ହଷ୍ଟେଲରେ ନ ରହି ପରୀକ୍ଷା ଦେଲେ ବିଦ୍ୟାଭାରତୀ

ବଲାଙ୍ଗୀର ଅଫିସ,୨୯ା୯: ଗଜପତି ଜିଲା ପାରଳାଖେମୁଣ୍ଡିର ଦିବଂଗତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସ୍ତ୍ରୀ ବିଦ୍ୟାଭାରତୀ ବୁଧବାର ବଲାଙ୍ଗୀର ପ୍ରାଣୀଧନ ନିରୀକ୍ଷକ ତାଲିମ କେନ୍ଦ୍ରରେ ଫାଇନାଲ ପରୀକ୍ଷା ଦେଇଛନ୍ତି। ବୁଧବାରଠାରୁ ଫାଇନାଲ ପରୀକ୍ଷା ଆରମ୍ଭ ହୋଇଛି। ପୂର୍ବାହ୍ନ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇଥିଲା। ପ୍ରଥମ ଦିନ ଆନିମଲ ହେଲ୍‌ଥ ମ୍ୟାନେଜ୍‌ମେଣ୍ଟ ଓ ଫାଷ୍ଟଆଡ କେୟାର ବିଷୟରେ ସେ ପରୀକ୍ଷା ହୋଇଥିଲେ। ଏହି ପରୀକ୍ଷା ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ଚାଲିବ।
ବିଦ୍ୟାଭାରତୀ ବଲାଙ୍ଗୀର ପ୍ରାଣୀଧନ ନିରୀକ୍ଷକ ତାଲିମ କେନ୍ଦ୍ରର ଛାତ୍ରୀଭାବେ ତାଲିମ ଗ୍ରହଣ କରୁଥିଲେ। ତାଙ୍କର ଫାଇନାଲ ପରୀକ୍ଷା ପାଇଁ ସେ ଏବେ ବଲାଙ୍ଗୀର ଆସିଛନ୍ତି। ଏସିଏଫ୍‌ ମୃତ୍ୟୁ ମାମଲାକୁ ନେଇ ଗତ ଜୁଲାଇ ମାସରେ ପାରଳାଖେମୁଣ୍ଡି ପୋଲିସ ଟିମ୍‌ ବଲାଙ୍ଗୀର ପହଞ୍ଚତ୍ ତଦନ୍ତ କରିଥିଲେ। ଏହି ତାଲିମ କେନ୍ଦ୍ର କ୍ୟାମ୍ପସ ଅନ୍ତର୍ଗତ ଛାତ୍ରୀନିବାସରେ ବିଦ୍ୟାଭାରତୀ ରହୁଥିବା ରୁମ୍‌କୁ ପୋଲିସ ସିଲ୍‌ କରିଦେଇଥିଲା। ସେହି ଦିନରୁ ଉକ୍ତ ଛାତ୍ରୀନିବାସ ରୁମ୍‌ ସିଲ୍‌ ରହିଛି। ଏଣୁ କ୍ୟାମ୍ପସ ଭିତର ହଷ୍ଟେଲ ରୁମ୍‌ରେ ନ ରହି ବିଦ୍ୟାଭାରତୀ ବାହାରେ କୁଆଡେ ରହୁଥିବା ଜଣାପଡିଛି। ପୂର୍ବାହ୍ନ ୧୦ଟା ପୂର୍ବରୁ ସେ ପରୀକ୍ଷା କେନ୍ଦ୍ରରେ ପହଞ୍ଚତ୍ ମଧ୍ୟାହ୍ନ ପ୍ରାୟ ୧୨ଟାରେ ସେଠାରୁ ସେ ଚାଲିଯାଇଥିଲେ। ପରୀକ୍ଷା କେନ୍ଦ୍ରକୁ ଆସିବାବେଳେ ଏବଂ ଗଲାବେଳେ ମୁହଁକୁ ସେ ଓଢ଼ଣିରେ ଘୋଡାଇ ରଖିଥିବା ଦେଖାଯାଇଥିଲା। ପରୀକ୍ଷା ସମୟରେ ସେ ତାଙ୍କର କୌଣସି ସହପାଠୀ କିମ୍ବା ସହପାଠିନୀଙ୍କ ସହ କଥାବାର୍ତ୍ତା କରି ନ ଥିବା ଜଣାପଡିଛି। ବିଦ୍ୟାଭାରତୀ ବଲାଙ୍ଗୀର ପ୍ରାଣୀଧନ ନିରୀକ୍ଷକ ତାଲିମ କେନ୍ଦ୍ରରୁ ପରୀକ୍ଷା ଦେଇ ଫେରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଜାଣନ୍ତୁ କାହା ଅଭାବରୁ ବଢ଼ିଥାଏ ‘ଫ୍ୟାଟି ଫୁଡ୍‌’ ଲୋଭ

ଟୋକିଓ/ଲଣ୍ଡନ, ୩୦।୮: ସୁସ୍ବାଦୁ ତଥା ଅଧିକ ଚର୍ବିଯୁକ୍ତ ଖାଦ୍ୟ (ଫ୍ୟାଟି ଫୁଡ୍‌) ଦେଖିଲେ କେତେଜଣ ଲୋକ ନିଜକୁ ନିୟନ୍ତ୍ରଣ କରିପାରନ୍ତି ନାହିଁ କାହିଁକି? ଏହାର ଉତ୍ତର ଖୋଜିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri