୩ୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କାକୁ ନେଇ ବଡ଼ ଘୋଷଣା, ଏମାନଙ୍କୁ ମିଳିବ ଟଙ୍କା

ଭୁବନେଶ୍ୱର,୩୦।୧୦: ୩ୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କାକୁ ନେଇ ଆସିଲା ବଡ଼ ଖବର। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ‘ସୁଭଦ୍ରା’ର ପ୍ରଥମ କିସ୍ତିର ୩ୟ ପର୍ଯ୍ୟାୟ ଟଙ୍କା ଖୁବଶୀଘ୍ର ମିଳିବ। ଏହି ପର୍ଯ୍ୟାୟରେ ବାକିଥିବା ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ଦିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।

ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ତୃତୀୟ ପର୍ଯ୍ୟାୟରେ ଅଙ୍ଗନବାଡି କର୍ମୀଙ୍କ ଟଙ୍କା ମିଳିବ। ବାଦ ପଡ଼ିଥିବା ସବୁ ଅଙ୍ଗନବାଡ଼ି କର୍ମୀଙ୍କୁ ତୃତୀୟ ପର୍ଯ୍ୟାୟରେ ମିଳିବ ସୁଭଦ୍ରା ଟଙ୍କା। ଏହି ପର୍ଯ୍ୟାୟରେ କୌଣସି ଯୋଗ୍ୟ ହିତାଧିକାରୀ ବାଦ ପଡ଼ିବେନି। ଖାରଜ ହୋଇଥିବା ୨ ଲକ୍ଷ ୬୭ ହଜାର ଆବେଦନ ରି-ଚେକ ହେବ। ବାରମ୍ବାର ଚେକ ହେବ, କେହି ବି ବଞ୍ଚିତ ହେବେ ନାହିଁ। ଏଥିପାଇଁ ୧ ତାରିଖରେ ନୋଡ଼ାଲ ଏଜେନ୍ସି ନିଯୁକ୍ତ ହେବେ ବୋଲି ପ୍ରଭାତୀ କହିଛନ୍ତି।

ଗତ ସେପ୍ଟେମ୍ବର ୧୭ରେ ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଥିଲା। ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ସେହିଦିନ ପ୍ରଥମ କିସ୍ତିର ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା। ଏହାପରେ ଦ୍ୱିତୀୟ ପର୍ଯ୍ୟାୟରେ ଅନେକ ହିତାଧିକାରୀଙ୍କୁ ଚଳିତ ମାସ ୯ ତାରିଖରେ ପ୍ରଥମ କିସ୍ତି ଟଙ୍କା ମିଳିଥିଲା। ସେଦିନ ୩୫ ଲକ୍ଷରୁ ଅଧିକ ହିତାଧିକାରୀ ଏହି ଟଙ୍କା ପାଇଥିଲେ। ପ୍ରଥମ ଦୁଇ ପର୍ଯ୍ୟାୟରେ ଏଯାବତ୍‌ ପ୍ରାୟ ୬୦ ଲକ୍ଷ ମହିଳା ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ପାଇ ସାରିଲେଣି।

ରାଜ୍ୟ ସରକାର କୋଟିଏରୁ ଅଧିକ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରି ଟଙ୍କା ଦେବାକୁ ଲକ୍ଷ୍ୟ ରଖିଛନ୍ତିି। ଆସନ୍ତା ମାର୍ଚ୍ଚ ୮ ତାରିଖରେ ଦ୍ୱିତୀୟ କିସ୍ତି ଟଙ୍କା ପ୍ରଦାନ କରାଯିବା ନିମନ୍ତେ ଘୋଷଣା କରାଯାଇଥିବାରୁ ଏହା ପୂର୍ବରୁ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଟଙ୍କା ପ୍ରଦାନ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ତେବେ ଏହି ପର୍ଯ୍ୟାୟରେ କେତେ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯିବ ତାହା ସ୍ପଷ୍ଟ ହୋଇପାରି ନାହିଁ

ରାଜ୍ୟର ଅଧିକ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ ଉଦ୍ଦେଶ୍ୟରେ ‘ସୁଭଦ୍ରା’ର ଗାଇଡଲାଇନରେ ସଂଶୋଧନ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ମଞ୍ଜୁରୀ ଦେଇସାରିଛନ୍ତି। ଯୋଗ୍ୟ ହିତାଧିକାରୀ ଚୟନ ନିମନ୍ତେ ରାଶନ କାର୍ଡ ଡାଟାବେସରେ ନିଶ୍ଚିତ ନାମ ଥିବାର ମାନଦଣ୍ଡକୁ ହଟାଇବାକୁ ସରକାର ନିଷ୍ପତ୍ତି ନେଇଛନ୍ତି।

ସୁଭଦ୍ରା ଯୋଜନାରେ ମୋଟ ୧ କୋଟି ୨ ଲକ୍ଷ ହିତାଧିକାରୀ ପଞ୍ଜୀକୃତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୦ ଲକ୍ଷ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଟଙ୍କା ଦିଆଯାଇସାରିଛି। ବିଭିନ୍ନ କାରଣରୁ ୨ ଲକ୍ଷ ୬୭ ହଜାର ଆବେଦନ ଖାରଜ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri