Posted inରାଜ୍ୟ

ଓଡ଼ିଶା ପ୍ରାଶାସନିକ ସେବାକୁ ନେଇ ବଡ଼ ଘୋଷଣା, ବୟସସୀମାରେ ହେଲା ବଦଳ

ଭୁବନେଶ୍ୱର,୨୮।୫: ରାଜ୍ୟ କ୍ୟାବିନେଟରେ ୫ ପ୍ରସ୍ତାବରେ ମୋହର ବାଜିଛି। କ୍ୟାବିନେଟ ବୈଠକରେ ୫ଟି ପ୍ରସ୍ତାବ ପାରିତ ହୋଇଛି। ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ। ରାଜ୍ୟ ସରକାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏହି ବୈଠକରେ ଓଡ଼ିଶା ସିଭିଲ ସର୍ଭିସ (ଓଏଏସ) ପରୀକ୍ଷା ପାଇଁ ବୟସସୀମା ବୃଦ୍ଧି ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।

କ୍ୟାବିନେଟ ବୈଠକରେ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ପାଇଁ ବୟସସୀମାକୁ କୋହଳ କରିବା ନିଷ୍ପତ୍ତି ନିଆଯାଇଛି। ପୂର୍ବରୁ ଏହି ପରୀକ୍ଷା ପାଇଁ ସାଧାରଣ ବର୍ଗର ପ୍ରାର୍ଥୀଙ୍କ ବୟସସୀମା ୩୨ ବର୍ଷ ଥିବାବେଳେ, ଏହାକୁ ବୃଦ୍ଧି କରି ୪୨ ବର୍ଷ କରାଯାଇଛି। ସରକାରୀ ଚାକିରି ପାଇଁ ଆବେଦନର ବୟସ ସୀମା ବୃଦ୍ଧି କରାଯାଇଛି। ଏନେଇ ରାଜ୍ୟ କ୍ୟାବିନେଟ ବୈଠକରେ ବଡ଼ ନିଷ୍ପତ୍ତି ନିଆଯାଇଛି। ଆବେଦନର ସର୍ବୋଚ୍ଚ ବୟସ ସୀମା ୪୨ ବର୍ଷକୁ ବୃଦ୍ଧି। ପୂର୍ବରୁ ସର୍ବୋଚ୍ଚ ବୟସ ସୀମା ୩୨ ବର୍ଷ ଥିଲା, ଏବେ ୪୨କୁ ବୃଦ୍ଧି କରାଯାଇଛି। ଓଡ଼ିଶା ସିଭିଲ ସର୍ଭିସ ରୁଲ ସଂଶୋଧନ ଆଧାରରେ ନିଷ୍ପତ୍ତି ହୋଇଛି। ୟୁନିଫର୍ମ ସେବା ବ୍ୟତୀତ ଅନ୍ୟ ସମସ୍ତ ଚାକିରି ପାଇଁ ବୟସ ସୀମା ବୃଦ୍ଧି ହୋଇଛି।

ବୟସସୀମା ବୃଦ୍ଧି ବ୍ୟତୀତ କ୍ୟାବିନେଟ ବୈଠକରେ ଅନ୍ୟ ଚାରୋଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଧ୍ୟ ମୋହର ଲାଗିଛି। ସେଗୁଡ଼ିକ ହେଲା: ଓଡ଼ିଶା ଏଆଇ ନୀତି: ରାଜ୍ୟରେ କୃତ୍ରିମ ବୁଦ୍ଧିମତ୍ତା (ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ) କ୍ଷେତ୍ରରେ ବିକାଶକୁ ତ୍ୱରାନୱିତ କରିବା ପାଇଁ ଓଡ଼ିଶା ଏଆଇ ନୀତିକୁ ଅନୁମୋଦନ କରାଯାଇଛି। ଏହା ରାଜ୍ୟରେ ଟେକ୍ନୋଲୋଜି ଓ ନୂତନତ୍ୱକୁ ପ୍ରୋତ୍ସାହନ ଦେବ।

ଯୋରନ୍ଦା ଶୂନ୍ୟ ମଣ୍ଡପର ନବୀକରଣ: ଐତିହାସିକ ଓ ସାଂସ୍କୃତିକ ଗୁରୁତ୍ୱ ବହନ କରୁଥିବା ଯୋରନ୍ଦା ଶୂନ୍ୟ ମଣ୍ଡପର ନବୀକରଣ ପାଇଁ ପ୍ରସ୍ତାବ ମଞ୍ଜୁର ହୋଇଛି।

ଜଗତସିଂହପୁର ଜଟାଧାରୀ ମୁହାଣରେ ଜେଟି ର୍ନିମାଣ: ଜଗତସିଂହପୁର ଜିଲ୍ଲାର ଜଟାଧାରୀ ମୁହାଣରେ ଜେଟି ର୍ନିମାଣ କରାଯିବ, ଯାହା ସ୍ଥାନୀୟ ଅର୍ଥନୀତି ଓ ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ଼ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

ଚାନ୍ଦବାଲି ଲଜ୍ଜା: ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଏନେଇ ଉତ୍ତେଜନା ଦେଖାଯାଇଥିବା...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

Govt Jobs: ବିନା ଇଣ୍ଟରଭ୍ୟୁରେ, ବିନା ପରୀକ୍ଷାରେ ଏମିତି ଉଠାନ୍ତୁ ସରକାରୀ ଚାକିରିର ସୁବିଧା

ନୂଆଦିଲ୍ଲୀ,୨୪।୧୨: ୟୁନାଇଟେଡ ଇଣ୍ଡିଆ ଇନସ୍ୟୁରାନ୍ସ କମ୍ପାନୀ ଲିମିଟେଡ ୧୫୩ଟି ପ୍ରଶାସନିକ ଅଧିକାରୀ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ସବୁଠାରୁ ଭଲ କଥା ହେଉଛି...

କୋଟିଆକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ପ୍ରବେଶ କଲେ….

ଭୁବନେଶ୍ୱର,୨୪।୧୨: କୋଟିଆକୁ ପ୍ରବେଶ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ବୟାନ ଦେଇଛନ୍ତି । ଯଦି ଆନ୍ଧ୍ର ଅଧିକାରୀ ଓଡ଼ିଶାରେ ପ୍ରବେଶ କରନ୍ତି ତାହେଲେ...

ମୋଦି କ୍ୟାବିନେଟର ବଡ଼ ନିଷ୍ପତ୍ତି, ରାଜଧାନୀକୁ ମିଳିଲା ନୂଆବର୍ଷ ଉପହାର

ନୂଆଦିଲ୍ଲୀ,୨୪।୧୨: କେନ୍ଦ୍ର କ୍ୟାବିନେଟ ବୈଠକରେ ପୁଣି ଥରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହା ଦିଲ୍ଲୀ-ଏନସିଆର ପାଇଁ ଏକ ନୂତନ ବର୍ଷର ଉପହାର। ନୂତନ ବର୍ଷରେ...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ଜାନୁଆରୀ ୧ ନୁହେଁ ଗାଡ଼ିର ବୈଧ କାଗଜପତ୍ର ଅବଧି…

ଭୁବନେଶ୍ୱର,୨୪।୧୨:  ଗାଡ଼ି ଚାଳକଙ୍କୁ ବଡ଼ ଆଶ୍ବସ୍ତି ଦେଲେ ପରିବହନ ମନ୍ତ୍ରୀ ବିଭୂତି ଜେନା । ମାସେ ସମୟ ଦେଲେ ସରକାର । ଏଣିକି ଗାଡ଼ିର ବୈଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri