ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ବଢିଲା ପୁରୀ ସେବାୟତଙ୍କ ପେନସନ ରାଶି, ଜାଣନ୍ତୁ କେତେ…

ଭୁବନେଶ୍ୱର,୨୧।୧୧: ବଢ଼ିଲା ପୁରୀ ଶ୍ରୀମନ୍ଦିର ସେବାୟତଙ୍କ ପେନସନ ରାଶି। ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏନେଇ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମାସିକ ବରିଷ୍ଠ ସେବାୟତ ଭତ୍ତା ୪ ହଜାରରୁ ୫ ହଜାରକୁ ବୃଦ୍ଧି କରାଯାଇଛି। ୨୦୨୬ ଜାନୁଆରୀରୁ ବର୍ଦ୍ଧିତ ପେନସନ ଲାଗୁ ହେବ। ସେବାୟତଙ୍କ କନ୍ୟାମାନଙ୍କ ବିବାହ ରାଶି ୧ ଲକ୍ଷକୁ ମଧ୍ୟ ବୃଦ୍ଧି କରାଯାଇଛି।

ମୁଖ୍ୟ ପ୍ରଶାସକ କହିଛନ୍ତି, ଶ୍ରୀମନ୍ଦିରକୁ ସ୍ବଇଚ୍ଛାରେ ଦାନ ପାଇଁ ATMରେ ଆସିବ ମେସେଜ। ପୁରୀକୁ ଆସୁଥିବା ଶ୍ରଦ୍ଧାଳୁ ATMରୁ ଟଙ୍କା ବାହାର କଲେ ଏକ ମେସେଜ ଆସିବ। ଶ୍ରୀମନ୍ଦିରକୁ ସ୍ବଇଚ୍ଛାରେ କିଛି ଦାନ କରିବାକୁ ଚାହୁଁଛନ୍ତି କି ବୋଲି ମେସେଜ ଆସିବ। ଶ୍ରଦ୍ଧାଳୁ ରାଜି ହେଲେ ତାଙ୍କ କାର୍ଡରୁ ଟଙ୍କା ଦେଇପାରିବେ। ଏନେଇ ଆମେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିବୁ ବୋଲି ପ୍ରଶାସକ କହିଛନ୍ତି।

ଏହା ସହିତ ମୁଖ୍ୟ ପ୍ରଶାସକଙ୍କ ବଡ଼ ସୂଚନା ଦେଇ କହିଛନ୍ତି, ପର୍ଯ୍ୟାୟ କ୍ରମେ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି । ଶ୍ରୀମନ୍ଦିରରେ ନୀତିକାନ୍ତି ଅଧିକ ନ ଥିବ, ସେହି ସମୟରେ ଗଣତିମଣତି ହେବ। ନୀତିରେ ବାଧା ଓ ଶ୍ରଦ୍ଧାଳୁଙ୍କୁ ଯେଭଳି ଅସୁବିଧା ନ ହେବ ଧ୍ୟାନ ଦେବୁ।ଆଉ ଏକ ନୂଆ SOP ଆସିବ, ପର୍ଯ୍ୟାୟ କ୍ରମେ ଗଣତିମଣତି ହେବ।କୌଣସି ସମୟସୀମା ନୁହେଁ, ତ୍ରୁଟି ଶୂନ୍ୟ ଗଣତିମଣତି ଲକ୍ଷ୍ୟ। ଶ୍ରୀଜିଉଙ୍କର ସ୍ବର୍ଣ୍ଣ ଅଳଙ୍କାରର ଆଉ ଏକ ସେଟ କରିବାକୁ ପ୍ରସ୍ତାବ ଗୃହୀତ। ଏଥିପାଇଁ ଏକ ଯୋଜନା ଆରମ୍ଭ କରିବୁ, ଶ୍ରଦ୍ଧାଳୁ ଚାହିଁଲେ ଦାନ କରିପାରିବେ ବୋଲି ସେ କହିଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଇତିହାସ ପାଲଟିବ ବକିଂହାମ୍‌ ପ୍ରାସାଦର ଭାଲୁଛାଲ ଟୋପି

ବକିଂହାମ୍‌, ୨୧।୯: ଲଣ୍ଡନ ବକିଂହାମ୍‌ ପ୍ରାସାଦ ବାହାରେ ଉଜ୍ଜ୍ୱଳ ନାଲି ପୋଷାକ ଏବଂ ଉଚ୍ଚ, କଳା ଲୋମଶ ଟୋପି ପିନ୍ଧିଥିବା ସୈନିକଙ୍କ ଏକ ସ୍ବତନ୍ତ୍ର ପରିଚୟ ରହିଛି।…

ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା

ରୋମ୍‌,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?