Posted inରାଜ୍ୟ

ଓଡ଼ିଶା ପ୍ରାଶାସନିକ ସେବାକୁ ନେଇ ବଡ଼ ଘୋଷଣା, ବୟସସୀମାରେ ହେଲା ବଦଳ

ଭୁବନେଶ୍ୱର,୨୮।୫: ରାଜ୍ୟ କ୍ୟାବିନେଟରେ ୫ ପ୍ରସ୍ତାବରେ ମୋହର ବାଜିଛି। କ୍ୟାବିନେଟ ବୈଠକରେ ୫ଟି ପ୍ରସ୍ତାବ ପାରିତ ହୋଇଛି। ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ। ରାଜ୍ୟ ସରକାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏହି ବୈଠକରେ ଓଡ଼ିଶା ସିଭିଲ ସର୍ଭିସ (ଓଏଏସ) ପରୀକ୍ଷା ପାଇଁ ବୟସସୀମା ବୃଦ୍ଧି ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।

କ୍ୟାବିନେଟ ବୈଠକରେ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ପାଇଁ ବୟସସୀମାକୁ କୋହଳ କରିବା ନିଷ୍ପତ୍ତି ନିଆଯାଇଛି। ପୂର୍ବରୁ ଏହି ପରୀକ୍ଷା ପାଇଁ ସାଧାରଣ ବର୍ଗର ପ୍ରାର୍ଥୀଙ୍କ ବୟସସୀମା ୩୨ ବର୍ଷ ଥିବାବେଳେ, ଏହାକୁ ବୃଦ୍ଧି କରି ୪୨ ବର୍ଷ କରାଯାଇଛି। ସରକାରୀ ଚାକିରି ପାଇଁ ଆବେଦନର ବୟସ ସୀମା ବୃଦ୍ଧି କରାଯାଇଛି। ଏନେଇ ରାଜ୍ୟ କ୍ୟାବିନେଟ ବୈଠକରେ ବଡ଼ ନିଷ୍ପତ୍ତି ନିଆଯାଇଛି। ଆବେଦନର ସର୍ବୋଚ୍ଚ ବୟସ ସୀମା ୪୨ ବର୍ଷକୁ ବୃଦ୍ଧି। ପୂର୍ବରୁ ସର୍ବୋଚ୍ଚ ବୟସ ସୀମା ୩୨ ବର୍ଷ ଥିଲା, ଏବେ ୪୨କୁ ବୃଦ୍ଧି କରାଯାଇଛି। ଓଡ଼ିଶା ସିଭିଲ ସର୍ଭିସ ରୁଲ ସଂଶୋଧନ ଆଧାରରେ ନିଷ୍ପତ୍ତି ହୋଇଛି। ୟୁନିଫର୍ମ ସେବା ବ୍ୟତୀତ ଅନ୍ୟ ସମସ୍ତ ଚାକିରି ପାଇଁ ବୟସ ସୀମା ବୃଦ୍ଧି ହୋଇଛି।

ବୟସସୀମା ବୃଦ୍ଧି ବ୍ୟତୀତ କ୍ୟାବିନେଟ ବୈଠକରେ ଅନ୍ୟ ଚାରୋଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଧ୍ୟ ମୋହର ଲାଗିଛି। ସେଗୁଡ଼ିକ ହେଲା: ଓଡ଼ିଶା ଏଆଇ ନୀତି: ରାଜ୍ୟରେ କୃତ୍ରିମ ବୁଦ୍ଧିମତ୍ତା (ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ) କ୍ଷେତ୍ରରେ ବିକାଶକୁ ତ୍ୱରାନୱିତ କରିବା ପାଇଁ ଓଡ଼ିଶା ଏଆଇ ନୀତିକୁ ଅନୁମୋଦନ କରାଯାଇଛି। ଏହା ରାଜ୍ୟରେ ଟେକ୍ନୋଲୋଜି ଓ ନୂତନତ୍ୱକୁ ପ୍ରୋତ୍ସାହନ ଦେବ।

ଯୋରନ୍ଦା ଶୂନ୍ୟ ମଣ୍ଡପର ନବୀକରଣ: ଐତିହାସିକ ଓ ସାଂସ୍କୃତିକ ଗୁରୁତ୍ୱ ବହନ କରୁଥିବା ଯୋରନ୍ଦା ଶୂନ୍ୟ ମଣ୍ଡପର ନବୀକରଣ ପାଇଁ ପ୍ରସ୍ତାବ ମଞ୍ଜୁର ହୋଇଛି।

ଜଗତସିଂହପୁର ଜଟାଧାରୀ ମୁହାଣରେ ଜେଟି ର୍ନିମାଣ: ଜଗତସିଂହପୁର ଜିଲ୍ଲାର ଜଟାଧାରୀ ମୁହାଣରେ ଜେଟି ର୍ନିମାଣ କରାଯିବ, ଯାହା ସ୍ଥାନୀୟ ଅର୍ଥନୀତି ଓ ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ଼ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri