Posted inଖେଳ

ବିଗ୍‌ ବି’ଙ୍କୁ ମିଳିଲା ବିଶ୍ୱକପ୍‌ର ଗୋଲଡେନ୍‌ ଟିକେଟ୍‌

ଆଜିକାଲି ଅମିତାଭ ବଚ୍ଚନ କୁଇଜ୍‌ ଶୋ’ ‘କୌନ ବନେଗା କରୋଡପତି’ର ୧୫ତମ ସିଜନ ହୋଷ୍ଟ କରୁଛନ୍ତି। ପ୍ରତ୍ୟେକ ଥର ପରି ଲୋକମାନେ ଅମିତାଭ ବଚ୍ଚନଙ୍କ ମଜାଳିଆ ଶୈଳୀକୁ ପସନ୍ଦ କରୁଛନ୍ତି। ଏହି ଶୋ’ ମାଧ୍ୟମରେ ଅମିତାଭ ବଚ୍ଚନ କ୍ରିକେଟ୍‌କୁ କେତେ ପସନ୍ଦ କରନ୍ତି ସେ ନିଜେ ପ୍ରକାଶ କରିଛନ୍ତି। ବୋର୍ଡ ଅଫ କଣ୍ଟ୍ରୋଲ ଫର କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) ସଚିବ ଜୟ ଶାହା ଆଇସିସି ଦିନିକିଆ ବିଶ୍ୱକପ ୨୦୨୩ ପୂର୍ବରୁ ବଲିଉଡ କିମ୍ବଦନ୍ତୀ ଅମିତାଭ ବଚ୍ଚନଙ୍କୁ ଏକ ଗୋଲଡେନ୍‌ ଟିକେଟ ପ୍ରଦାନ କରିଛନ୍ତି।
ଅମିତାଭ ବଚ୍ଚନ ଭାରତୀୟ କ୍ରିକେଟର ଜଣେ ବଡ଼ ପ୍ରଶଂସକ। ଏହାକୁ ଦୃଷ୍ଟିରେ ରଖି ଜୟ ବିଗ ବିଙ୍କୁ ’ଟିକେଟ ଦେଇଛନ୍ତି। ଏହି ଟିକେଟ ସହିତ ଅଭିନେତା ବର୍ତ୍ତମାନ ବିଳାସପୂର୍ଣ୍ଣ ଭିଆଇପି ଷ୍ଟାଣ୍ଡରୁ ମାଗଣାରେ ସମସ୍ତ ମ୍ୟାଚ ଦେଖିପାରିବେ। ଅମିତାଭ ବଚ୍ଚନଙ୍କୁ ଏହି ଟିକେଟ ଉପହାର ଦେବା ବିଷୟରେ ବିସିସିଆଇ ଏହାର ଅଫିସିଆଲ ଟୁଇଟର୍‌ ହ୍ୟାଣ୍ଡେଲରେ ପୋଷ୍ଟ କରିଛି।
ବୋର୍ଡ ଅଫ କଣ୍ଟ୍ରୋଲ ଫର୍‌ କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) ଏହାର ଅଫିସିଆଲ ଟୁଇଟର୍‌ ହ୍ୟାଣ୍ଡେଲରେ ଜୟ ଶାହା ଅମିତାଭ ବଚ୍ଚନଙ୍କୁ ଏକ ଗୋଲଡେନ୍‌ ଟିକେଟ ଦେଇଥିବା ଫଟୋ ଶେୟାର କରି ଲେଖିଛନ୍ତି, ଆମର ଗୋଲଡେନ୍‌ ଆଇକନଙ୍କ ପାଇଁ ଗୋଲଡେନ୍‌ ଟିକେଟଙ୍‌ ଜଣେ ମହାନ ଅଭିନେତା ତଥା ଜଣେ ଉତ୍ସର୍ଗୀକୃତ କ୍ରିକେଟ ପ୍ରେମୀ, ଅମିତାଭ ବଚ୍ଚନଙ୍କ ଟିମ ଇଣ୍ଡିଆ ପାଇଁ ଅଦମ୍ୟ ସମର୍ଥନ ଆମ ସମସ୍ତଙ୍କୁ ପ୍ରେରଣା ଯୋଗାଇବାରେ ଲାଗିଛି। ତାଙ୍କୁ ଆଇସିସି କ୍ରିକେଟ ବିଶ୍ୱକପ ୨୦୨୩ ପାଇଁ ବୋର୍ଡରେ ପାଇ ଆମେ ବହୁତ ଖୁସି। ଅମିତାଭ ବଚ୍ଚନ ମଧ୍ୟ ତାଙ୍କ ଟୁଇଟ୍‌କୁ ରିଟୁଇଟ୍‌ କରି ଜୟ ଶାହାଙ୍କୁ ଧନ୍ୟବାଦ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

କମଲଜିତ-ସୁରୁଚିଙ୍କ କମାଲ: ଭାରତକୁ ଭେଟିଦେଲେ ପୁଣି ସ୍ବର୍ଣ୍ଣ

ନାଗୋୟା,୨୫।୯:ଏସିଆନ ଗେମ୍ସ ୨୦୨୬ରେ ସେପ୍ଟେମ୍ବର ୨୫ ଭାରତ ପାଇଁ ଆରମ୍ଭରୁ ହିଁ ଚମତ୍କାର ରହିଛି। ଶୁଟିଂରେ କମଲଜିତ ଓ ସୁରୁଚି ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ…

ଲଗାଣ ବର୍ଷାରେ ବେହାଲ ଦାରିଙ୍ଗବାଡ଼ି: ଏବେ ବି ସିଲ ଗାଜଲବାଡ଼ି ଘାଟି ରାସ୍ତା, ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି,୨୫।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଛି। ଲଗାତାର ବର୍ଷା ଯୋଗୁ ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳର ଜନଜୀବନ ବେହାଲ ହୋଇପଡ଼ିଛି।…

ଇତିହାସ ରଚିବେ ରୋ-କୋ: ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜ୍‌ରେ କରିପାରନ୍ତି ଏହି କମାଲ୍‌

ନୂଆଦିଲ୍ଲୀ,୨୫।୯: ଶୁବମନ ଗିଲଙ୍କ ନେତୃତ୍ୱରେ ୱେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ପ୍ରସ୍ତୁତ ଭାରତୀୟ କ୍ରିକେଟ ଟିମ। ଏହି ସିରିଜ୍‌ର ପ୍ରଥମ ମ୍ୟାଚ…

ଜର୍ନାଲିଷ୍ଟ ରବି ନାୟାରଙ୍କୁ ଜାମିନ

ଅହମ୍ମଦାବାଦ,୨୫।୯: ଗୁଜରାଟର ଗାନ୍ଧୀନଗରସ୍ଥିତ ଏକ ସେସନ୍ସ କୋର୍ଟ ଗୁରୁବାର ଜର୍ନାଲିଷ୍ଟ ରବି ନାୟାରଙ୍କୁ ଜାମିନ ପ୍ରଦାନ କରିଛନ୍ତି । ଆଦାନୀ ଏଣ୍ଟରପ୍ରାଇଜେସ ଦ୍ୱାରା ଦାଖଲ ଏକ ଆପରାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?