ବୋଦା ଭୋଜି ଖାଇବାକୁ ଯାଉଥିଲେ, ଓଲଟିଲା ପିକଅପ୍‌ ଭ୍ୟାନ: ୨ ମୃତ, ୧୫ ଆହତ

ଭଞ୍ଜନଗର,୧୩।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ା ଭଞ୍ଜନଗର ମୁଖ୍ୟ ରାସ୍ତାର କୁଲାଙ୍ଗି ଗ୍ରାମ ନିକଟରେ ମଙ୍ଗଳବାର ଏକ କଲଭର୍ଟକୁ ଏକ ପିକଅପ ଭ୍ୟାନ ଗାଡି ଧକ୍କା ଲଗାଇ ଓଲଟି ପଡିଥିଲା। ଫଳରେ ଗାଡିରେ ବୋଦା ଭୋଜି ଖାଇବାକୁ ଯାଉଥିବା ୧୭ରୁ ଉଦ୍ଧର୍‌ବ ଯାତ୍ରୀ ଆହତ ହୋଇଥିଲେ। ସୋରଡ଼ା ନିକଟସ୍ଥ ବାଘଲିଙ୍ଗିରୁ ସାନବୋରସିଙ୍ଗି ଗାଡିଟି ଆସୁଥିଲା।

ଖବର ପାଇ ଭଞ୍ଜନଗର ଆର୍‌ଟିଓ (ଆଞ୍ଚଳିକ ପରିବହନ ଅଧିକାରୀ) ଶୁଭେନ୍ଦୁ ରଞ୍ଜନ ରାୟ ତୁରନ୍ତ ଆମ୍ବୁଲାନ୍ସ ଧରି ଘଟଣାସ୍ଥଳରେ ପହଞ୍ଚିଥିଲେ। ଏହାପରେ ଆହତ ମାନକୁ ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲ ଅଣାଯାଇଥିଲା। ଏଠାରେ ଡାକ୍ତର ବାଦଲ ଗୌଡ(୧୫) ଓ ଚନ୍ଦ୍ରମା ଗୌଡ (୨୭)ଙ୍କୁ ମୃତ ଘୋଷଣା କରିଥିଲେ। ଆଉ ୪ ଜଣ ଗୁରୁତର ଭାବେ ଆହତ ହୋଇଥିବା ବେଳେ ସେମାନଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ମେଡିକାଲକୁ ପଠାଯାଇଛି। ଅନ୍ୟ ଆହତମାନେ ଭଞ୍ଜନଗର ମେଡ଼ିକାଲରେ ଚିକିତ୍ସିତ ହେଉଛନ୍ତି।

ଘଟଣାରୁ ପ୍ରକାଶ ଯେ, ସୋରଡ଼ା ଆଡୁ ଆଜି ସକାଳ ପ୍ରାୟ ୧୦ଟା ସମୟରେ ଏକ ପିକଅପ ଭ୍ୟାନ ଗାଡିରେ ୧୭ରୁ ଉଦ୍ଧର୍‌ବ ଲୋକ ବସି ବଡ଼ବୋରସୀଙ୍ଗି ଅଭିମୁଖେ ବଳି ବୋଦା ଭୋଜି ଖାଇବାକୁ ଆସୁଥିଲେ। ଦ୍ରୁତ ଗତିରେ ଆସୁଥିବା ଗାଡ଼ିଟି ହଠାତ୍‌ ଏକ କଲଭର୍ଟକୁ ଧକ୍କା ହୋଇ ଓଲଟି ପଡିଥିଲା। ଫଳରେ ବୋଦା ଭୋଜି ଦୁଇଜଣଙ୍କ ପାଇଁ ଶେଷ ଯାତ୍ରା ହୋଇପଡିଛି। ଏହି ଘଟଣାକୁ ନେଇ ସଂମ୍ପୃକ୍ତ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri