Posted inଜାତୀୟ

ବଡ଼ ଘୋଷଣା: ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ହେବେ ଭାରତର ୫୩ତମ ସିଜେଆଇ

ନୂଆଦିଲ୍ଲୀ,୩୦ା୧୦(ପି.ଟି.):ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ୍‌ ସୂର୍ଯ୍ୟକାନ୍ତଙ୍କୁ ଗୁରୁବାର ଭାରତର ୫୩ତମ ପ୍ରଧାନ ବିଚାରପତି (ସିଜେଆଇ) ନିଯୁକ୍ତ କରାଯାଇଛି। ସେ ନଭେମ୍ବର ୨୪ରେ କାର୍ଯ୍ୟଭାର ଗ୍ରହଣ କରିବେ। କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତିରେ ନୂଆ ସିଜେଆଇ ନିଯୁକ୍ତି ସମ୍ପର୍କରେ ଘୋଷଣା କରାଯାଇଛି। ବର୍ତ୍ତମାନର ସିଜେଆଇ ବି.ଆର୍‌. ଗବଇ ନଭେମ୍ବର ୨୩ରେ ଅବସର ଗ୍ରହଣ କରିବାକୁ ଯାଉଥିବାବେଳେ ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ତାଙ୍କ ସ୍ଥାନ ନେବାକୁ ଯାଉଛନ୍ତି। ସେ ପାଖାପାଖି ୧୫ ମାସ ସିଜେଆଇ ରହିବା ପରେ ୨୦୨୭ ଫେବୃଆରୀ ୯ରେ ୬୫ ବର୍ଷ ବୟସରେ ଅବସର ଗ୍ରହଣ କରିବେ। ସମ୍ବିଧାନରେ ପ୍ରଦତ୍ତ କ୍ଷମତାର ପ୍ରୟୋଗକ୍ରମେ ରାଷ୍ଟ୍ରପତି ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ୍‌ ସୂର୍ଯ୍ୟକାନ୍ତଙ୍କୁ ଭାରତର ପ୍ରଧାନ ବିଚାରପତି ଭାବେ ନିଯୁକ୍ତ କରିଛନ୍ତି, ଯାହା ୨୦୨୫ ନଭେମ୍ବର ୨୪ରୁ କାର୍ଯ୍ୟକାରୀ ହେବାକୁ ଯାଉଛି ବୋଲି ଆଇନ ମନ୍ତ୍ରୀ ଅର୍ଜୁନରାମ ମେଘଓ୍ବାଲ Xରେ ପୋଷ୍ଟ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ଉଦୟନିଧିଙ୍କୁ କଡ଼ା ସମାଲୋଚନା କଲେ କଙ୍ଗନା, କହିଲେ-ଏହା ଏକ ଭଲ…

ନୂଆଦିଲ୍ଲୀ,୫।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ ଦେଇଥିବା କଥିତ ଡବଲ ମିନିଂ ମନ୍ତବ୍ୟକୁ ନେଇ ବିବାଦରେ ଫସିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ କଙ୍ଗନା…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ଜନ୍ତର-ମନ୍ତରରେ ଆନ୍ଦୋଳନ ପଛରେ ପାକିସ୍ତାନର ଷଡ଼ଯନ୍ତ୍ର! ହେଲା ବଡ଼ ପର୍ଦ୍ଦାଫାଶ, ISI ମଡ୍ୟୁଲର ୯ ଲୋକ…

ନୂଆଦିଲ୍ଲୀ,୫।୮: ଅମୃତସର କମିଶନରେଟ ପୋଲିସ ଆଇଏସଆଇ (ISI) ସମର୍ଥିତ ଦୁଇଟି ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ କରିଛି ଏବଂ ଏହି ମାମଲାରେ ମୋଟ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri