ରାଜ୍ୟରେ ନୂଆ ରୂପରେ ଲାଗୁ ହେବ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ସ୍ମାର୍ଟ ହେଲ୍ଥ କାର୍ଡ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୮(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆଠାରେ ରବିବାର ୭୫ତମ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିଥିଲେ। ପରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସମ୍ବୋଧିତ କରି ନୂଆ ରୂପରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଲାଗୁ ହେବ ବୋଲି କହିଛନ୍ତି। ଏଥିରେ ସାଢ଼େ ତିନି କୋଟି ଲୋକଙ୍କୁ ସ୍ମାର୍ଟ ହେଲ୍ଥ କାର୍ଡ ପ୍ରଦାନ କରାଯିବ। ତେବେ ପର୍ଯ୍ୟାୟକ୍ରମେ ସାରା ରାଜ୍ୟରେ ଏହି କାର୍ଡ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ସାରା ଓଡ଼ିଶା ମୋ ପରିବାର। ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଯେତେବେଳେ ଲୋକମାନେ ଚିକିତ୍ସା ପାଇଁ ଜମି ବିକିବା, ସୁନା ବିକିବା ଓ ପିଲାଙ୍କ ପାଠପଢ଼ା ବନ୍ଦ କରିବା ଖବର ମିଳେ, ସେତେବେଳେ ମୋତେ ବହୁତ କଷ୍ଟ ଲାଗେ । ଲୋକଙ୍କର ଏହି ଦୁଃଖ ଦୂର କରିବା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ନୂଆ ରୂପରେ ଲାଗୁ କରାଯିବ। ଏଥିପାଇଁ ସାଢ଼େ ତିନି କୋଟି ଲୋକଙ୍କୁ ସ୍ମାର୍ଟ ହେଲ୍ଥ କାର୍ଡ ଯୋଗାଇ ଦିଆଯିବ। ଏଭଳି ସ୍ମାର୍ଟ ହେଲ୍ଥ କାର୍ଡ ଦେବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ ହେବ।

ଜାତୀୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ଅନ୍ନପୂର୍ଣ୍ଣା ଓ ଅନ୍ତଦ୍ୟୋୟ ହିତାଧିକାରୀ- ସମସ୍ତଙ୍କୁ ଏହି ସ୍ମାର୍ଟ ହେଲ୍ଥ କାର୍ଡ ମିଳିବ। ଏଥିରେ ପରିବାର ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପ୍ରତି ବର୍ଷ ମିଳିବ। ଓଡ଼ିଶା ସମେତ ସାରା ଦେଶର ୨୦୦ରୁ ଅଧିକ ବଡ଼ ବଡ଼ ହସ୍ପିଟାଲ ମାନଙ୍କରେ ମାଗଣାରେ ଚିକିତ୍ସା ସୁବିଧା ମିଳିବ। ଏହା ସାରା ଦେଶରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ନୂଆ ଇତିହାସ ସୃଷ୍ଟି କରିବ। ରାଜ୍ୟବାସୀଙ୍କ ସ୍ବାସ୍ଥ୍ୟ ନିରାପତ୍ତାକୁ ଆହୁରି ସୁଦୃଢ଼ କରିବାରେ ଏହି ବ୍ୟବସ୍ଥା ବିଶେଷ ଭାବେ ସହାୟକ ହେବ। ରାଜ୍ୟରେ ସ୍ବାସ୍ଥ୍ୟସେବା ବିକାଶରେ ଏହା ଏକ ନୂଆ ଯୁଗ ଆରମ୍ଭ କରିବ ବୋଲି ସେ କହିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ହକି ଦଳ ପଦକ ଜିତିଥିବାରୁ ଖୁସି ବ୍ୟକ୍ତ କରିବା ସହିତ ଆଗାମୀ ଦିନରେ ଏହାକୁ ବିଶ୍ୱର ଶ୍ରେଷ୍ଠ ଦଳରେ ପରିଣତ କରିବାକୁ ସବୁ ପ୍ରକାର ସହଯୋଗ କରାଯିବ ବୋଲି ଘୋଷଣା କରିଛନ୍ତି। ସେହିପରି ମୋ ସ୍କୁଲ ଅଭିଯାନରେ ୫ ଲକ୍ଷରୁ ଅଧିକ ପୁରାତନ ଛାତ୍ରଛାତ୍ରୀ ୩୨ ହଜାରରୁ ଅଧିକ ସ୍କୁଲର ବିକାଶ ପାଇଁ ଆଗେଇ ଆସିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

କୋଭିଡ ସମୟରେ ଦେଶର ୧୭ଟି ରାଜ୍ୟକୁ ଦୁଇ ମାସ ଧରି ମେଡିକାଲ ଅକ୍ସିଜେନ ନିରନ୍ତର ଭାବରେ ଯୋଗାଇ ଓ ବହୁ ମୂଲ୍ୟବାନ ଜୀବନ ବଞ୍ଚାଇପାରିଛି। ଏହା ଓଡ଼ିଶା ପାଇଁ ଗର୍ବର ବିଷୟ ବୋଲି ମୁଖ୍ୟମନ୍ତ୍ରୀ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଲଘୁଚାପରୁ ବନ୍ୟା ଆଶଙ୍କା

ଭୁବନେଶ୍ୱର,୨୭ା୭(ଅନୁରାଧା ମହାରଣା): ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ...

ବଢ଼ିପାରେ ମଧ୍ୟାହ୍ନଭୋଜନ ମୁଣ୍ଡ ପିଛା ଖର୍ଚ୍ଚ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ସ୍କୁଲରେ ଛାତ୍ରୀଛାତ୍ରମାନଙ୍କୁ ଦିଆଯାଉଥିବା ମଧ୍ୟାହ୍ନଭୋଜନ ମୁଣ୍ଡପିଛା ମୂଲ୍ୟ ବଢ଼ିପାରେ। ଏ ନେଇ ରାଜ୍ୟ ସରକାର ଚିନ୍ତା କରୁଛନ୍ତି। ବିଜେଡି ସଭ୍ୟ ରଣେନ୍ଦ୍ର ପ୍ରତାପ...

ଆଳୁ ଅଭାବ: ଦର ବଢ଼ିଲା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ସପ୍ତାହକ ମଧ୍ୟରେ ଆଳୁ ଦର ୧୫ ଟଙ୍କାରୁ ଅଧିକ ବୃଦ୍ଧି ପାଇସାରିଲାଣି। ଆଳୁ ଏବେ କେଉଁଠି ୪୫ ଟଙ୍କା ତ ଆଉ...

ସରକାର ନିଜ ଦୋଷ ଲୁଚାଉଛନ୍ତି: ବିରୋଧୀ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ରଥ ଉପରୁ ବଡ଼ ଠାକୁର ଖସିପଡ଼ିବା, ଦଳାଚକଟାରେ ଜଣଙ୍କ ମୃତ୍ୟୁ ହେବା, ଟ୍ରାଫିକ ଅବ୍ୟବସ୍ଥା, ଅଣ ସେବାୟତ ରଥ ଉପରେ ଚଢ଼ିବା ପ୍ରସଙ୍ଗକୁ...

ବିଜେଡି ସରକାରର ବଜେଟଠାରୁ ଏଥର ୧୫% ଅଧିକ: ସମୀର

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ନୂତନ ରାଜନୈତିକ ସଂସ୍କୃତିର ପ୍ରତିଷ୍ଠାକରି ଭାଜପା ପ୍ରଥମ ଥର ଓଡ଼ିଶାରେ ସରକାର ଗଠନ କରିଛି। ଭାଜପା ସରକାରର ପ୍ରଥମ ବଜେଟ ଓଡ଼ିଶା...

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ...

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri