ନୂଆ ସରକାରଙ୍କ ବଡ଼ ଘୋଷଣା:ନିର୍ମାଣ ହେବ ଓଡ଼ିଆ ଅସ୍ମିତା ଭବନ

ଭୁବନେଶ୍ୱର, ୧୮।୬ (ବନ୍ଦନା ସେଠୀ):ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ସୋମବାର ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ଲୋକସେବା ଭବନସ୍ଥିତ ବିଭାଗର ସମ୍ମିଳନୀ କକ୍ଷରେ ଏନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବିଭାଗୀୟ କମିଶନର ତଥା ଶାସନ ସଚିବ ଶାଲିନ ପଣ୍ଡିତ, ନିର୍ଦ୍ଦେଶକ ଦିଲୀପ ରାଉତରାଏ, ସ୍ବତନ୍ତ୍ର ଶାସନ ସଚିବ ମଧୁସୂଦନ ଦାଶ, ଯୁଗ୍ମ ନିର୍ଦ୍ଦେଶକ ସୁବୋଧ ଚନ୍ଦ୍ର ଆଚାର୍ଯ୍ୟ ପ୍ରମୁଖ ପୁଷ୍ପଗୁଚ୍ଛ ଦେଇ ମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇବା ସହ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଅବଗତ କରାଇଥିଲେ। ଏହି ବିଭାଗ ଓଡ଼ିଆ ଅସ୍ମିତାର ସୁରକ୍ଷା ଦିଗରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଉଥିବାରୁ ଏହାର କାର୍ଯ୍ୟଧାରା ଓଡିଶାବାସୀଙ୍କ ମଧ୍ୟରେ ଏକ ସ୍ବତନ୍ତ୍ର ଅନୁଭୂତି ଆଣିଦେବ ବୋଲି ମନ୍ତ୍ରୀ ପ୍ରକାଶ କରିଥିଲେ। ଏଥିସହ ବିଭିନ୍ନ ସରକାରୀ ଅନୁଷ୍ଠାନ ଓ ବାଣିଜି୍ୟକ ପ୍ରତିଷ୍ଠାନଗୁଡିକରେ ଓଡ଼ିଆରେ ନାମ ଫଳକ ଲେଖା ପଦକ୍ଷେପକୁ ତ୍ୱରାନ୍ବିତ କରିବାକୁ ସେ ପରାମର୍ଶ ଦେଇଥିଲେ। ଭାଷା କମିଶନ ପ୍ରତିଷ୍ଠା, ସଂସ୍କୃତି ଓ ଐତିହ୍ୟ ନୀତି ସ୍ବତନ୍ତ୍ର ମାର୍ଗଦର୍ଶିକା ପ୍ରଣୟନ, ସାହିତ୍ୟ ଏକାଡେମୀର ବାକି ଥିବା ପୁରସ୍କାର ପ୍ରଦାନ ଏବଂ ବିଭିନ୍ନ ଏକାଡେମୀର କାର୍ଯ୍ୟନିର୍ବାହୀ କମିଟି ଗଠନ ନିମନ୍ତେ ପଦକ୍ଷେପ ନେବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏକ ଓଡ଼ିଆ ଅସ୍ମିତା ଭବନ ନିର୍ମାଣ ପାଇଁ ମଧ୍ୟ ପଦକ୍ଷେପ ନେବାକୁ କହିଥିଲେ। ସେହିପରି ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାର ହିତାଧିକାରୀ ଓ ବର୍ତ୍ତମାନ ଜୀବିତ ଥିବା ରାଜ୍ୟର ସମସ୍ତ ପଦ୍ମ ପୁରସ୍କାର ବିଜେତାଙ୍କୁ ସହାୟତା ରାଶି ସମୟାନୁଯାୟୀ ପ୍ରଦାନ କରିବାକୁ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ଏହାବାଦ୍‌ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମକୁ ନେଇ ଆସନ୍ତା ଶହେ ଦିନରେ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରିବା ଉପରେ ମଧ୍ୟ ଗୁରୁତ୍ୱାରୋପ କରିଥିଲେ। ରାଜ୍ୟ ସରକାରଙ୍କ ଏହି ଗୁରୁତ୍ୱପୂର୍ଣ୍ଣ ବିଭାଗର ସମସ୍ତ ଯୋଜନା ଓ କାର୍ଯ୍ୟକ୍ରମ ଜନସାଧାରଣଙ୍କ ନିକଟରେ ପହଞ୍ଚାଇ ଲୋକମାନେ କିପରି ସର୍ବୋତ୍କୃଷ୍ଟ ସୁଫଳ ପାଇପାରିବେ ସେଥିପାଇଁ ଯତ୍ନବାନ ହେବାକୁ ମନ୍ତ୍ରୀ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ବୈଠକରେ ବିଭାଗର ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ, ବିଭାଗ ଅଧୀନ ବିଭିନ୍ନ ଅନୁଷ୍ଠାନର ଅଧିକାରୀ ଓ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri