Posted inଜାତୀୟ

ବଜେଟ ୨୦୨୫ ପୂର୍ବରୁ ବଡ଼ ଘୋଷଣା! କମିବ ପେଟ୍ରୋଲ ଦର…

ନୂଆଦିଲ୍ଲୀ,୩୧।୧: ୨୦୨୫ ବଜେଟ ପୂର୍ବରୁ ବଡ଼ ଘୋଷଣା! କମିପାରେ ପେଟ୍ରୋଲ-ଡିଜେଲ ଦର। ଏଥିପାଇଁ, ଉତ୍ପାଦ ଶୁଳ୍କ ହ୍ରାସ କରାଯାଇପାରେ। ବର୍ତ୍ତମାନ ପେଟ୍ରୋଲ ଉପରେ ୧୯.୯୦ ଟଙ୍କା ଏବଂ ଡିଜେଲ ଉପରେ ୧୫.୮୦ ଟଙ୍କା ଶୁଳ୍କ ଲାଗୁ ହେଉଛି। ଏହା ବ୍ୟତୀତ, ଇଲେକ୍ଟ୍ରୋନିକ୍ସ ଉପରେ ଆମଦାନୀ ଶୁଳ୍କ ହ୍ରାସ ଯୋଗୁଁ ମୋବାଇଲ ଭଳି ଜିନିଷ ଶସ୍ତା ହୋଇପାରେ।

ଅର୍ଥନୈତିକ ବିଶେଷଜ୍ଞନୁସାରେ, ସରକାର ବାର୍ଷିକ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟକୁ କରମୁକ୍ତ କରିପାରନ୍ତି। ଏଥିସହ, ୧୫ରୁ ୨୦ଲକ୍ଷ ଟଙ୍କା ଆୟ ଉପରେ ୨୫% ଟିକସର ଏକ ନୂଆ ବର୍ଗ ପ୍ରଚଳନ କରିପାରନ୍ତି। ବର୍ତ୍ତମାନର ଟିକସ ଗଠନରେ ଛଅଟି ବର୍ଗ ଅଛି।
ସେହିପରି ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାରେ, ବାର୍ଷିକ ୬ହଜାର ଟଙ୍କାକୁ ୧୨ହଜାର ଟଙ୍କାକୁ ବୃଦ୍ଧି କରାଯାଇପାରେ। ଏହି ଯୋଜନା ଦେଶର କୋଟି କୋଟି ଚାଷୀଙ୍କୁ ଲାଭ ଦେଉଛି, ଏବଂ ଏହି ବୃଦ୍ଧି ଚାଷୀଙ୍କ ଆର୍ଥିକ ସ୍ଥିତିକୁ ଉନ୍ନତ କରିପାରିବ।

ଗ୍ରାମାଞ୍ଚଳର ଯୁବକ ଯୁବତୀଙ୍କ ପାଇଁ ଇଣ୍ଟର୍ନସିପ କାର୍ଯ୍ୟକ୍ରମ ଘୋଷଣା କରାଯାଇପାରେ। ଏହା ସହିତ, ଏକ ‘ସମନ୍ନିତ ଜାତୀୟ ନିଯୁକ୍ତି ନୀତି’ ଗଠନ କରାଯାଇପାରିବ, ଯାହା ଦାରା ବିଭିନ୍ନ ମନ୍ତ୍ରଣାଳୟର ଯୋଜନାଗୁଡ଼ିକୁ ଗୋଟିଏ ଛତା ତଳେ ଅଣାଯାଇପାରିବ। ଏହା ବ୍ୟତୀତ, ଷ୍ଟାର୍ଟଅପ୍ଗୁଡ଼ିକୁ ମଧ୍ୟ ସମର୍ଥନ ମିଳିବାର ସମ୍ଭାବନା ରହିଛି।

ସ୍ବାସ୍ଥ୍ୟ କ୍ଷେତ୍ରର ବଜେଟ ୧୦% ବୃଦ୍ଧି କରାଯାଇପାରିବ। ଏହା ଅଧୀନରେ, ମେଡିକାଲ କଲେଜଗୁଡ଼ିକରେ ୭୫ ହଜାର ସିଟ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖାଯାଇଛି। ଏହା ସହିତ, MRI ଭଳି ଚିକିତ୍ସା ଉପକରଣ ଉପରେ ଆମଦାନୀ ଶୁଳ୍କ ହ୍ରାସ କରାଯାଇପାରିବ, ଯାହା ଚିକିତ୍ସା ଖର୍ଚ୍ଚ ହ୍ରାସ କରିବ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?