ଜି-୨୦ରୁ ରୁଷିଆକୁ ବିଦା କରିବାକୁ ଚାହୁଁଛନ୍ତି ବାଇଡେନ୍‌

ନ୍ୟୁୟର୍କ,୨୫।୩: ୟୁକ୍ରେନ ଉପରେ ରୁଷିଆର ଆକ୍ରମଣକୁ ନେଇ ଆମେରିକା ଲଗାତାର ରୁଷିଆ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି। ରୁଷିଆକୁ ଜି-୨୦ରୁ ବାଦ୍‌ ଦେବାକୁ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ କହିଛନ୍ତି। ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ସମ୍ପର୍କରେ ଜରୁରୀକାଳୀନ ନାଟୋ ବୈଠକ ପରେ ବାଇଡେନ୍‌ ବ୍ରୁସେଲ୍ସରେ ଏହା କହିଛନ୍ତି। ଜି -୨୦ ହେଉଛି ୧୯ଟି ଦେଶ ଏବଂ ୟୁରୋପୀୟ ସଂଘ ମଧ୍ୟରେ ଏକ ଆନ୍ତଃ ସରକାରୀ ମଞ୍ଚ। ଏହା ପ୍ରମୁଖ ବିଶ୍ୱସ୍ତରୀୟ ପ୍ରସଙ୍ଗରେ କାର୍ଯ୍ୟ କରେ। ବାଇଡେନ୍‌ କହିଛନ୍ତି, ରୁଷିଆକୁ ଜି -୨୦ରୁ ବାହାର କରାଯାଉ। ସେ ଅନ୍ୟ ବିଶ୍ୱ ନେତାଙ୍କ ସହ ଏହି ପ୍ରସଙ୍ଗ ଉଠାଇଛନ୍ତି। କିନ୍ତୁ ଏହି ଏହା ଜି-୨୦ ଉପରେ ନିର୍ବର କରେ।
ରୁଷିଆ ଆକ୍ରମଣ ହେତୁ ୟୁକ୍ରେନ ଛାଡିଥିବା ୩.୫ ମିଲିୟନ ଲୋକଙ୍କ ମଧ୍ୟରୁ ଆମେରିକା ଏକ ଲକ୍ଷ ଶରଣାର୍ଥୀଙ୍କୁ ଆଶ୍ରୟ ଦେବ। ହ୍ବାଇଟ୍‌ହାଉସ୍‌ର ଜଣେ ଅଧିକାରୀ ଏହି ସୂଚନା ଦେଇଛନ୍ତି। ୟୁକ୍ରେନରୁ ଶରଣାର୍ଥୀଙ୍କୁ ଆମେରିକା ସ୍ବାଗତ କରିବ, କିନ୍ତୁ ଅଧିକାଂଶ ଶରଣାର୍ଥୀ ୟୁରୋପରେ ରହିବାକୁ ପସନ୍ଦ କରିବେ ବୋଲି ଅଧିକାରୀମାନେ ପୂର୍ବାନୁମାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିଓକେ ହତ୍ୟାକାଣ୍ଡକୁ ନେଇ ବ୍ରିଟେନ୍‌ରେ ବିକ୍ଷୋଭ

ଲଣ୍ଡନ,୧୦ା୬: ପାକ୍‌ ଅଧିକୃତ କଶ୍ମୀର (ପିଓକେ)ର ଏକ ଅନ୍ତ୍ୟେଷ୍ଟିକ୍ର୍ରିୟା ବେଳେ ପୋଲିସ ଗୁଳିରେ ଅନୂ୍ୟନ ୧୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଏହାକୁ ନିନ୍ଦାକରି ବ୍ରିଟେନରେ ବିକ୍ଷୋଭ କରାଯାଇଛି।…

ଡିମେନ୍‌ସିଆ ଥିବା ଲୋକଙ୍କଠାରେ ଭିଟାମିନ ଅଭାବ

ନୂଆଦିଲ୍ଲୀ,୧୦।୬(ପିଟି):ସାଧାରଣ ଲୋକଙ୍କ ଅପେକ୍ଷା ସ୍ମୃତିଶକ୍ତି ହ୍ରାସ(ଡିମେନ୍‌ସିଆ) ରୋଗର ସମ୍ଭାବନା ଅଧିକ ଥିବା ଲୋକଙ୍କ ଠାରେ ଭିଟାମିନ ଅଭାବ ଅଧିକ ଦେଖାଯାଇଥାଏ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ତେଲଙ୍ଗାନାର…

ଭିଜିଲାନ୍ସ ଜାଲରେ ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ

ଭୁବନେଶ୍ୱର,୧୦ା୬(ତ୍ରିନାଥ ମହାନ୍ତି): ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱରସ୍ଥିତ ଓଡ଼ିଶା ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଓ ତାଙ୍କ…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri