Posted inରାଜ୍ୟ

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ସରକାରୀ ଚାକିରି ପାଇଁ ବଢିଲା ବୟସ ସୀମା

ଭୁବନେଶ୍ୱର,୨୮।୫: ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବା ସହିତ ଯୁବବର୍ଗଙ୍କୁ ନିଯୁକ୍ତି ଯୋଗାଇବା ଏବଂ କୃତ୍ରିମ ବୁଦ୍ଧିମତା(ଏଆଇ)ର ଉପଯୋଗିତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ  ଅନୁମୋଦନ ମିଳିଛି। ବୁଧବାର ସନ୍ଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟଶାସନ ସଚିବ ମନୋଜ କୁମାର ଆହୁଜା ଖବରଦାତା ସମ୍ମିଳନୀରେ କହିଛନ୍ତି ଯେ, ସରକାରୀ ଚାକିରିରେ ନିଯୁକ୍ତି ପାଇଁ ସର୍ବୋଚ୍ଚ ବୟସ ସୀମା ୩୨ ବର୍ଷରୁ ୪୨ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏଥିଲାଗି ସରକାର ଓଡିଶା ବେସାମରିକ ସେବା (ସର୍ବୋଚ୍ଚ ବୟସ ସୀମା ସ୍ଥିରୀକରଣ) ନିୟମାବଳୀ ୧୯୮୯ର ସଂଶୋଧନ କରାଯାଇଛି। ସରକାରଙ୍କ ନିୟମାବଳୀରେ ଥିବା ବ୍ୟବସ୍ଥା ଅନୁଯାୟୀ ସରକାରୀ ପଦପଦବୀ ଓ ସେବାରେ ପ୍ରବେଶ ପାଇଁ ସର୍ବୋଚ୍ଚ ବୟସ ସୀମା ପୂର୍ବରୁ ୩୨ ବର୍ଷ ରହିଥିଲା। କ୍ୟାବିନେଟ୍‌ ନିଷ୍ପତ୍ତି ଦ୍ବାରା ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରି ବୟସମୀମା ପାର ହୋଇଯାଇଥିବା ଆଶାୟୀ ଉପକୃତ ହେବେ ।
ମୁଖ୍ୟ ସଚିବ  କହିଥିଲେ ଯେ, ଆଗାମୀ ନିଯୁକ୍ତି ପ୍ରକ୍ରିୟାରେ ଅଂଶଗ୍ରହଣ କରିବା ନିମନ୍ତେ ସର୍ବୋଚ୍ଚ ବୟସ ସୀମାକୁ ବୃଦ୍ଧି କରିବା ପାଇଁ ବିଭିନ୍ନ ମହଲରୁ ବହୁ ଅନୁରୋଧ ସରକାରଙ୍କ ହସ୍ତଗତ ହୋଇଥିଲା । ଏହାକୁ ଦୃଷ୍ଟିରେ ରଖି  ରାଜ୍ୟ ସରକାର କିଛି ସେବା ଓ ପଦବୀ ଯେଉଁଠାରେ ସର୍ବୋଚ୍ଚ ବୟସ ସୀମା ଅଧିକ ଉଲ୍ଲେଖ ହୋଇଛି କିମ୍ବା ୟୁନିଫର୍ମ ସେବା ଯଥା ପୋଲିସ, ଜଙ୍ଗଲ, ଅବକାରୀ, ଅଗ୍ନିଶମ ସେବା ଇତ୍ୟାଦି ଏବଂ ଯେଉଁ ସେବା ଓ ପଦବୀରେ ଶାରୀରିକ ଦକ୍ଷତା ପରୀକ୍ଷା ରହିଥାଏ ଏବଂ ଏହାବ୍ୟତୀତ ଅନ୍ୟ ସମସ୍ତ ବିଭିନ୍ନ ମୂଳ ପଦବୀ ଓ ସେବାରେ ପ୍ରବେଶ ପାଇଁ ସର୍ବୋଚ୍ଚ ବୟସ ସୀମା ୩୨ ବର୍ଷରୁ ୪୨ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ନିଷ୍ପତ୍ତିି ନେଇଛନ୍ତି। ଉପରୋକ୍ତ ସର୍ବୋଚ୍ଚ ବୟସସୀମା ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି, ସାମାଜିକ ଓ ଶିକ୍ଷାଗତ ପଛୁଆ ବର୍ଗ, ମହିଳା, ଅବସରପ୍ରାପ୍ତ ସେନା ଅଧିକାରୀ ଏବଂ ଭିନ୍ନକ୍ଷମ ବ୍ୟକ୍ତିମାନଙ୍କ କ୍ଷେତ୍ରରେ ସରକାରଙ୍କ ଦ୍ବାରା ବିଭିନ୍ନ ସମୟରେ ଲାଗୁ ହେଉଥିବା ନିୟମାବଳୀ ଅନୁସାରେ କୋହଳ ହେବ ବୋଲି ମୁଖ୍ୟ ସଚିବ କହିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri