ ପାଇଁ ବାଇଡେନ ତାଙ୍କର ସମର୍ଥନକୁ ନିଶ୍ଚିତ କରିଛନ୍ତି।

ସାଧାରଣ ନାଗରିକଙ୍କୁ ସାହାଯ୍ୟ କରିବା ପାଇଁ କିପରି ପ୍ରୟାସ କରାଯାଉଛି ସେ ସମ୍ପର୍କରେ ପାଲେଷ୍ଟାଇନ ରାଷ୍ଟ୍ରପତି ଅବ୍ବାସ ଆମେରିକାର ରାଷ୍ଟ୍ରପତିଙ୍କୁ କହିଛନ୍ତି । ମାନବିକ ସହାୟତା କାର୍ଯ୍ୟରେ ପାଲେଷ୍ଟାଇନ ରାଷ୍ଟ୍ରପତିଙ୍କୁ ସମ୍ପୂର୍ଣ୍ଣ ସମର୍ଥନ କରିବାକୁ ବାଇଡେନ ପ୍ରତିଶ୍ରୁତି ଦେଇଛନ୍ତି। ମିଳିତ ଜାତିସଂଘ, ଇଜିପ୍ଟ, ଜୋର୍ଡାନ ଏବଂ ଇସ୍ରାଏଲର ସହଯୋଗରେ କରାଯାଉଥିବା କାର୍ଯ୍ୟ ବିଷୟରେ ଆମେରିକା ପାଲେଷ୍ଟାଇନ ରାଷ୍ଟ୍ରପତିଙ୍କୁ ସୂଚନା ଦେଇଛି। ଏହି ବିବାଦ ରୋକିବା ପାଇଁ ବାଇଡେନ ଉଭୟ ଦେଶର ନେତାଙ୍କୁ କହିଥିଲେ। ଇସ୍ରାଏଲ ଗାଜା ଷ୍ଟ୍ରିପରେ ନିଜର ସୈନ୍ୟ ଅବତରଣ କରିବାକୁ ପ୍ରସ୍ତୁତ ହେଉଥିବାବେଳେ ଆମେରିକା ବିଭିନ୍ନ ଦେଶ ସହ କଥାବାର୍ତ୍ତା ଜାରି ରଖିଛି। ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ ମଧ୍ୟ ଚାଇନା ବୈଦେଶିକ ମନ୍ତ୍ରୀଙ୍କ ସହ ଏହି ପ୍ରସଙ୍ଗରେ କଥା ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri