Posted inରାଜ୍ୟ

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ସରକାରୀ ଚାକିରି ପାଇଁ ବଢିଲା ବୟସ ସୀମା

ଭୁବନେଶ୍ୱର,୨୮।୫: ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବା ସହିତ ଯୁବବର୍ଗଙ୍କୁ ନିଯୁକ୍ତି ଯୋଗାଇବା ଏବଂ କୃତ୍ରିମ ବୁଦ୍ଧିମତା(ଏଆଇ)ର ଉପଯୋଗିତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ  ଅନୁମୋଦନ ମିଳିଛି। ବୁଧବାର ସନ୍ଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟଶାସନ ସଚିବ ମନୋଜ କୁମାର ଆହୁଜା ଖବରଦାତା ସମ୍ମିଳନୀରେ କହିଛନ୍ତି ଯେ, ସରକାରୀ ଚାକିରିରେ ନିଯୁକ୍ତି ପାଇଁ ସର୍ବୋଚ୍ଚ ବୟସ ସୀମା ୩୨ ବର୍ଷରୁ ୪୨ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏଥିଲାଗି ସରକାର ଓଡିଶା ବେସାମରିକ ସେବା (ସର୍ବୋଚ୍ଚ ବୟସ ସୀମା ସ୍ଥିରୀକରଣ) ନିୟମାବଳୀ ୧୯୮୯ର ସଂଶୋଧନ କରାଯାଇଛି। ସରକାରଙ୍କ ନିୟମାବଳୀରେ ଥିବା ବ୍ୟବସ୍ଥା ଅନୁଯାୟୀ ସରକାରୀ ପଦପଦବୀ ଓ ସେବାରେ ପ୍ରବେଶ ପାଇଁ ସର୍ବୋଚ୍ଚ ବୟସ ସୀମା ପୂର୍ବରୁ ୩୨ ବର୍ଷ ରହିଥିଲା। କ୍ୟାବିନେଟ୍‌ ନିଷ୍ପତ୍ତି ଦ୍ବାରା ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରି ବୟସମୀମା ପାର ହୋଇଯାଇଥିବା ଆଶାୟୀ ଉପକୃତ ହେବେ ।
ମୁଖ୍ୟ ସଚିବ  କହିଥିଲେ ଯେ, ଆଗାମୀ ନିଯୁକ୍ତି ପ୍ରକ୍ରିୟାରେ ଅଂଶଗ୍ରହଣ କରିବା ନିମନ୍ତେ ସର୍ବୋଚ୍ଚ ବୟସ ସୀମାକୁ ବୃଦ୍ଧି କରିବା ପାଇଁ ବିଭିନ୍ନ ମହଲରୁ ବହୁ ଅନୁରୋଧ ସରକାରଙ୍କ ହସ୍ତଗତ ହୋଇଥିଲା । ଏହାକୁ ଦୃଷ୍ଟିରେ ରଖି  ରାଜ୍ୟ ସରକାର କିଛି ସେବା ଓ ପଦବୀ ଯେଉଁଠାରେ ସର୍ବୋଚ୍ଚ ବୟସ ସୀମା ଅଧିକ ଉଲ୍ଲେଖ ହୋଇଛି କିମ୍ବା ୟୁନିଫର୍ମ ସେବା ଯଥା ପୋଲିସ, ଜଙ୍ଗଲ, ଅବକାରୀ, ଅଗ୍ନିଶମ ସେବା ଇତ୍ୟାଦି ଏବଂ ଯେଉଁ ସେବା ଓ ପଦବୀରେ ଶାରୀରିକ ଦକ୍ଷତା ପରୀକ୍ଷା ରହିଥାଏ ଏବଂ ଏହାବ୍ୟତୀତ ଅନ୍ୟ ସମସ୍ତ ବିଭିନ୍ନ ମୂଳ ପଦବୀ ଓ ସେବାରେ ପ୍ରବେଶ ପାଇଁ ସର୍ବୋଚ୍ଚ ବୟସ ସୀମା ୩୨ ବର୍ଷରୁ ୪୨ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ନିଷ୍ପତ୍ତିି ନେଇଛନ୍ତି। ଉପରୋକ୍ତ ସର୍ବୋଚ୍ଚ ବୟସସୀମା ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି, ସାମାଜିକ ଓ ଶିକ୍ଷାଗତ ପଛୁଆ ବର୍ଗ, ମହିଳା, ଅବସରପ୍ରାପ୍ତ ସେନା ଅଧିକାରୀ ଏବଂ ଭିନ୍ନକ୍ଷମ ବ୍ୟକ୍ତିମାନଙ୍କ କ୍ଷେତ୍ରରେ ସରକାରଙ୍କ ଦ୍ବାରା ବିଭିନ୍ନ ସମୟରେ ଲାଗୁ ହେଉଥିବା ନିୟମାବଳୀ ଅନୁସାରେ କୋହଳ ହେବ ବୋଲି ମୁଖ୍ୟ ସଚିବ କହିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri