Posted inଜାତୀୟ

ନିର୍ବାଚନ ପୂର୍ବରୁ ଭାଜପାକୁ ବଡ଼ ଝଟ୍‌କା

ବେଙ୍ଗାଲୁରୁ,୧୦।୩: କର୍ନାଟକରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ଶାସକ ଭାରତୀୟ ଜନତା ପାର୍ଟିକୁ ଏକ ବଡ଼ ଝଟ୍‌କା ଲାଗିଛି। ଏଠାରେ ବିଧାନ ପରିଷଦର ଚାରିଥର ସଦସ୍ୟ ଥିବା ଭେଟେରାନ ଭାଜପା ନେତା ପୁଟ୍ଟନା ଏହି ପଦବୀ ତଥା ଦଳରୁ ଇସ୍ତଫା ଦେବା ପରେ କଂଗ୍ରେସରେ ଯୋଗ ଦେଇଛନ୍ତି। ତାଙ୍କୁ ଏଆଇସିସି ସାଧାରଣ ସମ୍ପାଦକ ରଣଦୀପ ସିଂ ସୁରଜେୱାଲା, ଏଲଓପି ସିଦ୍ଦରମୈୟା ଏବଂ କର୍ନାଟକ କଂଗ୍ରେସ ସଭାପତି ଡି.କେ ଶିବକୁମାର ପ୍ରଦାନ କରିଥିଲେ। ଗୋଟିଏ ଦିନ ପୂର୍ବରୁ ପୁଟ୍ଟନା ‘ବ୍ୟକ୍ତିଗତ କାରଣ’ ଦର୍ଶାଇ ଏମଏଲସି ଏବଂ ଭାଜପାର ପ୍ରାଥମିକ ସଦସ୍ୟତା ପଦରୁ ଇସ୍ତଫା ଦେଇଥିଲେ।
ପୁଟ୍ଟନା ବିଧାନ ପରିଷଦର ଚାରିଥର ସଦସ୍ୟ ରହିଛନ୍ତି। ସେ ବେଙ୍ଗାଲୁରୁ ସହରାଞ୍ଚଳ, ବେଙ୍ଗାଲୁରୁ ଗ୍ରାମୀଣ ଏବଂ ରାମନଗର ଜିଲାର ଶିକ୍ଷକ ନିର୍ବାଚନମଣ୍ଡଳୀରୁ ପ୍ରତିନିଧିତ୍ୱ କରିଛନ୍ତି। ଅକ୍ଟୋବର ୨୦୨୨ରେ ପୁଟ୍ଟନା ବିଧାନ ପରିଷଦକୁ ପୁନଃନିର୍ବାଚିତ ହୋଇଥିଲେ ଏବଂ ତାଙ୍କର କାର୍ଯ୍ୟକାଳ ଅକ୍ଟୋବର ୨୦୨୬ରେ ଶେଷ ହେବ।
ପୁଟ୍ଟନା କର୍ନାଟକର ଶାସକ ଭାଜପା ସରକାର ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, ଯେଉଁ ସ୍ବପ୍ନ ସହିତ ମୁଁ ଭାଜପାରେ ଯୋଗ ଦେଇଥିଲି, ତାହା ସାକାର ହୋଇପାରିଲା ନାହିଁ। ସରକାର ଜନସାଧାରଣଙ୍କ ଗୋଟିଏ ସମସ୍ୟାର ମଧ୍ୟ ସମାଧାନ କରୁନାହାଁନ୍ତି ବୋଲି ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri