ବଡ଼ ଘୋଷଣା, ନିଯୁକ୍ତ ହେବେ ୨ ହଜାର ଟ୍ରାଫିକ୍‌ ପୋଲିସ

ଭୁବନେଶ୍ୱର,୨୦ା୧(ସତ୍ୟଜିତ୍‌ ରାଉତ): ସଡ଼କ ସୁରକ୍ଷା କ୍ଷେତ୍ରରେ ଟ୍ରାଫିକ୍‌ ବ୍ୟବସ୍ଥାର ପ୍ରମୁଖ ଭୂମିକା ରହିଛି। ଏହାର ପରିଚାଳନା ପାଇଁ ରାଜ୍ୟରେ ଏବେ ୨୧୯୮ ଜଣ ଟ୍ରାଫିକ ପୋଲିସ କାର୍ଯ୍ୟ କରୁଛନ୍ତି। ଚଳିତବର୍ଷ ଆଉ ୨ ହଜାର ନୂଆ ପଦବୀ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ରବିବାର ସାରେ ଭୁବନେଶ୍ୱର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଆଇନ ଶୃଙ୍ଖଳା ସ୍ଥିତି ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟମନ୍ତ୍ରୀ ଟ୍ରାଫିକ୍‌ ପୋଲିସ ପଦବୀଗୁଡ଼ିକୁ ସମ୍ପୂର୍ଣ୍ଣ ସ୍ବଚ୍ଛତାର ସହ ପୂରଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ବୈଠକରେ ରାଜ୍ୟର ଆଇନ ଶୃଙ୍ଖଳା ସ୍ଥିତି ସହ ପୋଲିସ ବିଭାଗରେ ଥିବା ବିଭିନ୍ନ ସମସ୍ୟାର ସମାଧାନ ସମ୍ପର୍କରେ ଆଲୋଚନା ହୋଇଛି। ଓଡ଼ିଶା ପୋଲିସ ପାଇଁ ତିନୋଟି ପ୍ରମୁଖ ଆହ୍ବାନ ଯଥା ସଡ଼କ ଦୁର୍ଘଟଣା ହ୍ରାସ କରିବା, ସାଇବର ଅପରାଧ ଏବଂ ଗଞ୍ଜେଇ ଚାଷକୁ ରୋକିବା ଦିଗରେ ବୈଠକରେ ବିସ୍ତୃତ ଆଲୋଚନା ହୋଇଛି। ରାଜ୍ୟରେ ୨୦୨୪ରେ ୨୬୩୩ ସାଇବର ଅପରାଧ ମାମଲା ରୁଜୁ ହୋଇଥିବାବେଳେ ଏହା ନିୟନ୍ତ୍ରଣ ପାଇଁ ରାଜ୍ୟରେ ୧୪ଟି ସାଇବର ଥାନା ଅଛି। ସାଇବର ଠକେଇରେ ଲୋକମାନେ ଅଧିକ କ୍ଷତିଗ୍ରସ୍ତ ହେଉଥିବାରୁ ସମସ୍ତ ଜିଲାରେ ସାଇବର ଥାନା କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ଆଉ ୨୦ଟି ନୂଆ ସାଇବର ଥାନା ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ ପୂର୍ବରୁ କାର୍ଯ୍ୟକ୍ଷମ ଥିବା ଥାନାଗୁଡ଼ିକୁ ଅଧିକ ସୁଦୃଢ଼ କରିବା ଲାଗି ଗୁରୁତ୍ୱ ଦିଆଯାଇଛି। ସେହିପରି ଗଞ୍ଜେଇ ଚାଷ ଓ ଗଞ୍ଜେଇ ଚାଲାଣକୁ ରୋକିବା ପାଇଁ ଦୃଢ଼ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଭୁବନେଶ୍ୱର ଓ କଟକର ଅପରାଧ ନିୟନ୍ତ୍ରଣ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ସହରରେ ରାତ୍ରକାଳୀନ ପାଟ୍ରୋଲିଂ ଓ ଚେକିଂ ବ୍ୟବସ୍ଥାକୁ କଡ଼ାକଡ଼ି କରିବାକୁ ପୋଲିସ କମିଶନରଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ରାଜ୍ୟର ସମସ୍ତ ସହରାଞ୍ଚଳରେ ଏହି ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ କୁହାଯାଇଛି। ମାଓବାଦୀପ୍ରବଣ ଜିଲାଗୁଡିକରେ ସୁରକ୍ଷା ବ୍ୟବସ୍ଥା ପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେବା ପାଇଁ ପୋଲିସ ଡିଜିଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ତେବେ ବାତ୍ୟା ଦାନାର ମୁକାବିଲା, ଡିଜି ଓ ଆଇଜି ସମ୍ମିଳନୀ, ପୁରୀରେ ନୌସେନା ଦିବସ ଏବଂ ଭୁବନେଶ୍ୱରରେ ପ୍ରବାସୀ ଭାରତୀୟ ଦିବସ ଭଳି ଗୁରୁତ୍ୱପୂର୍ଣ୍ଣ ଘଟଣା ଓ କାର୍ଯ୍ୟକ୍ରମରେ ରାଜ୍ୟ ପୋଲିସର ସଫଳ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି। ଆଗାମୀ ଦିନରେ ପୋଲିସ ବିଭାଗରେ ଖାଲିଥିବା ବିଭିନ୍ନ ପଦବୀ ପୂରଣ କରାଯାଇ ବିଭାଗକୁ ଅଧିକ ସୁଦୃଢ଼ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୋଲିସ ଡିଜି ୱାଇ.ବି. ଖୁରାନିଆ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଏବଂ ରାଜ୍ୟ ପୋଲିସର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?