ରାଜସ୍ବ ଅମଲା ସଂଘ ପକ୍ଷରୁ ବଡ଼ ଘୋଷଣା: ଯେତେଦିନ ପର୍ଯ୍ୟନ୍ତ ରାଜ୍ୟ ସରକାର…

ବଲାଙ୍ଗୀର,୧୩।୮(ସୁନିଲ କୁମାର ମହାନ୍ତି): ରାଜସ୍ବ ଅମଲା ସଂଘ ପକ୍ଷରୁ ୧୦ ଦଫା ଦାବି ନେଇ ରାଜ୍ୟ ସରକାରଙ୍କ ସହ ଆଲୋଚନା ବିଫଳ ହେବା ପରେ ସଂଘର ପୂର୍ବ ନିର୍ଦ୍ଧାରତ ନିଷ୍ପତ୍ତି ଅନୁଯାୟୀ ସୋମବାରଠାରୁ ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆରମ୍ଭ ହୋଇଥିବା ଆନ୍ଦୋଳନ ଜାରି ରହିଛି। ରାଜ୍ୟର ରାଜସ୍ବ ଅମଲାମାନେ ସାମୂହିକ ଛୁଟିରେ ରହିଛନ୍ତି। ଏହି ପରିପ୍ରେକ୍ଷୀରେ ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଅର୍ନିଦ୍ଦିଷ୍ଟ କାଳୀନ ଧାରଣା ଜାରି ରହିଛି। ଏହି ଆନ୍ଦୋଳନ ବୁଧବାର ତୃତୀୟ ଦିନରେ ପହଞ୍ଚିଛି। ରାଜସ୍ବ ଅମଲା ସଂଘର ନ୍ୟାୟ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଅମଲାମାନେ କାର୍ଯ୍ୟରେ ଯୋଗ ଦେବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। ସେମାନେ ଅଭିଯୋଗ କରିଛନ୍ତି, ରାଜ୍ୟ ସରକାର ଦେଇଥିବା ପ୍ରତିଶ୍ରୁତି ପାଳନ କରିବାରେ ବିଫଳ ହୋଇଛନ୍ତି। ଆନ୍ଦୋଳନ ସକାଶେ ଗତ ୮ ତାରିଖଠାରୁ ରାଜସ୍ବ ଅମଲାମାନେ ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରି ନିଜ ବିଭାଗୀୟ ଅଧିକାରୀଙ୍କୁ ସମୂହ ଛୁଟି ସକାଶେ ଦରଖାସ୍ତ ପ୍ରଦାନ କରିଥିଲେ। ଯେତେଦିନ ପର୍ଯ୍ୟନ୍ତ ରାଜ୍ୟ ସରକାର ଦାବି ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ କରିବେ ନାହିଁ ସେତେଦିନ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ସଂଘ ପକ୍ଷରୁ ଘୋଷଣା କରାଯାଇଛି । ଜନସାଧାରଣ ଯେଉଁ ଅସୁବିଧାର ସମ୍ମୁଖୀନ ହେବେ ସେଥିପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଦାୟୀ ରହିବେ ବୋଲି କହିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

ଯୁବ ବିଜେଡି ଜିଲା ସଭାପତିଙ୍କ ଘରକୁ ଗୁଳି

ସୋନପୁର/ବିନିକା,୨୧।୬ (ମୃତ୍ୟୁଞ୍ଜୟ ଶତପଥୀ/ରାମଗୋପାଳ ବାଘ): ସୁବର୍ଣ୍ଣପୁର ଯୁବ ବିଜେଡି ଜିଲା ସଭାପତି ତଥା ବିନିକା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଅଶୋକ କୁମାର ନନ୍ଦଙ୍କ ଘର ଓ କାରକୁ…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ହଷ୍ଟେଲରେ ଝୁଲୁଛି ଛାତ୍ରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଗୋପାଳପୁର,୨୧।୬(ନବୀନ ରାଜ ଆଚାରି): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜର ହଷ୍ଟେଲରେ ରହୁଥିବା ଜନୈକା ଛାତ୍ରୀଙ୍କ ମୃତଦେହ ଶନିବାର ପୋଲିସ ଜବତ କରିଛି।…

ଇସ୍ତଫା ଦେବେକି ବ୍ରିଟେନ ପ୍ରଧାନମନ୍ତ୍ରୀ? ୧୦୦ ରୁ ଅଧିକ ଏମପିଙ୍କ ଚାପ….

ଲଣ୍ଡନ,୨୧।୬: ବ୍ରିଟେନ ପ୍ରଧାନମନ୍ତ୍ରୀ କାଇର ଷ୍ଟାରମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନା ତୀବ୍ର ହୋଇଛି । ବ୍ରିଟେନ ଖବରକାଗଜର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଷ୍ଟାରମର ସୋମବାର…

ଭାରତୀୟ ଯୋଗ ସଂସ୍ଥାନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଛତ୍ରପୁର, ୨୧।୬ (ଦିଲ୍ଲୀପ ସାମଲ): ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ।ଭାରତୀୟ ଯୋଗ ସଂସ୍ଥାନ, ଏହି ଉପଲକ୍ଷେ ନୂଆଦିଲ୍ଲୀ ଛତ୍ରପୁର ଶାଖା ପକ୍ଷରୁ ସ୍ଥାନୀୟ ଷ୍ଟାଡିଅମ ପରିସରସ୍ଥ…

ବିପଦସଙ୍କୁଳ ବାଉଁଶ ଚାରା ଭରସାରେ ହଜାର ହଜାର ଲୋକ; ଧାମନଗରଦଶରଥପୁର ବୈତରଣୀ ସେତୁ ଏବେ ବି ଅଧପନ୍ତରିଆ

ତିହିଡ଼ି,୨୧।୬(କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକ ଓ ଯାଜପୁର ଜିଲାର ଦଶରଥପୁର ବ୍ଲକର ସମେତ ପଡୋଶୀ ତିହିଡି ବ୍ଲକର ସାଧାରଣ ଲୋକଙ୍କ ଦୀର୍ଘଦିନର ସ୍ବପ୍ନ ଥିଲା…

‘ଇଟାଲୀର ଲୋକପ୍ରିୟତା ଆମେରିକା ସହିତ ସମ୍ପର୍କ ଉପରେ ନିର୍ଭର କରେ ନାହିଁ’: ଟ୍ରମ୍ପଙ୍କୁ ମେଲୋନିଙ୍କ କଡ଼ା ଜବାବ

ରୋମ,୨୧।୬: ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଆଜି, ଶନିବାର, ଟ୍ରମ୍ପ ପୁଣି ଥରେ ମେଲୋନିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri