Posted inଜାତୀୟ

ଉଜ୍ଜଳା ଯୋଜନାରେ ମାଗଣାରେ ୭୫ଲକ୍ଷରୁ ଅଧିକ ଏଲିପିଜି ସଂଯୋଗ କରିବେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୩।୯: ଭାରତରେ ଜି-୨୦ ଶିଖର ସମ୍ମିଳନୀର ସଫଳତା ଉପରେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ଏକ ବଡ ଘୋଷଣା କରିଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର କ୍ୟାବିନେଟ ବୈଠକରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପ୍ରଥମଟି ହେଉଛି ଉଜ୍ଜଳା ଯୋଜନା ଅନୁଯାୟୀ ମାଗଣାରେ ୭୫ ଲକ୍ଷରୁ ଅଧିକ ଏଲପିଜି ସଂଯୋଗ କରାଯିବ। ଆଗାମୀ ୩ ବର୍ଷ ମଧ୍ୟରେ ଅର୍ଥାତ୍‌ ୨୦୨୬ ପର୍ଯ୍ୟନ୍ତ, ଏହି ଯୋଜନା ଅଧୀନରେ ଗ୍ୟାସ ସଂଯୋଗ ଦିଆଯିବ। ଏଥିରେ ରିଫିଲ ମାଗଣା ରହିବା ସହ ଏହାର ଖର୍ଚ୍ଚ ତୈଳ କମ୍ପାନୀ ବହନ କରିବ।

ଦ୍ୱିତୀୟ ନିଷ୍ପତ୍ତି ହେଉଛି ସରକାର ଇ-କୋର୍ଟ ଉପରେ ଅଧିକ ଗୁରୁତ୍ୱ ଦେଇଛନ୍ତି। ୭୨୧୦କୋଟି ଟଙ୍କା ମୂଲ୍ୟର ଇ-କୋର୍ଟ ମିଶନ ମୋଡ ପ୍ରକଳ୍ପ ୩ଟି ଚରଣକୁ ଆଜି ଅନୁମୋଦନ କରାଯାଇଛି। ଏହି ଯୋଜନା ଅଧିନରେ ଅନଲାଇନ ଓ ପେପରଲେସ କୋର୍ଟ ପ୍ରତିଷ୍ଠା କରିବାର ଲକ୍ଷ୍ୟ ରହିଛି। ଏହାଦ୍ୱାରା ନ୍ୟାୟିକ ବ୍ୟବସ୍ଥା ଅଧିକ ସ୍ବଚ୍ଛ ରହିବା ସହ ପେପରଲେସ୍‌ କୋର୍ଟ ପାଇଁ ଇ-ଫାଇଲ ଏବଂ ଇ-ପେମେଣ୍ଟ ସିଷ୍ଟମ ହେବ। ସେହିପରି ତଥ୍ୟ ସଂରକ୍ଷଣ ପାଇଁ କ୍ଲାଉଡ ଷ୍ଟୋରେଜର ମଧ୍ୟ ବ୍ୟବହାର କରାଯିବ। ସବୁ କୋର୍ଟ ପରିସରରେ ୪୪୦୦ ଇ-ସେବା କେନ୍ଦ୍ର ସ୍ଥାପନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri