ଜିଦ୍‌ରେ ବିରୋଧୀ-ଶାସକ: ଲଗାତାର ୬ଷ୍ଠ ଦିନ ପାଇଁ ବିଧାନସଭାରେ ଅଚଳାବସ୍ଥା, ଆରମ୍ଭରୁ ମୁଲତବୀ

ଭୁବନେଶ୍ୱର,୧୮।୩(ବ୍ୟୁରୋ): ଲଗାତାର ୬ଷ୍ଠ ଦିନ ପାଇଁ ବିଧାନସଭା ସ୍ବାଭାବିକ ହୋଇପାରିନାହିଁ। ଉଭୟ ଶାସକ-ବିରୋଧିଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁ ଗୃହକୁ ଅପରାହ୍ନ ୧୨ଟା ଯାଏ ବାଚସ୍ପତି ମୁଲତବି ଘୋଷଣା କରିଛନ୍ତି। ଗୋଟିଏ ପଟେ ଧାନ କିଣା ଅବ୍ୟବସ୍ଥାକୁ ନେଇ ବିରୋଧୀ ଭାଜପା ଏବଂ କଂଗ୍ରେସ ସରକାରଙ୍କୁ ଆକ୍ରମଣ ଜାରି ରଖିଥିବା ବେଳେ ବିଧାନସଭାରେ ଆତ୍ମହତ୍ୟା ଉଦ୍ୟମକୁ ନେଇ ଭାଜପା ବିଧାୟକ କ୍ଷମା ମାଗନ୍ତୁ ବୋଲି ଅଡ଼ି ବସିଛି ବିଜେଡି। ଏପରିସ୍ଥିତିରେ ଗୃହ ସ୍ବାଭାବିକ ସ୍ଥିତିକୁ ଫେରିପାରୁନାହିଁ। ତେବେ ଗୁରୁବାର ବିଧାନସଭା ପରିସରରେ ଥିବା ଗାନ୍ଧି ମୂର୍ତ୍ତୀ ତଳେ କଂଗ୍ରେସ ବିଧାୟକମାନେ ଧାରଣାରେ ବସିଥିବା ଦେଖାଯାଇଛି। ମଣ୍ଡି ସମସ୍ୟାକୁ ଦୂର କରିବା ଓ ଗୃହରେ ଲାଗି ରହିଥିବା ଅଚଳାବସ୍ଥାକୁ ସେମାନେ ଏଭଳି ପ୍ରତିବାଦ କରି ଧାରଣା ଦେଇଥିବା ଜଣାପଡ଼ିଛି। ସେହିଭଳି ବିଜେଡିର ଦାବିକୁ କାଉଣ୍ଟର କରିବାକୁ ଭାଜପା ପକ୍ଷରୁ ହୁଇପ୍‌ ଜାରି କରାଯାଇଛି। ଭାଜପାର ସମସ୍ତ ବିଧାୟକ ଗୁରୁବାର ବିଧାନସଭାରେ ଉପସ୍ଥିତ ରହିବାକୁ ଏଥିରେ ନିର୍ଦ୍ଦେଶ ଦିଆଯାଇଛି। ଅପରପକ୍ଷେ ବିଜେଡିର ବିଧାୟକ ମାନେ ଲୋକସେବା ଭବନରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବା ସହ ଗୃହ କିଭଳି ଭାବେ ସ୍ବାଭାବିକ ସ୍ଥିତିକୁ ଫେରିବ ସେ ନେଇ ଆଲୋଚନା କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଇରାନକୁ କଡ଼ା ଚେତାବନୀ ଦେଲା ଇସ୍ରାଏଲ, ଆଗାମୀ ୧୨ ଘଣ୍ଟା ପାଇଁ ଟ୍ରେନ ବ୍ୟବହାର କଲେ….

ତେହରାନ,୭।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାଧାରଣ ଲୋକଙ୍କୁ ଅନୁରୋଧ ଦେଇଛି । ଟ୍ରେନ ଏବଂ ରେଳ ଲାଇନ ଠାରୁ ଦୂରେଇ ରହିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri