ସୁରକ୍ଷା ପରିଷଦରେ ଭାରତର ସ୍ଥାୟୀ ସଦସ୍ୟତାକୁ ବାଇଡେନଙ୍କ ସମର୍ଥନ…

ଓ୍ବାଶିଂଟନ, ୨୨।୯ : ମିଳିତ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନଏସସି) ର ସ୍ଥାୟୀ ସଦସ୍ୟ ହେବା ପାଇଁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଭାରତ, ଜାପାନ ଏବଂ ଜର୍ମାନୀକୁ ସମର୍ଥନ କରିଛନ୍ତି। ବାଇଡେନ ପ୍ରଶାସନର ଜଣେ ବରିଷ୍ଠ ଅଧିକାରୀ ଏହି ସୂଚନା ଦେଇଛନ୍ତି। ଅଧିକାରୀ ଜଣଙ୍କ ବୁଧବାର କହିଛନ୍ତି ଯେ ଏହି ଦିଗରେ ଏପର୍ଯ୍ୟନ୍ତ ବହୁ କାମ କରାଯିବା ବାକି ରହିଛି। ଏକ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି ଯେ ଆମେ ଏହା ପୂର୍ବରୁ ଚିନ୍ତା କରିଥିଲୁ ଯେ ଭାରତ, ଜାପାନ ଏବଂ ଜର୍ମାନୀକୁ ସୁରକ୍ଷା ପରିଷଦର ସ୍ଥାୟୀ ସଦସ୍ୟ କରାଯିବା ଉଚିତ।

ଏହାପୂର୍ବରୁ ରାଷ୍ଟ୍ରପତି ବାଇଡେନ ମିଳିତ ଜାତିସଂଘର ସାଧାରଣ ସଭାର ଅଧିବେଶନକୁ ସମ୍ବୋଧିତ କରି ସୁରକ୍ଷା ପରିଷଦର ସଂସ୍କାରର ଆବଶ୍ୟକତା ସମ୍ପର୍କରେ ଦୋହରାଇଛନ୍ତି। ସେ କହିଛନ୍ତି ଯେ ସଂଗଠନରେ ଅଧିକ ସଦସ୍ୟ ଅନ୍ତର୍ଭୂକ୍ତ କରିବାର ସମୟ ଆସିଛି ଯାହା ଦ୍ୱାରା ଏହା ଆଜିର ଯୁଗର ଆବଶ୍ୟକତାକୁ ଭଲ ଭାବରେ ପୂରଣ କରିପାରିବ।

ସେ କହିଛନ୍ତି ଯେ ଆମେରିକା ସମେତ ସୁରକ୍ଷା ପରିଷଦର ସଦସ୍ୟମାନେ ମିଳିତ ଜାତିସଂଘର ଚାର୍ଟରକୁ ରକ୍ଷା କରିବା ଉଚିତ ଏବଂ ଭିଟୋରୁ ଦୂରେଇ ରହିବା ଉଚିତ। ଭିଟୋ କେବଳ ସ୍ବତନ୍ତ୍ର କିମ୍ବା ଅତ୍ୟଧିକ ଗୁରୁତର ପରିସ୍ଥିତିରେ କରାଯିବା ଉଚିତ। ଯାହାଦ୍ୱାରା ପରିଷଦର ବିଶ୍ୱାସନୀୟତା ଏବଂ ପ୍ରଭାବ ବଜାୟ ରହିବ।

ସେ କହିଛନ୍ତି ଯେ ସୁରକ୍ଷା ପରିଷଦର ଉଭୟ ସ୍ଥାୟୀ ଏବଂ ଅଣ-ସ୍ଥାୟୀ ସଦସ୍ୟଙ୍କ ସଂଖ୍ୟା ବୃଦ୍ଧି କରିବାକୁ ଆମେରିକା ଜିଦ ଧରିଛି। ଯେଉଁ ଦେଶଗୁଡ଼ିକର ସ୍ଥାୟୀ ସଦସ୍ୟତା ପାଇଁ ଚାହିଦା ଦୀର୍ଘ ଦିନ ଧରି ଆମ ଦ୍ୱାରା ସମର୍ଥିତ କରାଯାଉଛି ସେହି ଦେଶଗୁଡିକୁ ସୁରକ୍ଷା ପରିଷଦରେ ଅନ୍ତର୍ଭୁକ୍ତ କରିବା ଜରୁରୀ।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଦୁଇ ଆମର ଦୁଇ ଡଜନ, ମୋ ମା’ଙ୍କର ୭୨ ନାତୁଣୀ-ନାତି’, ମୋହନ ଭାଗବତଙ୍କୁ କଡ଼ା ଟାର୍ଗେଟ କଲେ AIMIM ନେତା

ନୂଆଦିଲ୍ଲୀ,୯।୨: ଉତ୍ତର ପ୍ରଦେଶର ମୁରାଦାବାଦରେ, ଅସଦୁଦ୍ଦିନ ଓୱେସିଙ୍କ ଦଳ AIMIMର ୟୁପି ରାଜ୍ୟ ସଭାପତି ଶୌକତ ଅଲି ଜନସଂଖ୍ୟା ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଏକ…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କ୍ଷୀର

ନିୟମିତ କ୍ଷୀର ପିଇଲେ ତାହା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ତେବେ ଏହାର ଏକ ଖାସ୍‌ ଗୁଣ ରହିଛି। ତାହା କ’ଣ ଜାଣନ୍ତି?…

ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ, ଜୀବନରୁ ମାରିଦେବାକୁ…

ଭୁବନେଶ୍ବର,୯।୧: ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଦୁଇ ବଡ଼ବାପାଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଲେ ସାତ୍ୟକି…

ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର

ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

ଅଦୃଶ୍ୟ ଆକ୍ରମଣକାରୀ : ମାଇକ୍ରୋପ୍ଲାଷ୍ଟିକ

ବିଶ୍ୱ ସ୍ତରରେ, ମାଇକ୍ରୋପ୍ଲାଷ୍ଟିକ୍‌ ଏକ ସର୍ବବ୍ୟାପୀ ପ୍ରଦୂଷକ ପାଲଟିଛି। ଏଗୁଡ଼ିକୁ ଗଭୀର ସମୁଦ୍ର ଅବଶେଷ, ଧ୍ରୁବୀୟ ବରଫ ପାହାଡ଼, ଉଷ୍ଣକଟିବନ୍ଧୀୟ ବର୍ଷାଜଳ ଏବଂ ମାନବ ରକ୍ତପ୍ରବାହରେ ଆବିଷ୍କାର…

ମନମୁତାବକ ପୋଷ୍ଟିଂ ପାଇଁ ବଢୁଛି ପୋଲିସ ଅଧିକାରୀଙ୍କ ଲବି

ଭୁବନେଶ୍ୱର,୯ା୨(ତ୍ରିନାଥ ମହାନ୍ତି): କମିଶନରେଟ୍‌ ପୋଲିସରେ କାମ କରିବାକୁ ଅଧିକାଂଶ ପୋଲିସ ବାବୁଙ୍କ ଇଚ୍ଛା। ସବୁକିଛି ସୁବିଧା ମିଳୁଥିବାରୁ ସେମାନେ ଜିଲାକୁ ଯିବାକୁ ଚାହୁଁନାହାନ୍ତି। ନିଜ ମନମୁତାବକପୋଷ୍ଟିଂ ପାଇଁ…

ଟ୍ରାକ୍‌ରୁ ମୃତଦେହ ମିଳିବା ଘଟଣା: ୫ ଦିନ ହେଲା ରେଳବାଇ ପୋଲିସ ପାଉନାହିଁ ମୁଣ୍ଡ, ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

ବଲାଙ୍ଗୀର,୯ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲଓ୍ବେ ଷ୍ଟେଶନରୁ ମାତ୍ର ୧ କିଲୋମିଟର ଦୂର ଖୁଜେନପାଲି ନିକଟସ୍ଥ ବଲାଙ୍ଗୀର ଦେଓଗାଁ ରେଲଓ୍ବେ ଟ୍ରାକ୍‌ ଉପରେ ଜଣେ ଅଜଣା ବ୍ୟକ୍ତିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri