ସକାଳୁ ସକାଳୁ ବଡ଼ ଦୁର୍ଘଟଣା: ଯାଉଥିଲେ ୪୦ ଯାତ୍ରୀ, ବ୍ରିଜ୍‌ ତଳକୁ ଖସିପଡିଲା ବସ୍‌

ସୋନପୁର, ୨୫l୧୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ବିନିକା ଥାନା ସିଂଘିଯୁବା ନିକଟରେ ଜୟଭୋଲେ ନାମକ ଏକ ଯାତ୍ରୀବାହୀ ବସ୍‌ ବ୍ରିଜ୍‌ ତଳକୁ ଖସିପଡ଼ିଛି । ଘନ କୁହୁଡ଼ି ଯୋଗୁ ବାଙ୍କ ରାସ୍ତାରେ ଡ୍ରାଇଭର ଭାରସାମ୍ୟ ହରାଇବାରୁ ଏହି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି। ମଙ୍ଗଳବାର ସକାଳ ୬ଟା ସମୟରେ ଏହି ଦୁର୍ଘଟଣା ଘଟିଛି । ବସ୍‌ଟି ଭୁବନେଶରରୁ ବରଗଡ଼ ଜିଲାର ପଦ୍ମପୁର ଯାଉଥିଲା । ପ୍ରାୟ ୪୦ ଜଣ ଯାତ୍ରୀ ଥିଲେ । ବିନିକା ଓ ରାମପୁର ଅଗ୍ନିଶମ ସେବାକେନ୍ଦ୍ରର ଅଗ୍ନିଶମମାନେ ଯାତ୍ରୀଙ୍କୁ ଉଦ୍ଧାର କରି ବିନିକା ଗୋଷ୍ଠୀ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି । ୫ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ବୁର୍ଲା ଡାକ୍ତରଖାନା ସ୍ଥାନାନ୍ତର କରଯାଇଛି ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜିଲ୍ଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ମଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri