ବାଉଳା ହେଉଛନ୍ତି ବାଇଡେନ; ଜେଲେନସ୍କିଙ୍କୁ ‘ପୁଟିନ’, କମଲା ହାରିସଙ୍କୁ ‘ଟ୍ରମ୍ପ’ ସମ୍ବୋଧନ କଲେ

ନୂଆଦିଲ୍ଲୀ,୧୨ା୭: ବାର୍ଦ୍ଧକ୍ୟ ଜନିତ ସମସ୍ୟା କାରଣରୁ ଅନେକ ସ୍ଥାନରେ ଲୋକହସା ହେଉଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ। ନାଟୋ ବୈଠକ ସମୟରେ ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କୁ ”ରାଷ୍ଟ୍ରପତି ପୁଟିନ” ଏବଂ ଖବରଦାତା ସମ୍ମିଳନୀରେ କମଳା ହାରିସଙ୍କୁ ”ଟ୍ରମ୍ପ” ବୋଲି ସମ୍ବୋଧନ କରିଥିଲେ। ଏହି ଭୁଲ ସେ ଏପରି ସମୟରେ କରିଛନ୍ତି ଯେତେବେଳେ ରାଷ୍ଟ୍ରପତି ନିର୍ବାଚନରେ ତାଙ୍କର ପ୍ରାଥୀତ୍ୱକୁ ନେଇ ପ୍ରଶ୍ନ ଉଠୁଛି। ବାଇଡେନଙ୍କ ଏହି ବାଉଳାମି ପାଇଁ କୁହାଯାଉଛି ଯେ, ତାଙ୍କର ସମର୍ଥକମାନେ ମଧ୍ୟ ତାଙ୍କୁ ନିର୍ବାଚନ ଦୌଡରୁ ଓହରିଯିବାକୁ ଅପିଲ କରୁଛନ୍ତି।

ତେବେ ଜୋ ବାଇଡେନ ତାଙ୍କ ଭୁଲକୁ ସଂଶୋଧନ କରି କହିଛନ୍ତି ଯେ ପୁଟିନଙ୍କୁ ପରାସ୍ତ କରିବା ଉପରେ ତାଙ୍କର ଧ୍ୟାନ ରହିଛି। ତାଙ୍କର ଏହି ଭିଡିଓ କ୍ଲିପ୍ ସୋସିଆଲ ମିଡିଆରେ ମଧ୍ୟ ଭାଇରାଲ ହୋଇଥିଲା, ଯେଉଁଠାରେ ରାଷ୍ଟ୍ରପତି ନିର୍ବାଚନରେ ​​ତାଙ୍କ ପ୍ରାର୍ଥୀତ୍ୱ ଉପରେ ପ୍ରଶ୍ନ ଉଠିଛି। ବାଇଡେନଙ୍କୁ ଏବେ ୮୧ ବର୍ଷ ବୟସ ଏବଂ ସେ କ୍ରମାଗତ ଦ୍ୱିତୀୟ ଥର ପାଇଁ ରାଷ୍ଟ୍ରପତି ପଦରେ ଅଛନ୍ତି। ତେବେ ବାଇଡେନଙ୍କ ନିଜ ଦଳର ନେତା ଡେମୋକ୍ରାଟ୍ସ ତାଙ୍କୁ ରାଷ୍ଟ୍ରପତି ଦୌଡରୁ ଓହରିବାକୁ ନିବେଦନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓକିଲ ସଂଘ ନିର୍ବାଚନ: ମଇଦାନରେ ୬ ପ୍ରାର୍ଥୀ, ସରଗରମ କୋର୍ଟ ପରିସର

ପୁରୁଷୋତ୍ତମପୁର,୨୮।୩ (ସବିତା ମିଶ୍ର): ସାରା ରାଜ୍ୟରେ ଓକିଲ ସଂଘ ନିର୍ବାଚନ ଚାଲିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର କୋର୍ଟ ପରିସରରେ ନିର୍ବାଚନ ଉଷ୍ମତା ସରଗରମ ହୋଇଉଠିଛି…

କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ…

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ମଇଦାନରେ ଅଛନ୍ତି ଏମାନେ, ଆଜି ଫଳାଫଳ ଘୋଷଣା

ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାର…

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

ମୋଦି-ଟ୍ରମ୍ପଙ୍କ ଫୋନ କଲ୍‌ରେ ଏଲନ ମସ୍କଙ୍କ ଉପସ୍ଥିତିକୁ ନେଇ କୂଟନୈତିକ ମହଲରେ ହଇଚଇ

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଉପରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହୋଇଥିବା ଫୋନ ଆଲୋଚନା ବହୁତ ଚର୍ଚ୍ଚା ସୃଷ୍ଟି କରୁଛି। କିନ୍ତୁ ଏହି ଆଲୋଚନା…

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri