Posted inଜାତୀୟ

ଅହମଦାବାଦ ବିମାନ ବନ୍ଦରରେ ବଡ ଆକ୍ସନ, ଧରାହେଲେ ଇସଲାମିକ ଷ୍ଟେଟର ୪ ଆତଙ୍କବାଦୀ

ଅହମଦାବାଦ,୨୦।୫: ଗୁଜୁରାଟର ଅହମଦାବାଦରେ ଇସଲାମିକ ଷ୍ଟେଟର ୪ ଆତଙ୍କବାଦୀ ଧରାପଡିଛନ୍ତି। ଗୁଜୁରାଟ ଏଟିଏସ ଅହମଦାବାଦ ବିମାନବନ୍ଦରରୁ ସମସ୍ତ ୪ ଆତଙ୍କବାଦୀଙ୍କୁ ଗିରଫ କରିଛି। ଏହି ଆତଙ୍କବାଦୀଙ୍କ ପରିଚୟ ଏପର୍ଯ୍ୟନ୍ତ ଜଣାପଡିନାହିଁ। ତେବେ ସୂତ୍ରରୁ ପ୍ରକାଶ ଯେ ଏହି ୪ଆତଙ୍କବାଦୀ ଇସଲାମିକ ଷ୍ଟେଟ ସହିତ ଜଡିତ ଏବଂ ସେମାନଙ୍କର ଶ୍ରୀଲଙ୍କା ସଂଯୋଗ ମଧ୍ୟ ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ, ଅହମଦାବାଦକୁ ଆସୁଥିବା ଏହି ୪ଜଣ ଆତଙ୍କବାଦୀଙ୍କ ବିଷୟରେ ଇନପୁଟ ଗ୍ରହଣ କରାଯାଇଥିଲା। କେନ୍ଦ୍ରୀୟ ଏଜେନ୍ସି ଗୁଜୁରାଟ ଏଟିଏସ ସହିତ ଏହି ଇନପୁଟ ଶେୟାର କରିଛି ଯେ ଇସଲାମିକ ଷ୍ଟେଟ ସହିତ ଜଡିତ ଏହି ଆତଙ୍କବାଦୀମାନେ ବିମାନବନ୍ଦରକୁ ଆସିଛନ୍ତି। ଏହି ସମସ୍ତ ଆତଙ୍କବାଦୀ ଶ୍ରୀଲଙ୍କାର ବୋଲି କୁହାଯାଉଛି।

ମିଳିଥିବା ବିଶେଷ ସୂଚନା ଅନୁଯାୟୀ, ବର୍ତ୍ତମାନ ଗୁଜୁରାଟ ଏଟିଏସ ସମସ୍ତ ୪ ଆତଙ୍କବାଦୀଙ୍କୁ ଏକ ଅଜ୍ଞାତ ସ୍ଥାନକୁ ନେଇ ପଚରାଉଚରା ଆରମ୍ଭ କରିଛି। ଆତଙ୍କବାଦୀମାନେ କେଉଁ ଉଦ୍ଦେଶ୍ୟରେ ଅହମଦାବାଦ ବିମାନବନ୍ଦରକୁ ଆସିଥିଲେ ସେ ନେଇ ସୂଚନା ମିଳିନାହିଁ। ସୂତ୍ର ଏହା ମଧ୍ୟ କହିଛି ଯେ ସେମାନଙ୍କଠାରୁ ପ୍ରାପ୍ତ ଟିକେଟ ଆଧାରରେ ସେମାନେ ଚେନ୍ନାଇରୁ ଆସିଛନ୍ତି। ଇସଲାମିକ ଷ୍ଟେଟର ଏହି ଆତଙ୍କବାଦୀମାନେ କଲମ୍ବୋରୁ ତାମିଲନାଡୁ ଏବଂ ତାମିଲନାଡୁରୁ ଅହମଦାବାଦକୁ ଆସିଛନ୍ତି। ହ୍ୟାଣ୍ଡେଲ ଏହି ଚାରି ଆତଙ୍କବାଦୀଙ୍କୁ ମାର୍ଗଦର୍ଶନ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri