ସରକାରଙ୍କ ବଡ଼ ଘୋଷଣା, ଉଚ୍ଚ ଶିକ୍ଷାନୁଷ୍ଠାନରେ ହେବ…

ଭୁବନେଶ୍ୱର,୧୦ା୮(ସୁଚିସ୍ମିତା ସାହୁ): ରାଜ୍ୟର ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ବବିଦ୍ୟାଳୟ, ମହାବିଦ୍ୟାଳୟ ଓ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର’ ସ୍ଥାପନ ହେବ। ଏଥିସହ ‘ଶକ୍ତିଶ୍ରୀ ସାଥୀ’ ନିଯୁକ୍ତ ହେବେ। ସେହିପରି ଛାତ୍ରୀ ଓ ମହିଳା କର୍ମଚାରୀ ସୁରକ୍ଷା ପାଇଁ ଆସନ୍ତା ୨୫ ତାରିଖ ସୁଦ୍ଧା ‘ସକ୍ତିଶ୍ରୀ ସେଲ୍‌’ ପ୍ରସ୍ତୁତ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଶନିବାର ବିଭାଗର ନିର୍ଦ୍ଦେଶକ କାଳୀପ୍ରସନ୍ନ ମହାପାତ୍ର ସମସ୍ତ ମହାବିଦ୍ୟାଳୟ ଅଧ୍ୟକ୍ଷ ଓ ବିଶ୍ବବିଦ୍ୟାଳୟ କୁଳପତିଙ୍କୁ ଚିଠି ଲେଖିଛନ୍ତି।
ଉକ୍ତ ଚିଠିରେ ଉଲ୍ଲେଖ କରାଯାଇଛି ଯେ, ‘ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର’ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟର ଛାତ୍ରୀଙ୍କ ଆତ୍ମବିଶ୍ବାସ ବୃଦ୍ଧି ପାଇଁ ପ୍ରଚେଷ୍ଟା କରିବ। କେନ୍ଦ୍ରର ସଂଯୋଜିକା ଭାବେ ଜଣେ ଅଧ୍ୟାପିକା ଓ ‘ଶକ୍ତିଶ୍ରୀ ସାଥୀ’ ଭାବେ ଜଣେ ଛାତ୍ରୀ କାର୍ଯ୍ୟ କରିବେ। କେନ୍ଦ୍ରର ଅଧ୍ୟକ୍ଷ ଦାୟିତ୍ୱରେ କଲେଜ ପ୍ରିନ୍ସିପାଲ ଓ ବିଶ୍ୱବିଦ୍ୟାଳୟର ଛାତ୍ର ମଙ୍ଗଳ ଡିନ୍‌ ରହିବେ। ସେମାନେ ଶକ୍ତିଶ୍ରୀ ସାଥୀ ଓ ସଂଯୋଜିକାଙ୍କ ସହ ସମନ୍ବୟ ରଖି ମାସିକ କ୍ୟାଲେଣ୍ଡର ମୁତାବକ ଅଧିବେଶନ ଆୟୋଜନ କରିବେ। ଚଳିତ ମାସ ୧୪ ତାରିଖ ସୁଦ୍ଧା ପ୍ରତି ଶ୍ରେଣୀରେ ଜଣେ ଲେଖାଏ ମହିଳା ପ୍ରତିନିଧି ଚୟନ କରାଯିବ। ୨୦ ତାରିଖ ସୁଦ୍ଧା ‘ଶକ୍ତିଶ୍ରୀ ସାଥୀ’ ବାଛିବା ପାଇଁ ପଦକ୍ଷେପ ନିଆଯିବ। ମନୋନୟନରେ ସ୍ବଚ୍ଛତା ଅବଲମ୍ବନ କରିବାକୁ କୁହାଯାଇଛି। ସ୍ବେଚ୍ଛାସେବୀ, ନେତୃତ୍ୱ ନେବାର ଦକ୍ଷତା, କମ୍ୟୁନିକେସନ ସ୍କିଲ, ଦାୟିତ୍ୱ, ଉତ୍ତରଦାୟୀ, ସମସ୍ୟାର ସମାଧାନ କରିବାର କ୍ଷମତା ଥିବା ଛାତ୍ରୀଙ୍କୁ ‘ଶକ୍ତିଶ୍ରୀ ସାଥୀ’ ଭାବେ ଚୟନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ସ୍ନାତକ (ୟୁଜି) ଓ ସ୍ନାତକୋତ୍ତର (ପିଜି) ଶେଷ ବର୍ଷର ପ୍ରତି ଶ୍ରେଣୀର ଜଣେ ଲେଖାଏ ଛାତ୍ରୀ ଶ୍ରେଣୀ ପ୍ରତିନିଧି ଭାବେ କାମ କରିବେ। ଛାତ୍ରୀମାନଙ୍କୁ ୬ ଦିନିଆ ଆତ୍ମରକ୍ଷା କୌଶଳ ତାଲିମ ଦିଆଯିବ। ମହିଳାଙ୍କ ସୁରକ୍ଷା ଓ ଅଧିକାର ସମ୍ବନ୍ଧୀୟ ସଚେତନତା କର୍ମଶାଳା ମଧ୍ୟ ଅନୁଷ୍ଠିତ ହେବ। ଏଥିସହ ଶିକ୍ଷାନୁଷ୍ଠାନରେ ସାପ୍ତାହିକ ଯୋଗ, ପ୍ରାଣାୟମ, ବ୍ୟାୟାମ ଆଦି କରାଯିବା ସହିତ ସେମିନାର, ଆଲୋଚନାଚକ୍ର ଆଦି ଆୟୋଜନ କରିବାକୁ ଚିଠିରେ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri