ଅଙ୍ଗନଓ୍ୱାଡି ପାଇଁ ବଡ଼ ଘୋଷଣା, ପ୍ରଭାତୀ କହିଲେ…

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ପ୍ରଥମେ ୫, ପରେ ୭ ଓ ୧୨ ଲକ୍ଷ ଟଙ୍କା ଅଙ୍ଗନଓ୍ୱାଡି କେନ୍ଦ୍ର ନିର୍ମାଣ ପ୍ରଥମେ ଦେଉଥିଲେ। ଏବେ ଅଙ୍ଗନଓ୍ୱାଡି କେନ୍ଦ୍ର ନିର୍ମାଣ ଲାଗି ସରକାର ୧୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଦେଉଛନ୍ତି। ହେଲେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଗୋଟିଏ ବୈଠକ କିଛିଦିନ ତଳେ ହୋଇଥିଲା। ଏଥିରେ ସରକାରଙ୍କ ପକ୍ଷରୁ ଅଙ୍ଗନଓ୍ୱାଡି କେନ୍ଦ୍ର ପ୍ରତିଷ୍ଠା ଲାଗି ୨୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଦିଆଯିବାକୁ ପ୍ରସ୍ତାବ ରହିଛି। ଯେଉଁଠାରେ ଅର୍ଥ ଅଭାବ କାରଣରୁ ଅଧାପନ୍ତରିଆ ଭାବେ ଅଙ୍ଗନଓ୍ୱାଡି କେନ୍ଦ୍ର ପଡ଼ି ରହିଛି। ବିଧାୟକମାନେ ତାଲିକା କରି ସିଡିପିଓଙ୍କ ମାଧ୍ୟମରେ ରିପୋର୍ଟ ପ୍ରଦାନକଲେ ବିଭାଗ ପକ୍ଷରୁ ତା’ର କାର୍ଯ୍ୟ କରାଯିବ। ବିଭାଗ ନିଜ ଅର୍ଥରେ ଜାଗା କିଣି ଅଙ୍ଗନଓ୍ୱାଡି କରିବା ଲାଗି ପ୍ରସ୍ତୁତ ଅଛି, ହେଲେ ବିଧାୟକମାନେ ଯଦି କୌଣସି କମ୍ୟୁନିଟି ସ୍ଥାନ ଚିହ୍ନଟ କରିବେ ତେବେ ସେହି କାର୍ଯ୍ୟ ଆହୁରି ତୁରନ୍ତ ହୋଇପାରିବ। ରାଜ୍ୟରେ ପ୍ରତ୍ୟେକ ଅଙ୍ଗନଓ୍ୱାଡି କେନ୍ଦ୍ର ନିଜସ୍ୱ ଗୃହରେ ଚାଲିବ। ରାଜ୍ୟରେ ସମୁଦାୟ ୭୪,୨୨୪ଟି ଅଙ୍ଗନଓ୍ୱାଡି କେନ୍ଦ୍ର ଥିବାବେଳେ ସେଥିମଧ୍ୟରୁ ୨୦,୧୫୦ଟି କେନ୍ଦ୍ରର ନିଜସ୍ୱ ଗୃହ ନାହିଁ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି।
ବିଧାନସଭାରେ ଶନିବାର ପ୍ରଶ୍ନକାଳ ସମୟରେ ବହୁ ବିଧାୟକ ଅଙ୍ଗନଓ୍ୱାଡି କେନ୍ଦ୍ର ସମ୍ପର୍କିତ ସମସ୍ୟା ନେଇ ପ୍ରଶ୍ନ କରିଥିଲେ। ଉତ୍ତରରେ ଉପମୁଖ୍ୟମନ୍ତ୍ରୀ ପରିଡ଼ା କହିଛନ୍ତି, ୨୦୨୪-୨୫ ଆର୍ଥିକ ବର୍ଷରୁ ମୋଟ୍‌ ୫୦ଟି ଅଙ୍ଗନଓ୍ୱାଡି କେନ୍ଦ୍ର ଲାଗି ବିଭାଗ ପକ୍ଷରୁ ୧୨ ଲକ୍ଷ ଟଙ୍କା ଲେଖାଏ ମୋଟ ୬ କୋଟି ଟଙ୍କା ଯୋଗାଇ ଦିଆଯାଇଛି। ହେଲେ ସେଥିରୁ ସମସ୍ତ ଅଙ୍ଗନଓ୍ୱାଡି କେନ୍ଦ୍ର ପ୍ରତିଷ୍ଠା ଲାଗି ଜାଗା ଚିହ୍ନଟ ସରିଥିବା ବେଳେ ଗୋଟିଏ କେନ୍ଦ୍ରର କାର୍ଯ୍ୟ ଆରମ୍ଭ ହୋଇଛି, ବାକି ଖୁବ୍‌ଶୀଘ୍ର ଆରମ୍ଭ ହେବ। ରାଜ୍ୟର ୧୩ଟି ପିଭିଟିଜି ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଜନମନ ଯୋଜନାରେ ୯୦ଟି ଅଙ୍ଗନଓ୍ୱାଡି କେନ୍ଦ୍ର ଖୋଲିବାକୁ କେନ୍ଦ୍ର ସରକାର ୧୨ ଲକ୍ଷ ଟଙ୍କା ଲେଖାଏ ଯୋଗାଇ ଦେଇଛନ୍ତି। ଯେତେଶୀଘ୍ର ଜାଗା ଚିହ୍ନଟ ହେବ ସେତେଶୀଘ୍ର କାର୍ଯ୍ୟ ହେବ ବୋଲି ସେ କହିଛନ୍ତି।
ଏହି ଅବସରରେ ନିର୍ମାଣ ଏବଂ ପର୍ଯ୍ୟଟନ ବିଭାଗ ଉପରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଧାୟକ ପ୍ରଦୀପ ସାହୁ, ମଙ୍ଗୁ ଖିଲ, ଧ୍ରୁବ ଚରଣ ସାହୁ, ଦୁର୍ଗା ପ୍ରସନ୍ନ ନାୟକ, ଗଣେଶ୍ୱର ବେହେରା, ସରୋଜ ପାଢ଼ୀ, ରମେଶ ଚନ୍ଦ୍ର ବେହେରା, ରୋମାଞ୍ଚ ରଞ୍ଜନ ବିଶ୍ୱାଳ, ସନ୍ତୋଷ ଖଟୁଆ ପ୍ରମୁଖ ଏଥିରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧଦେବ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri