ଅଙ୍ଗନବାଡି ସଂଘର ବଡ଼ ଘୋଷଣା: ଏହିଦିନ ହେବ ରାଲି

ଗୁଡାରି,୨୬।୭(ପ୍ରମୋଦ କୁମାର ପତି ): ରବିବାର ଗୁଡାରି ବ୍ଲକ ଅଙ୍ଗନବାଡି ସଂଘ ପକ୍ଷରୁ ସ୍ଥାନୀୟ ଦୁର୍ଗାପୂଜା ମଣ୍ଡପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଙ୍ଘର ନିଷ୍ପତ୍ତି କ୍ରମେ ବିଭିନ୍ନ ଦାବି ନେଇ ଆସନ୍ତା ୭ ତାରିଖରେ ଗୁଡାରିରେ ବ୍ଲକ ଅଙ୍ଗନବାଡି କର୍ମୀ ଓ ସହାୟିକାମାନେ ଏକ ରାଲି କରିବେ ବୋଲି ନେତ୍ରୀ ମୋହିନୀ ପାଲକା ସୂଚନା ଦେଇଛନ୍ତି। ସରକାରଙ୍କ ସମସ୍ତ ଯୋଜନାକୁ ସଫଳ ରୂପାୟନ ଦେବାରେ ଅଙ୍ଗନବାଡିକର୍ମୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିବାବେଳେ ସେମାନଙ୍କୁ ବାରମ୍ବାର ଅଣଦେଖା କରାଯାଉଛି ବୋଲି ଶ୍ରମିକ ନେତା ତଥା ଭାରତୀୟ ମଜଦୁର ସଂଘ ରାଜ୍ୟ ଉପସଭାପତି ଯୋଗେଶ୍ୱର ଦାସ କହିଛନ୍ତି। ସେ କହିବାନୁଯାୟୀ ରାଜ୍ୟର ଅନେକ ଜିଲାରେ ଅଙ୍ଗନବାଡି କର୍ମୀଙ୍କ ଅବସର ବୟସ ୬୨ ରହିଥିବା ବେଳେ ରାୟଗଡା ଜିଲାରେ ୬୦ ରହିଛି। ତେଣୁ ଜିଲାରେ କାର୍ଯ୍ୟରତ ସମସ୍ତ ଅଙ୍ଗନବାଡି କର୍ମୀଙ୍କ ଅବସର ବୟସ ସୀମା ୬୦ ରୁ ୬୨ ବର୍ଷକୁ ବୃଦ୍ଧି କରିବା ନିମନ୍ତେ ସେ ପ୍ରଶାସନ ନିକଟରେ ଦାବି ରଖିଛନ୍ତି। ଆସନ୍ତା ୭ ତାରିଖରେ ଏହା ମୁଖ୍ୟ ଦାବି ରହିବା ସହ ଅନ୍ୟାନ୍ୟ ଦାବି ମଧ୍ୟ ଉପସ୍ଥାପନା କରାଯିବ ବୋଲି ସଂଘ ତରଫରୁ ସୂଚନା ମିଳିଛି ଏବଂ ସିଡିପିଓଙ୍କ ଜରିଆରେ ଏହି ଦାବିପତ୍ର ଜିଲାପାଳଙ୍କୁ ପ୍ରଦାନ କରାଯିବ।ଏହି ବୈଠକରେ ବ୍ଲକର ସମସ୍ତ ଅଙ୍ଗନବାଡି କର୍ମୀ ଓ ସହାୟିକା ଯୋଗଦେଇଥିଲେ।

 

Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ହାତୀପଲ ଖାଇଯାଉଛନ୍ତି ପନିପରିବା, ଧାନଫସଲ ଦଳଚକଟି ନଷ୍ଟ କରିବା ସହ…

ଦିଗପହଣ୍ଡି,୧୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର, ହାତୀଆଡ଼ି, ଦେଓଖାଳି, ବାଗଡ଼ା, ସୁମନ୍ତପୁର, କରପଡ଼ା ସମେତ ଚିକିଟି ବ୍ଲକର କେ.ନୂଆଗାଁ ଆଦି ଗ୍ରାମରେ ଗତ…

ଆସିଲା Flipkart Big Billion Days Saleର ତାରିଖ! iPhone 17 ଉପରେ ମିଳିବ ଭାରି ଡିସ୍କାଉଣ୍ଟ, କମିଯିବ ଏତେ…

ନୂଆଦିଲ୍ଲୀ,୧୧।୯: ଅନଲାଇନ ସପିଂ ପ୍ରେମୀଙ୍କ ପାଇଁ ବଡ଼ ଖବର। ଫ୍ଲିପକାର୍ଟର ବର୍ଷର ସବୁଠୁ ବଡ଼ ଫେଷ୍ଟିଭ ସେଲ Big Billion Days 2026 ଖୁବଶୀଘ୍ର ଆରମ୍ଭ ହେବାକୁ…

ସ୍କୁଲରେ ଛାତ୍ରୀଙ୍କୁ ଘାରିଛି ଭୂତଭୟ, ଜଣଙ୍କ ପରେ ଜଣେ ହଠାତ୍‌ ତଳେପଡ଼ି ଗପୁଛନ୍ତି ଏଣୁତେଣୁ, ଆଜି ମେଡିକାଲ ଟିମ୍‌ ପହଞ୍ଚି…

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଦେଉଳପଡ଼ାସ୍ଥିତ ଗଜେଶ୍ୱର ବିଦ୍ୟାପୀଠରେ ୭ଜଣ ଛାତ୍ରୀଙ୍କୁ ଭୂତ ଭୟ ଘାରିଛି ବୋଲି କୁହାଯାଉଛି। ଏହି ବିଦ୍ୟାଳୟକୁ ନିକଟବର୍ତ୍ତୀ…

ଆବୁଧାବି ନିବେଶକ ସମ୍ମିଳନୀରେ ରୁଚି

କଟକ,୧୧ା୯(କାର୍ତ୍ତିକ ସାହୁ): ୟୁନାଇଟେଡ୍‌ ଆରବ ଏମିରେଟ୍ସର ଆବୁଧାବି ଓ ଦୁବାଇ ଠାରେ ଆରମ୍ଭ ହୋଇଛି ଓଡ଼ିଶା ନିବେଶକ ସମ୍ମିଳନୀ। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଶିଳ୍ପମନ୍ତ୍ରୀ…

କମାଲ୍‌ କଲେ କୁଲଦୀପ ଯାଦବ: ୧୦ ଉଇକେଟ୍‌ ନେଇ ରଚିଲେ ଇତିହାସ

ଲଣ୍ଡନ,୧୧।୯:ଇଂଲଣ୍ଡରେ କୁଲଦୀପ ଯାଦବ ପୁଣିଥରେ ନିଜର ସ୍ପିନ ବୋଲିଂର ଯାଦୁ ଦେଖାଇ ୟର୍କଶାୟରକୁ ଏସେକ୍ସ ବିପକ୍ଷରେ ଏକ ଚମତ୍କାର ବିଜୟ ଦେଇଛନ୍ତି। ଏହି ମ୍ୟାଚରେ କୁଲଦୀପ ଏସେକ୍ସର…

ଟେଷ୍ଟ କ୍ରିକେଟ୍‌ର ଇତିହାସ ବଦଳାଇଦେଲେ ଏହି କ୍ରିକେଟର୍‌: ସମସ୍ତଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ରେକର୍ଡ

ନୂଆଦିଲ୍ଲୀ,୧୧।୯: ଜୋ ରୁଟ ଟେଷ୍ଟ କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଫିଲ୍ଡର ହୋଇପାରିଛନ୍ତି। ପାକିସ୍ତାନ ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ ସମୟରେ ସେ ଏହି ସଫଳତା ହାସଲ…

ଜମ୍ବୁରୁ ତାମିଲନାଡୁକୁ ଗୋ’ ଚାଲାଣ, ସ୍ଥାନୀୟ ଦଲାଲଙ୍କ ସହଯୋଗରେ…

ମହାକାଳପଡ଼ା,୧୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ଜମ୍ବୁ-ବାବର ରାସ୍ତା ନିକଟ ଭାଟେଣୀ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ଟ୍ରକ୍‌(ନଂ. ଟିଏନ…

କନ୍ୟା ରାଶିରେ ବୁଧ-ଚନ୍ଦ୍ରଙ୍କ ଏଣ୍ଟ୍ରି: ଆର୍ଥିକ ସମସ୍ୟାରେ ବୁଡିରହିବେ ୩ ରାଶି, ପାଖରୁ ପଳାଇବ ସବୁ ଧନ!

ଭୁବନେଶ୍ୱର: ସେପ୍ଟେମ୍ବର ୧୧ ସନ୍ଧ୍ୟାରେ ଚନ୍ଦ୍ରମା ସିଂହ ରାଶିରୁ ବାହାରି କନ୍ୟା ରାଶିରେ ପ୍ରବେଶ କରିବେ। କନ୍ୟା ରାଶିରେ ପୂର୍ବରୁ ଅବସ୍ଥାନ କରୁଥିବା ବୁଧ ଗ୍ରହଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri