ଚାଇନାକୁ ବାଇଡେନ୍‌ଙ୍କ ଧମକ, ରୁଷିଆକୁ ସହାୟତା କଲେ ପରିଣାମ ହେବ ଭୟଙ୍କର…

ଓ୍ବାଶିଂଟନ,୧୪।୩ : ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ଜାରି ରହିଛି। ଏପରି ସ୍ଥଳେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଚାଇନାକୁ ତାଗିଦ୍‌ କରିଛନ୍ତି। ବାଇଡେନ୍‌ ଚାଇନାର ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ପ୍ରଶାସନକୁ କହିଛନ୍ତି ରୁଷିଆକୁ ସହାୟତା କଲେ ପରିଣାମ ଭୟଙ୍କର ହେବ। ତେଣୁ ଏଥିରୁ ଦୂରେଇ ରହିବାକୁ ସେ ଚାଇନାକୁ କହିଛନ୍ତି।

ଆମେରିକା ଚାଇନାକୁ ରୁଷିଆକୁ ସାହାଯ୍ୟ କରୁଥିବା ଅଭିଯୋଗ କରିଛି। ଆମେରିକାର ରାଷ୍ଟ୍ରପତିଙ୍କ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଜେକେ ସଲିଭାନ କହିଛନ୍ତି ଯେ ଜାରି ରହିଥିବା ବିଭିନ୍ନ କଟକଣା ଯୋଗୁଁ ହେଉଥିବା ରୁଷିଆର କ୍ଷତିକୁ ଚାଇନା ଭରଣା କରିବା ଉଚିତ ନୁହେଁ। ଆମେରିକା ମଧ୍ୟ ଚାଇନା ଉପରେ ପ୍ରତିବନ୍ଧକ ଲଗାଇବାକୁ ଧମକ ଦେଇଛି। ଏହି ମର୍ମରେ ଚାଇନା କୂଟନୈତିଜ୍ଞ ଇଟାଲୀରେ ଆମେରିକାର ସୁରକ୍ଷା ପରାମର୍ଶଦାତାଙ୍କୁ ଭେଟିବେ। ୟୁକ୍ରେନ ସଙ୍କଟ ସମ୍ପର୍କରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା ହୋଇପାରେ।

ଆମେରିକାର ରାଷ୍ଟ୍ରପତିଙ୍କ ଜାତୀୟ ସୁରକ୍ଷା ପରାମର୍ଶଦାତା ଜେକେ ସଲିଭାନ କହିଛନ୍ତି ଯେ ଆମେରିକାର ଅଧିକାରୀମାନେ ବେଜିଂକୁ ଚେତାବନୀ ଦେଇଛନ୍ତି ଯେ ଯଦି ପାଶ୍ଚାତ୍ୟ ପ୍ରତିବନ୍ଧକକୁ ଅଣଦେଖା କରି ରୁଷିଆକୁ ସହାୟତା ଜାରି ରୁହେ ପରିମାଣ ଭୋଗିବାକୁ ପ୍ରସ୍ତୁତ ରୁହ।

ଏହାପୂର୍ବରୁ ରୁଷିଆର ଅର୍ଥମନ୍ତ୍ରୀ ଆଣ୍ଟୋନ ସିଲୁଏନୋଭ କହିଛନ୍ତି ଯେ ୟୁଆନ ଭଣ୍ଡାରକୁ ସୀମିତ ରଖିବା ପାଇଁ ପାଶ୍ଚାତ୍ୟ ଦେଶମାନେ ଚାଇନା ଉପରେ ଚାପ ପକାଉଛନ୍ତି। ଷ୍ଟେଟ କାଉନସିଲ ଅଫ ଚାଇନା ପ୍ରିମିୟର୍‌ ଲି କେକିଆଙ୍ଗ କହିଛନ୍ତି ଯେ ରୁଷିଆ ଉପରେ ପାଶ୍ଚାତ୍ୟ ପ୍ରତିବନ୍ଧକ ବିଶ୍ୱ ଅର୍ଥନୀତିର ପୁନରୁଦ୍ଧାର ଉପରେ ପ୍ରଭାବ ପକାଇବ ଏବଂ ସମସ୍ତରାଷ୍ଟ୍ରକୁ କ୍ଷତି ପହଞ୍ଚାଇବ। ରିୟା ନୋଭୋଷ୍ଟି କହିଛନ୍ତି ଯେ କରୋନା ମହାମାରୀର ପ୍ରଭାବରେ ବିଶ୍ୱର ଅର୍ଥନୀତି ପୂର୍ବରୁ ସଙ୍କଟ ଜନକ ରହିଛି ଏପରିସ୍ଥଳେ ଏଭଳି କଟକଣା ସ୍ଥିତି ଅଧିକ ଖରାପ ହେବ। ଏଥିରୁ କୌଣସି ପକ୍ଷର ଲାଭ ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

Video: ମେଟ୍ରୋରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦି, ପିଲାମାନଙ୍କ ସହିତ ଆଲୋଚନା ସମୟରେ ତାଙ୍କ ସଂସଦୀୟ କ୍ଷେତ୍ର କାଶୀକୁ ମନେ ପକାଇଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ଯାତ୍ରା କରୁଥିବା ଯାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ, ଶନିବାର (ସେପ୍ଟେମ୍ବର 5, 2026) ସାରେ, ସେମାନଙ୍କ ସହିତ ଯାତ୍ରା କରୁଥିବା ଦେଖି ଖୁସିରେ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri