୩ୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କାକୁ ନେଇ ବଡ଼ ଘୋଷଣା, ଏମାନଙ୍କୁ ମିଳିବ ଟଙ୍କା

ଭୁବନେଶ୍ୱର,୩୦।୧୦: ୩ୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କାକୁ ନେଇ ଆସିଲା ବଡ଼ ଖବର। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ‘ସୁଭଦ୍ରା’ର ପ୍ରଥମ କିସ୍ତିର ୩ୟ ପର୍ଯ୍ୟାୟ ଟଙ୍କା ଖୁବଶୀଘ୍ର ମିଳିବ। ଏହି ପର୍ଯ୍ୟାୟରେ ବାକିଥିବା ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ଦିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।

ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ତୃତୀୟ ପର୍ଯ୍ୟାୟରେ ଅଙ୍ଗନବାଡି କର୍ମୀଙ୍କ ଟଙ୍କା ମିଳିବ। ବାଦ ପଡ଼ିଥିବା ସବୁ ଅଙ୍ଗନବାଡ଼ି କର୍ମୀଙ୍କୁ ତୃତୀୟ ପର୍ଯ୍ୟାୟରେ ମିଳିବ ସୁଭଦ୍ରା ଟଙ୍କା। ଏହି ପର୍ଯ୍ୟାୟରେ କୌଣସି ଯୋଗ୍ୟ ହିତାଧିକାରୀ ବାଦ ପଡ଼ିବେନି। ଖାରଜ ହୋଇଥିବା ୨ ଲକ୍ଷ ୬୭ ହଜାର ଆବେଦନ ରି-ଚେକ ହେବ। ବାରମ୍ବାର ଚେକ ହେବ, କେହି ବି ବଞ୍ଚିତ ହେବେ ନାହିଁ। ଏଥିପାଇଁ ୧ ତାରିଖରେ ନୋଡ଼ାଲ ଏଜେନ୍ସି ନିଯୁକ୍ତ ହେବେ ବୋଲି ପ୍ରଭାତୀ କହିଛନ୍ତି।

ଗତ ସେପ୍ଟେମ୍ବର ୧୭ରେ ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଥିଲା। ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ସେହିଦିନ ପ୍ରଥମ କିସ୍ତିର ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା। ଏହାପରେ ଦ୍ୱିତୀୟ ପର୍ଯ୍ୟାୟରେ ଅନେକ ହିତାଧିକାରୀଙ୍କୁ ଚଳିତ ମାସ ୯ ତାରିଖରେ ପ୍ରଥମ କିସ୍ତି ଟଙ୍କା ମିଳିଥିଲା। ସେଦିନ ୩୫ ଲକ୍ଷରୁ ଅଧିକ ହିତାଧିକାରୀ ଏହି ଟଙ୍କା ପାଇଥିଲେ। ପ୍ରଥମ ଦୁଇ ପର୍ଯ୍ୟାୟରେ ଏଯାବତ୍‌ ପ୍ରାୟ ୬୦ ଲକ୍ଷ ମହିଳା ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ପାଇ ସାରିଲେଣି।

ରାଜ୍ୟ ସରକାର କୋଟିଏରୁ ଅଧିକ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରି ଟଙ୍କା ଦେବାକୁ ଲକ୍ଷ୍ୟ ରଖିଛନ୍ତିି। ଆସନ୍ତା ମାର୍ଚ୍ଚ ୮ ତାରିଖରେ ଦ୍ୱିତୀୟ କିସ୍ତି ଟଙ୍କା ପ୍ରଦାନ କରାଯିବା ନିମନ୍ତେ ଘୋଷଣା କରାଯାଇଥିବାରୁ ଏହା ପୂର୍ବରୁ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଟଙ୍କା ପ୍ରଦାନ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ତେବେ ଏହି ପର୍ଯ୍ୟାୟରେ କେତେ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯିବ ତାହା ସ୍ପଷ୍ଟ ହୋଇପାରି ନାହିଁ

ରାଜ୍ୟର ଅଧିକ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ ଉଦ୍ଦେଶ୍ୟରେ ‘ସୁଭଦ୍ରା’ର ଗାଇଡଲାଇନରେ ସଂଶୋଧନ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ମଞ୍ଜୁରୀ ଦେଇସାରିଛନ୍ତି। ଯୋଗ୍ୟ ହିତାଧିକାରୀ ଚୟନ ନିମନ୍ତେ ରାଶନ କାର୍ଡ ଡାଟାବେସରେ ନିଶ୍ଚିତ ନାମ ଥିବାର ମାନଦଣ୍ଡକୁ ହଟାଇବାକୁ ସରକାର ନିଷ୍ପତ୍ତି ନେଇଛନ୍ତି।

ସୁଭଦ୍ରା ଯୋଜନାରେ ମୋଟ ୧ କୋଟି ୨ ଲକ୍ଷ ହିତାଧିକାରୀ ପଞ୍ଜୀକୃତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୦ ଲକ୍ଷ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଟଙ୍କା ଦିଆଯାଇସାରିଛି। ବିଭିନ୍ନ କାରଣରୁ ୨ ଲକ୍ଷ ୬୭ ହଜାର ଆବେଦନ ଖାରଜ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri