ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି ଯୋଗାଇ ଦିଆଯିବ ବୋଲି ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବ ଏନ୍‌ ତିରୁମାଲା ନାଏକ ପ୍ରକାଶ କରିଛନ୍ତି।

ପ୍ରଥମରୁ ଅଷ୍ଟମ ଶ୍ରେଣୀ ବହିରେ ଶହଶହ ତ୍ରୁଟିକୁ ନେଇ ଅଡୁଆରେ ପଡିଥିବା ସରକାର ଶେଷରେ ବଡ଼ ନିଷ୍ପତ୍ତି ନେଇଛନ୍ତି । ଭୁଲ ପୁସ୍ତକକୁ ନେଇ ରାଜ୍ୟ ସରକାରଙ୍କୁ ବିରୋଧୀଙ୍କ ସମେତ ସୋସିଆଲ ମିଡିଆରେ ତୀବ୍ର ସମାଲୋଚନାର ଶିକାର ହେବାକୁ ପଡିଥିଲା। ଶେଷରେ ନୂଆ ବହି ଦେବାକୁ ସରକାର ଘୋଷଣା କରିଛନ୍ତି ।

ସ୍କୁଲ ଓ ଗଣଶିକ୍ଷା ସଚିବ ଏନ୍‌ ତିରୁମାଲା ନାଏକ କହିଛନ୍ତି ଯେ, ଚଳିତ ଶିକ୍ଷା ବର୍ଷରେ ହିଁ ଛାତୀଛାତ୍ର ନୂଆ ପୁସ୍ତକରେ ପାଠ ପଢ଼ିବେ । ନୂଆ ପୁସ୍ତକ ପହଞ୍ଚିବା ପର୍ଯ୍ୟନ୍ତ ସଂଶୋଧିତ ପୁସ୍ତକ ଜରିଆରେ ପିଲା ପାଠ ପଢ଼ିବେ । ତ୍ରୁଟି ଶୁନ୍ୟ ପାଠ୍ୟ ପୁସ୍ତକ ପାଇଁ ବିଶେଷଜ୍ଞ ଏବଂ ସାଧାରଣ ଲୋକଙ୍କ ମତାମତ ନିଆଯିବ ବୋଲି ସେ କହିଛନ୍ତି। ଏପରିକି ଗଣଶିକ୍ଷା ବିଭାଗର ୱେବସାଇଟରେ ସଂଶୋଧିତ ତାଲିକା ପ୍ରକାଶ କରାଯିବ । ସମ୍ପୂର୍ଣ୍ଣ ସଂଶୋଧନ ପରେ ନୂଆ ବହି ଯୋଗାଇ ଦେବେ ସରକାର ।

 

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri