ଅକ୍ଟୋବର ୧୮ରେ ଇସ୍ରାଏଲ ଗସ୍ତରେ ଯିବେ ବାଇଡେନ୍‌

ଓ୍ବାଶିଂଟନ୍‌,୧୭।୧୦: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ଅକ୍ଟୋବର ୧୮ରେ ତେଲ ଅଭିବ ଗସ୍ତ କରିବେ। ଆମେରିକାର ବୈଦେଶିକ ମନ୍ତ୍ରୀ ଆଣ୍ଟୋନି ବ୍ଲିଙ୍କେନ ଏହି ସୂଚନା ଦେଇଛନ୍ତି। ବ୍ଲିଙ୍କେନ କହିଛନ୍ତି ଯେ, ଇସ୍ରାଏଲ, ମଧ୍ୟ ପୂର୍ବ ଏବଂ ବିଶ୍ୱ ପାଇଁ ଏହା ଅତ୍ୟନ୍ତ ସୂକ୍ଷ୍ମ ମୁହୂର୍ତ୍ତ। ଏହାକୁ ଦୃଷ୍ଟିରେ ରଖି ରାଷ୍ଟ୍ରପତି ବାଇଡେନ୍‌ ବୁଧବାର ଇସ୍ରାଏଲ ଗସ୍ତ କରିବେ।
ସେ କହିଛନ୍ତି ଯେ, ଇସ୍ରାଏଲ ସହ ଆମେରିକାର ଏକତାକୁ ନିଶ୍ଚିତ କରିବାକୁ ରାଷ୍ଟ୍ରପତି ବାଇଡେନ ତେଲ ଅଭିବକୁ ଆସିବେ। ଇସ୍ରାଏଲର ନାଗରିକମାନଙ୍କୁ ସୁରକ୍ଷା ଦେବା, ହମାସ ଏବଂ ଅନ୍ୟ ଆତଙ୍କବାଦୀ ସଂଗଠନରୁ ଆକ୍ରମଣ ବନ୍ଦ କରିବା ପାଇଁ ଇସ୍ରାଏଲର ସମ୍ପୂର୍ଣ୍ଣ ଅଧିକାର ରହିଛି। ଆମେରିକା ଏବଂ ଇସ୍ରାଏଲ ଏକ ଯାନ୍ତ୍ରିକ କୌଶଳ ସୃଷ୍ଟି କରିବାକୁ ସହମତ ହୋଇଛନ୍ତି। ଯାହା ଦ୍ୱାରା ଅନ୍ୟ ଦେଶ ତଥା ବହୁପକ୍ଷୀୟ ସଂଗଠନ ଗାଜାରେ ସାଧାରଣ ନାଗରିକଙ୍କୁ ମାନବିକ ସହାୟତା ଯୋଗାଇ ପାରିବେ।
ଇସ୍ରାଏଲ ଏବଂ ପାଲେଷ୍ଟାଇନ ଆତଙ୍କବାଦୀ ସଂଗଠନ ହମାସ ମଧ୍ୟରେ ଯୁଦ୍ଧ ମଙ୍ଗଳବାର ଏକାଦଶ ଦିନରେ ପ୍ରବେଶ କରିଛି। ଏହି ଯୁଦ୍ଧରେ ଏପର୍ଯ୍ୟନ୍ତ ୪,୦୦୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ଏଥିମଧ୍ୟରେ ପ୍ରାୟ ୧୪୦୦ ଇସ୍ରାଏଲ ଏବଂ ୨,୭୫୦ ପାଲେଷ୍ଟାଇନୀୟ ଅଛନ୍ତି। ହମାସ ଆତଙ୍କବାଦୀମାନେ ପ୍ରାୟ ୨୦୦ ଇସ୍ରାଏଲ ଏବଂ ଅନ୍ୟ ଦେଶର ନାଗରିକଙ୍କୁ ବନ୍ଧକ ରଖିଛନ୍ତି। ଆମେରିକା ସମେତ ଅନ୍ୟ ଦେଶମାନେ ସେମାନଙ୍କର ନିରାପଦ ମୁକ୍ତି ପାଇଁ ମିଳିତ ଭାବେ କାର୍ଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri