ଆଦିବାସୀ ଛାତ୍ରଙ୍କ ସମର୍ଥନରେ ଅଭିଜିତ ଦୀପକେଙ୍କ ବଡ଼ ଘୋଷଣା, ଦରକାର ପଡ଼ିଲେ…

ମୁମ୍ବାଇ,୪।୯: ମହାରାଷ୍ଟ୍ରର ନାସିକରେ ଆନ୍ଦୋଳନରତ ଆଦିବାସୀ ଛାତ୍ରୀଛାତ୍ରଙ୍କୁ ଅନଶନ ଶେଷ କରିବାକୁ ଅପିଲ୍ କରିଛନ୍ତି କକରୋଚ୍ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ। ଗୁରୁବାରନାସିକର ଇଦଗାହ ମୈଦାନରେ ଆନ୍ଦୋଳନ କରୁଥିବା ଛାତ୍ରଙ୍କୁ ଭେଟି ସେ ସେମାନଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଥିଲେ । ତଥାପି ଦାବି ପୂରଣ ନହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରଖିବାକୁ ସେ ଆହ୍ୱାନ ଦେଇଛନ୍ତି ।

ଦୀପକେ ସୋସିଆଲ୍ ମିଡିଆ ‘ଏକ୍ସ’ରେ ଏକ ପୋଷ୍ଟ କରି କହିଛନ୍ତି ଯେ, ନାସିକରେ ଆଦିବାସୀ ଛାତ୍ରମାନେ ଦୀର୍ଘ ୧୨ ଦିନ ଧରି ଅନଶନରେ ବସିଛନ୍ତି। ଛାତ୍ରମାନଙ୍କୁ ମିଳୁଥିବା ସୁବିଧା, ଖାଦ୍ୟ ଓ ଶିକ୍ଷା କ୍ଷେତ୍ରରେ ଥିବା ଅସମାନତା ସମ୍ପୂର୍ଣ୍ଣ ଭାବେ ଅସ୍ୱୀକାରଯୋଗ୍ୟ ବୋଲି ସେ କହିଛନ୍ତି।

ଅଭିଜିତ ଦୀପକେ ଦାବି କରିଛନ୍ତି ଯେ, ଖାଦ୍ୟ ଓ ଶିକ୍ଷାରେ ଥିବା ଅସମାନତା କାରଣରୁ ଗତ ଦୁଇ ବର୍ଷ ମଧ୍ୟରେ ୫୯୦ ଜଣ ଆଦିବାସୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଛାତ୍ରମାନଙ୍କ ସ୍ୱାସ୍ଥ୍ୟକୁ ଦୃଷ୍ଟିରେ ରଖି ଅନଶନ ଶେଷ କରିବାକୁ ସେ ଅନୁରୋଧ କରିଥିବା କହିଛନ୍ତି। ଆବଶ୍ୟକ ପଡ଼ିଲେ ସମସ୍ତେ ମିଶି ମୁମ୍ବାଇ ପର୍ଯ୍ୟନ୍ତ ପଦଯାତ୍ରା କରିବେ ବୋଲି ମଧ୍ୟ ସେ କହିଛନ୍ତି।

ଦୀପକେଙ୍କ କହିବା ଅନୁଯାୟୀ, ଅନଶନରେ ବସିଥିବା ଜଣେ ଛାତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିବାରୁ ତାଙ୍କୁ ହସ୍ପିଟାଲ୍‌କୁ ନିଆଯାଇଛି। ଆଦିବାସୀ ଛାତ୍ରମାନଙ୍କ ଦାବି ଉପରେ ପ୍ରଶ୍ନ ଉଠାଇ ସେ କହିଛନ୍ତି ଯେ, ଛାତ୍ରମାନେ କେବଳ ଭଲ ଖାଦ୍ୟ, ଉନ୍ନତ ହଷ୍ଟେଲ୍ ଓ ଭଲ ସ୍କୁଲ୍ ଦାବି କରୁଛନ୍ତି। ଏଭଳି ମୌଳିକ ସୁବିଧା ପାଇଁ ସେମାନଙ୍କୁ ୧୨ ଦିନ ଧରି ଭୋକରେ ରହିବାକୁ ପଡ଼ୁଛି ବୋଲି ସେ ଅଭିଯୋଗ କରିଛନ୍ତି। ଆଦିବାସୀ ଛାତ୍ରମାନଙ୍କୁ ମିଳୁଥିବା ଖାଦ୍ୟର ମାନକୁ ନେଇ ମଧ୍ୟ ଦୀପକେ ପ୍ରଶ୍ନ ଉଠାଇଛନ୍ତି । ସେ କହିଛନ୍ତି, ରାତି ୨ଟାରେ ଖାଦ୍ୟ ପ୍ରସ୍ତୁତ ହେଉଛି ଏବଂ ଛାତ୍ରମାନଙ୍କୁ ତାହା ଦ୍ୱିପ୍ରହରରେ ଖାଇବାକୁ ଦିଆଯାଉଛି। ସେ ମହାରାଷ୍ଟ୍ରର ମନ୍ତ୍ରୀମାନଙ୍କୁ ପ୍ରଶ୍ନ କରିଛନ୍ତି—ସେମାନଙ୍କ ପିଲାମାନଙ୍କୁ ଏଭଳି ଖାଦ୍ୟ ଦିଆଗଲେ ସେମାନେ ଗ୍ରହଣ କରିବେ କି?

ମହାରାଷ୍ଟ୍ରର ବିଭିନ୍ନ ଅଞ୍ଚଳରୁ ୧୦୦ରୁ ଅଧିକ ଆଦିବାସୀ ଛାତ୍ର ନାସିକର ଇଦଗାହ ମୈଦାନରେ ଆନ୍ଦୋଳନ କରୁଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣ ଛାତ୍ର ଅନଶନରେ ବସିଛନ୍ତି। ଭଲ ଶିକ୍ଷା, ଉନ୍ନତ ସ୍କୁଲ୍, ଉତ୍ତମ ହଷ୍ଟେଲ୍ ଓ ଗୁଣାତ୍ମକ ଖାଦ୍ୟ ଭଳି ଦାବିକୁ ନେଇ ଛାତ୍ରମାନେ ଆନ୍ଦୋଳନ କରୁଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?