Posted inଜାତୀୟ

ନିର୍ବାଚନ ପୂର୍ବରୁ ଭାଜପାକୁ ବଡ଼ ଝଟ୍‌କା

ବେଙ୍ଗାଲୁରୁ,୧୦।୩: କର୍ନାଟକରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ଶାସକ ଭାରତୀୟ ଜନତା ପାର୍ଟିକୁ ଏକ ବଡ଼ ଝଟ୍‌କା ଲାଗିଛି। ଏଠାରେ ବିଧାନ ପରିଷଦର ଚାରିଥର ସଦସ୍ୟ ଥିବା ଭେଟେରାନ ଭାଜପା ନେତା ପୁଟ୍ଟନା ଏହି ପଦବୀ ତଥା ଦଳରୁ ଇସ୍ତଫା ଦେବା ପରେ କଂଗ୍ରେସରେ ଯୋଗ ଦେଇଛନ୍ତି। ତାଙ୍କୁ ଏଆଇସିସି ସାଧାରଣ ସମ୍ପାଦକ ରଣଦୀପ ସିଂ ସୁରଜେୱାଲା, ଏଲଓପି ସିଦ୍ଦରମୈୟା ଏବଂ କର୍ନାଟକ କଂଗ୍ରେସ ସଭାପତି ଡି.କେ ଶିବକୁମାର ପ୍ରଦାନ କରିଥିଲେ। ଗୋଟିଏ ଦିନ ପୂର୍ବରୁ ପୁଟ୍ଟନା ‘ବ୍ୟକ୍ତିଗତ କାରଣ’ ଦର୍ଶାଇ ଏମଏଲସି ଏବଂ ଭାଜପାର ପ୍ରାଥମିକ ସଦସ୍ୟତା ପଦରୁ ଇସ୍ତଫା ଦେଇଥିଲେ।
ପୁଟ୍ଟନା ବିଧାନ ପରିଷଦର ଚାରିଥର ସଦସ୍ୟ ରହିଛନ୍ତି। ସେ ବେଙ୍ଗାଲୁରୁ ସହରାଞ୍ଚଳ, ବେଙ୍ଗାଲୁରୁ ଗ୍ରାମୀଣ ଏବଂ ରାମନଗର ଜିଲାର ଶିକ୍ଷକ ନିର୍ବାଚନମଣ୍ଡଳୀରୁ ପ୍ରତିନିଧିତ୍ୱ କରିଛନ୍ତି। ଅକ୍ଟୋବର ୨୦୨୨ରେ ପୁଟ୍ଟନା ବିଧାନ ପରିଷଦକୁ ପୁନଃନିର୍ବାଚିତ ହୋଇଥିଲେ ଏବଂ ତାଙ୍କର କାର୍ଯ୍ୟକାଳ ଅକ୍ଟୋବର ୨୦୨୬ରେ ଶେଷ ହେବ।
ପୁଟ୍ଟନା କର୍ନାଟକର ଶାସକ ଭାଜପା ସରକାର ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, ଯେଉଁ ସ୍ବପ୍ନ ସହିତ ମୁଁ ଭାଜପାରେ ଯୋଗ ଦେଇଥିଲି, ତାହା ସାକାର ହୋଇପାରିଲା ନାହିଁ। ସରକାର ଜନସାଧାରଣଙ୍କ ଗୋଟିଏ ସମସ୍ୟାର ମଧ୍ୟ ସମାଧାନ କରୁନାହାଁନ୍ତି ବୋଲି ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri