Posted inଖେଳ

ଛୋଟ ଦେଶର ବଡ଼ ଆଥଲେଟ୍‌

ଟୋକିଓ, ୩୦।୭-
ଟୋକିଓ ଅଲିମ୍ପିକ୍ସରେ ଜନ ସଂଖ୍ୟାରେ ବହୁତ ଛୋଟ ଦେଶର ଆଥଲେଟ୍‌ମାନେ ମଧ୍ୟ ପଦକ ଜିତି ଦେଶକୁ ଗର୍ବିତ କରିଛନ୍ତି। ଏପରି ଜଣେ ଆଥଲେଟ୍‌ ହେଲେ ଆଲେସାଣ୍ଡ୍ରା ପେରିଲି। ପେରିଲି ହେଉଛନ୍ତି ୩୪,୦୦୦ ଲୋକସଂଖ୍ୟା ବିଶିଷ୍ଟ ସାନ୍‌ ମାରିନୋ ଦେଶର ଆଥଲେଟ୍‌। ସେ ମହିଳା ଟ୍ରାପ୍‌ ଶୁଟିଂ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ୨୦୧୨ ଲଣ୍ଡନ ଅଲିମ୍ପିକ୍ସରେ ସେ ଅଳ୍ପକେ ପଦକ ହାସଲରୁ ବଞ୍ଚତ୍ତ ହୋଇ ୪ର୍ଥ ସ୍ଥାନରେ ରହିଥିଲେ। ”ଏହା ମୋ ପାଇଁ ପ୍ରଥମ ଅଲିମ୍ପିକ୍‌ ନ ଥିଲେ ହେଁ ପ୍ରଥମ ପଦକ। ମୋ ଦେଶ ପାଇଁ ମଧ୍ୟ ଏହା ପ୍ରଥମ ଅଲିମ୍ପିକ୍ସ ପଦକ। ଆମ ଦେଶ ବହୁତ ଛୋଟ ସତ, ମାତ୍ର ପଦକ ହାସଲ କରି ବହୁତ ଗର୍ବ ଅନୁଭବ ହେଉଛି“ ବୋଲି ନିଜ ପ୍ରତିକ୍ରିୟାରେ ପେରିଲି ପ୍ରକାଶ କରିଛନ୍ତି। ଏହା ପୂର୍ବରୁ କମ୍‌ ଲୋକସଂଖ୍ୟା ବିଶିଷ୍ଟ ଦେଶଭାବେ ବର୍ମୁଡାର ଫ୍ଲୋରା ଡୁଫି ସ୍ବର୍ଣ୍ଣ ପଦକ ପାଇଥିଲେ। ମାତ୍ର ଅଲିମ୍ପିକ୍ସରେ ଭାଗ ନେଇଥିବା ସବୁଠାରୁ କମ୍‌ ଲୋକସଂଖ୍ୟା ବିଶିଷ୍ଟ ଦେଶ ହେଉଛି ସାନ୍‌ ମାରିନୋ। ତେଣୁ ପେରିଲି ଏବେ ଡୁଫିଙ୍କୁ ପଛରେ ପକାଇ ଦେଇଛନ୍ତି। ଟ୍ରାପ୍‌ ଶୁଟିଂ ଇଭେଣ୍ଟରେ ସ୍ଲୋଭାକିଆର ଜୁଜାନା ରେହାକ ଷ୍ଟିଫେସକୋଭା ସ୍ବର୍ଣ୍ଣ ଏବଂ ଆମେରିକାର କାଏଲ ବ୍ରାଓନିଂ ରୌପ୍ୟ ପଦକ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ

ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ

ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ...

ଅଶାଳୀନ ମନ୍ତବ୍ୟ ଦେଲେ ଫ୍ୟାନ୍‌: ସମସ୍ତଙ୍କୁ ଚକିତ କଲା ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରତିକ୍ରିୟା

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ୍ ଅଲ୍-ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହ ଜଣେ ଫ୍ୟାନ୍‌ଙ୍କ ଅଶାଳୀନ ଆଚରଣର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଖ୍ରୀଷ୍ଟମାସ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri