କଙ୍ଗନାଙ୍କ ଗୀତକୁ ସୋସିଆଲ ମିଡିଆରୁ ଡିଲିଟ୍‌ କରିଦେଲେ ବିଗ୍‌ ବି, କାରଣ ଜାଣିଲେ…

ବିଗ୍‌ ବି ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ସେ ପ୍ରାୟତଃ ସୋସିଆଲ ମିଡିଆରେ ବଲିଉଡ ଫିଲ୍ମର ଟ୍ରେଲର୍‌ ଏବଂ ଗୀତ ଶେୟାର କରି ତାକୁ ପ୍ରଶଂସା କରିଥାନ୍ତି। ନିକଟରେ ସେ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କ ଆଗାମୀ ଫିଲ୍ମ ‘ଧାକାଡ’ର ପ୍ରଥମ ଗୀତ ଶେୟାର କରିଥିଲେ। ଅବଶ୍ୟ କିଛି ସମୟ ପରେ ସେ ଏହି ପୋଷ୍ଟକୁ ଡିଲିଟ୍‌ କରିଦେଇଥିଲେ। ଏହାକୁ ନେଇ ବେଶ୍‌ ଚର୍ଚ୍ଚା ହୋଇଥିଲା। ତେବେ ଅମିତାଭ କାହିଁକି ଏପରି କରିଥିଲେ ତାହା ଏବେ ପ୍ରକାଶ କରିଛନ୍ତି।
କଙ୍ଗନାଙ୍କ ‘ଧାକାଡ’ର ଗୀତ ଶେୟାର କରି ଅମିତାଭ ବଚ୍ଚନ ଲେଖିଥିଲେ, ଏହା ନିଆଁ ଲଗାଉଛି। ପରେ ତାହାକୁ ଡିଲିଟ୍‌ କରିଥିଲେ।
ବର୍ତ୍ତମାନ ଅମିତାଭ ତାଙ୍କ ବ୍ଲଗରେ ଲେଖିଛନ୍ତି, ଭାରତ ସରକାର ଏବଂ ବିଜ୍ଞାପନ ମାନକ ପରିଷଦ, ଭାରତର କଡା ନିୟମ ଏବଂ ନିର୍ଦ୍ଦେଶାବଳୀ ରହିଛି। ସୋସିଆଲ ମିଡିଆରେ ସେ ଏକ ନୂତନ ଟର୍ମ ଇନ୍‌ଫ୍ଲୁଏନ୍‌ସର୍ସ ଦେଇଛନ୍ତି, ଯେଉଁମାନେ ଏକ ପ୍ରଡକ୍ଟର ପ୍ରମୋଶନ କରନ୍ତି, ସେମାନଙ୍କୁ ଏହା କହିବାକୁ ପଡ଼ିବ ଯେ, ସେମାନେ ଏହି ପ୍ରଡକ୍ଟ ସହିତ ପାର୍ଟନରଶିପ୍‌ ଅଛନ୍ତି। ନଚେତ ଏହାକୁ ବେଆଇନ ଭାବେ ବିବେଚନା କରାଯିବ। ମୋର ଅନେକ ପୋଷ୍ଟରେ ନୋଟିସ ଦିଆଯାଇଛି ଯେ, ସେଗୁଡିକ ପରିବର୍ତ୍ତନ କରାଯାଉ। ଏହି କାରଣ ପାଇଁ ଅମିତାଭ, କଙ୍ଗନାଙ୍କ ଫିଲ୍ମର ଗୀତ ପୋଷ୍ଟକୁ ଡିଲିଟ୍‌ କରି ଦେଇଛନ୍ତି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri